ରାଜ୍ୟରେ ଆଉ ୧୭୦ କରୋନା ସଂକ୍ରମିତ ଚିହ୍ନଟ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୨୪ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଉପରତଳ ହେଉଛି ମହାମାରୀ କରୋନା ଗ୍ରାଫ୍ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ସେପ୍ଟେମ୍ବର ପରେ ଅକ୍ଟୋବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ଏହାରି ମଧ୍ୟରେ ଶୁକ୍ରବାର ଗତ ୨୪ ଘଣ୍ଟା ମଧ୍ୟରେ ୧୭୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୯୮ ଓ ସ୍ଥାନୀୟ ଅଞ୍ଚଳରୁ ୭୨ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୪ ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୪୨ହଜାର ୯୪୩କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲାରୁ ୧୧ଜଣ ଥିବାବେଳେ ଭଦ୍ରକରୁ ୪ଜଣ,ବରଗଡରୁ ୨ ଜଣ, ବଲାଙ୍ଗୀରରୁ ୩ଜଣ, କଟକରୁ ୧୯ଜଣ, ଦେଓଗଡ଼ରୁ ଜଣେ, ଗଜପତିରୁ ଜଣେ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୭ଜଣ, ଯାଜପୁରରୁ ୮ଜଣ, ଝାରସୁଗୁଡ଼ାରୁ ଜଣେ, କେନ୍ଦ୍ରାପଡ଼ାରୁ ୧୧ଜଣ, କେନ୍ଦୁଝରରୁ ୨ ଜଣ, ଖୋର୍ଦ୍ଧାରୁ ୬୧ଜଣ, ମୟୁରଭଞ୍ଜରୁ ୩ଜଣ, ପୁରୀରୁ ଜଣେ, ସମ୍ବଲପୁରରୁ ୯ଜଣ, ସୋନପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୫ଜଣ ଓ ରାଜ୍ୟ ପୁଲରୁ ୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦ଲକ୍ଷ ୪୨ହଜାର ୯୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୦ଲକ୍ଷ ୩୦ହଜାର ୮୮୯ ଜଣ ସୁସ୍ଥ ହୋଇଥିବା ବେଳେ ୩ହଜାର ୬୫୧ ଜଣ ସକ୍ରିୟ ମାମଲା ରହିଛି । ଏବେ ସୁଦ୍ଧା ରାଜ୍ୟରେ ୨,୨୨,୯୬,୫୫୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।
