ଭୁବନେଶ୍ୱର : ୧୪୨ ପଜିଟିଭ୍ ଓ ୨୫୬ ସୁସ୍ଥ
ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଅଂଚଳରୁ ଶୁକ୍ରବାର ଦିନ ଆଉ ୧୪୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୭ ଜଣ କ୍ୱାରେଂଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୯୫ ଜଣ ଲୋକାଲ ମାମଲା ରହିଛନ୍ତି । ସେହିପରି ଗତ ୨୪ ଘଂଟାରେ ଆଉ ୨୫୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବିଏମସି ପକ୍ଷରୁ ଟୁଇଟ୍ କରି ଏହି ସୂଚନା ଦିଆଯାଇଛି ।
ଏଥିସହ ଭୁବନେଶ୍ୱରରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୦୭୬ରେ ପହଂଚିଛି । ସେମାନଙ୍କ ମଧ୍ୟରୁ ୧୧୩୯୮୮ ଜଣ ସୁସ୍ଥ ହୋଇଥିବା ବେଳେ ୩୦୧୫ ସକ୍ରିୟ ମାମଲା ରହିଛି । ସେହିପରି ମୃତକଙ୍କ ସଂଖ୍ୟା ୧୦୫୨ ରହିଛି ।
