ରାଜ୍ୟର ଆଉ ୩ କରୋନା ଆକ୍ରାନ୍ତ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ରାଜ୍ୟରେ କିଛି ଦିନ ତଳେ ଦୈନିକ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୦ ଅତିକ୍ରମ କରୁଥିବା ସମୟରେ ଏବେ ଏହା ୧୦ ମଧ୍ୟରେ ସୀମିତ ରହୁଥିବା ଦେଖାଯାଉଛି । ଶୁକ୍ରବାର ଗତ ୨୪ ଘଣ୍ଟା ମଧ୍ୟରେ ୧୭୦ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, ମୟୂରଭଞ୍ଜ ଓ ନୟାଗଡ଼ ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୮ହଜାର ୩୫୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୧୦,୪୨,୯୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୦,୩୦,୮୮୯ ଜଣ ସୁସ୍ଥ ହୋଇଥିବା ବେଳେ ୩,୬୫୧ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୮,୩୫୦ ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
