ରାଜ୍ୟରେ ଆଉ ୩୨୭ କରୋନା ସଂକ୍ରମିତ ଚିହ୍ନଟ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୪୪ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଉପରତଳ ହେଉଛି ମହାମାରୀ କରୋନା ଗ୍ରାଫ୍ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ସେପ୍ଟେମ୍ବର ପରେ ଅକ୍ଟୋବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ଏହାରି ମଧ୍ୟରେ ମଙ୍ଗଳବାର ଗତ ୨୪ ଘଣ୍ଟା ମଧ୍ୟରେ ୩୨୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୯୧ ଓ ସ୍ଥାନୀୟ ଅଞ୍ଚଳରୁ ୧୩୬ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୪୪ ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୪୨ହଜାର ୧୦୦କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଭଦ୍ରକରୁ ୮ ଜଣ ଥିବାବେଳେ ବଲାଙ୍ଗୀରରୁ ୫ଜଣ, ବୌଦ୍ଧରୁ ଜଣେ, କଟକରୁ ୨୯ଜଣ, ଢେଙ୍କାନାଳରୁ ଜଣେ, ଗଞ୍ଜାମରୁ ୪ଜଣ, ଜଗତସିଂହପୁରରୁ ୭ଜଣ, ଯାଜପୁରରୁ ୯ଜଣ, ଝାରସୁଗୁଡ଼ାରୁ ୨ଜଣ, କେନ୍ଦ୍ରାପଡାରୁ ଜଣେ, କେନ୍ଦ୍ରାପଡ଼ାରୁ ଜଣେ, ଖୋର୍ଦ୍ଧାରୁ ୧୭୭ଜଣ, କୋରାପୁଟରୁ ୩ଜଣ, ମୟୁରଭଞ୍ଜରୁ ୧୩ଜଣ, ନୟାଗଡ଼ରୁ ୩ଜଣ, ପୁରୀରୁ ୬ଜଣ, ନୂଆପଡାରୁ ୨ଜଣ, ସମ୍ବଲପୁରରୁ ୧୦ଜଣ, ସୁନ୍ଦରଗଡ଼ରୁ ୪ଜଣ ଓ ରାଜ୍ୟ ପୁଲରୁ ୪୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦ଲକ୍ଷ ୪୨ହଜାର ୧୦୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୦ଲକ୍ଷ ୨୯ହଜାର ୫୮୫ ଜଣ ସୁସ୍ଥ ହୋଇଥିବା ବେଳେ ୪ହଜାର ୧୨୨ ଜଣ ସକ୍ରିୟ ମାମଲା ରହିଛି । ଏବେ ସୁଦ୍ଧା ରାଜ୍ୟରେ ୨,୨୧,୦୭,୯୭୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।
