ଦେଶରେ ଆଉ ୧୩,୪୫୧ କରୋନା ସଂକ୍ରମିତ ଚିହ୍ନଟ ଓ ୫୮୫ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି । ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଗତ କିଛି ଦିନ ହେଲାଣି ସଂକ୍ରମଣ ୨୦ରୁ ୪୦ହଜାର ଭିତରେ ରହୁଛି । ଏହା ମଧ୍ୟରେ ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ବୃଦ୍ଧି ସହିତ ମୃତ୍ୟୁସଂଖ୍ୟାରେ ହଠାତ ବଡଧରଣର ବୃଦ୍ଧି ପରିଲକ୍ଷିତ ହୋଇଛି । ଦେଶରେ ଦୈନିକ ସଂକ୍ରମଣ ସଂଖ୍ୟା ୧୫ ହଜାରରୁ କାମ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁସଂଖ୍ୟା ୫୦୦ରୁ ଅଧିକ ଅଛି। ଦେଶରେ ଦୈନିକ ସଂକ୍ରମଣ ହାର ୧.୦୩% ଏବଂ ସାପ୍ତାହିକ ହାର ୧.୨୨% ରହିଛି । ଏଥିସହିତ କରୋନାରୁ ଆରୋଗ୍ୟ ହାର ୯୮.୧୯% ରହିଥିବା ଜଣାଯାଇଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
ବୁଧବାର ଗତ ୨୪ଘଣ୍ଟାରେ ୧୩ହଜାର ୪୫୧ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୮୫ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୧୪ହଜାର ୦୨୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୪୨ଲକ୍ଷ ୧୫ହଜାର ୬୫୩କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୫୫ହଜାର ୬୫୩ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୩୫ଲକ୍ଷ ୯୭ହଜାର ୩୩୯ ଜଣ ସୁସ୍ଥ ହୋଇଥିବା ବେଳେ ୧ଲକ୍ଷ ୬୨ହଜାର ୬୬୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି । ୨୪୨ ଦିନ ମଧ୍ୟରେ ଏହା ହେଉଛି ସର୍ବନିମ୍ନ ସକ୍ରିୟ ସଂକ୍ରମଣ। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୦୩,୫୩,୨୫,୫୭୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ଘଣ୍ଟା ମଧ୍ୟରେ ଦିଆଯାଇଛି ୫୫,୮୯,୧୨୪ ଡୋଜ୍ ଟିକା। ପ୍ରାପ୍ତ ସୂଚନା ଅନୁସାରେ, ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ହୋଇଥିବା ସମୁଦାୟ ସଦ୍ୟ କୋଭିଡ୍-୧୯ ଆକ୍ରାନ୍ତଙ୍କ ମଧ୍ୟରୁ ୮୧.୭୭% ହେଉଛନ୍ତି ୫ଟି ପ୍ରଦେଶର। ଏଥିରେ ୫୩.୨୫% ପାଇଁ ଏକା କେରଳ ଦାୟୀ।
