ଆଜିର ଭାଗ୍ୟଫଳ (ଶୁକ୍ରବାର, ୦୫/୧୧/୨୦୨୧), ମା’ ସନ୍ତୋଷୀଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି
ଆଜି ୨୦୨୧ ନଭେମ୍ବର ୫ ତାରିଖ । ଶୁକ୍ରବାର । ତୁଳାମାସ ୨୦ ଦିନ । କାର୍ତ୍ତିକମାସ । ଶୁକ୍ଳପକ୍ଷ । ପ୍ରତିପଦାତିଥି । ବିଶାଖା ନକ୍ଷତ୍ର । ତୁଳାରାଶିରେ ଚନ୍ଦ୍ର । ଆୟୁଷ୍ମାନ ଯୋଗ ସକାଳ ୭ଟା ୧୧ମିନିଟ୍ ଗତେ ସୌଭାଗ୍ୟ ଯୋଗ । କିସ୍ତୁଘ୍ନକରଣ ଦିବା ୧ଟା ଗତେ ବବ କରଣ । ବିଛା, ଧନୁ, ମୀନ ରାଶିର ଘାତବାର । ପାଣିକଖାରୁ ନ ଖାଇଲେ ଭଲ, ରାତି ୧୧ଟା ୧୪ମିନିଟ୍ ପରେ ବୋଇତିକଖାରୁ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ରାତି ୧୧ଟା ୧୪ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ପ୍ରତିପଦାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।
ଅଶୁଭସମୟ- ଦିବା ୧୦ଟା ୫ମିନିଟ୍ ରୁ ଦିବା ୧୧ଟା ୩୦ମିନିଟ୍, ସକାଳ ୮ଟା ୪୧ମିନିଟ୍ ରୁ ୧୦ଟା ୫ମିନିଟ୍, ରାତ୍ରି ୮ଟା ୧୮ମିନିଟ୍ ରୁ ରାତ୍ରି ୯ଟା ୫୪ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୫୪ମିନିଟ୍ ରୁ ୬ଟା ୩୭ମିନିଟ୍, ସକାଳ ୭ଟା ୨୪ମିନିଟ୍ ରୁ ୮ଟା ୪୦ମିନିଟ୍, ଦିବା ୧୧ଟା ୫୩ମିନିଟ୍ ରୁ ୨ଟା ୫୧ମିନିଟ୍, ଦିବା ୩ଟା ୩୮ମିନିଟ୍ ରୁ ସନ୍ଧ୍ୟା ୫ଟା ୫ମିନିଟ୍, ସନ୍ଧ୍ୟା ୫ଟା ୫୮ମିନିଟ୍ ରୁ ରାତ୍ର ୮ଟା ୧୭ମିନିଟ୍, ରାତ୍ର ୧୧ଟା ୫୬ମିନିଟ୍ ରୁ ରାତ୍ର ୧ଟା ୩୭ମିନିଟ୍, ରାତ୍ର ୨ଟା ୩୦ମିନିଟ୍ ରୁ ରାତ୍ର ୪ଟା ୧୦ମିନିଟ୍ । ପର୍ବଦିନ- ଗୋବର୍ଦ୍ଧନୋତ୍ସବ, ଗିରି ଗୋବର୍ଦ୍ଧନ ପୂଜା, ଅନ୍ନକୂଟ ।
ମେଷ:-
ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣାପାଇ ନିଜ ପରିଶ୍ରମରୁ ଲାଭ ମିଳିବା ସହ ଗୃହସ୍ଥ ଜୀବନ ସୁଖମୟ ହେବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ସହ ଯୋଗୀଙ୍କ ସାହାଯ୍ୟ ପାଇ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ବୃଷ:-
ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ଧନମାନ ଦିଗରୁ ସୁରକ୍ଷିତ ରହିବେ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । କର୍ମପ୍ରତି ଉତ୍ସାହ ଫଳରେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ । ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ । ପ୍ରତିକାର- ଗଙ୍ଗାଜଳ ସେବନ କରନ୍ତୁ ।
ମିଥୁନ:-
କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ । ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ନ୍ୟାୟମାର୍ଗ ଓ ମିଷ୍ଟବଚନ ଦ୍ଵାରା ସମସ୍ତଙ୍କ ମନ କିଣି ପାରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ ଓ ଭାବମୂର୍ତ୍ତି ଅମଳିନ ରହିବ । ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
କର୍କଟ:-
ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ଟେନସନ ଦୂର ହେବ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।
ସିଂହ:-
ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ । କୌଣସି ନୂତନ ପ୍ରଭାବଶାଳି ବ୍ୟକ୍ତିଙ୍କ ସହିତ ଭେଟ ହୋଇ ସୁଖ ସମୃଦ୍ଧି ବୃଦ୍ଧି ହେବ । ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
କନ୍ୟା:-
ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।
ତୁଳା:-
ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ କଠିନ କାର୍ଯ୍ୟ ସହଜରେ ସମାଧାନ କରି ପାରିବେ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।
ବିଚ୍ଛା:-
ବ୍ୟବସାୟ କ୍ଷେତ୍ରରେ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ଧନୁ:-
ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ବ୍ୟବସାୟିକସ୍ଥିତି ସୁଦୃଢ ହେବ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ଛାତ୍ର ଛାତ୍ରୀମାନଙ୍କର ପରିଶ୍ରମ ଓ ମେହନତର ପରିଣାମ ସ୍ୱରୂପ ନୂଆ ଜ୍ଞାନର ବୃଦ୍ଧି ହେବ । ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମକର:-
ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ସ୍ଥଗିତଥିବା କର୍ମଟି ପୂରଣ ହେବ । କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀ ମାନେ ପ୍ରଚୁର ଲାଭ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
କୁମ୍ଭ:-
କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପାରିବାରିକ ଜୀବନ ଆନନ୍ଦରେ କଟିବ । ରାଜନୀତିରେ କୃତକାର୍ଯ୍ୟ ହେବେ । ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ବୃତ୍ତିଗତ ଦୃଷ୍ଟିରୁ କାର୍ଯ୍ୟକ୍ଷେତ୍ର ସୁରକ୍ଷିତ ରହିବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
ମୀନ:-
ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ନିଜର ଚତୁରତା ଓ ବିବେକବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ଆଣି ପାରିବେ । ମନରେ ଥିବା ଅଶାନ୍ତି ଅସନ୍ତୋଷ ଦୂରେଇ ଯିବ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ଅଫିସ୍ କାମରେ ପରିଚାଳନାଗତ ସମସ୍ୟା ଦେଖାଦେଇ ପାରେ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ । ପରକଥାରେ ପଡି ପରିବାରରେ କଳହ ସୃଷ୍ଟି ହୋଇ ପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
