ଆଜିର ଭାଗ୍ୟଫଳ (ଶନିବାର, ୦୬/୧୧/୨୦୨୧), ଶନିଦେବଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନଲାଭ
ଆଜି ୨୦୨୧ ନଭେମ୍ବର ୬ ତାରିଖ । ଶନିବାର । ତୁଳାମାସ ୨୧ ଦିନ । କାର୍ତ୍ତିକମାସ । ଶୁକ୍ଳପକ୍ଷ । ଦ୍ଵିତୀୟାତିଥି । ଅନୁରାଧା ନକ୍ଷତ୍ର । ବିଛା ରାଶିରେ ଚନ୍ଦ୍ର । ଶୋଭନ ଯୋଗ । ବାଳବକରଣ ସକାଳ ୯ଟା ୨୯ମିନିଟ୍ ଗତେ କୌଳବ କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । ବୋଇତିକଖାରୁ ନ ଖାଇଲେ ଭଲ, ରାତି ୭ଟା ୪୪ମିନିଟ୍ ପରେ ପୋଟଳ ନ ଖାଇଲେ ଭଲ । ଯୋଗିନୀ- ଉତ୍ତରେ ରାତି ୭ଟା ୪୪ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଦ୍ଵିତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।
ଅଶୁଭସମୟ- ପ୍ରାତଃ ୫ଟା ୫୩ମିନିଟ୍ ରୁ ୭ଟା ୧୮ମିନିଟ୍, ଦିବା ୧୨ଟା ୫୪ମିନିଟ୍ ରୁ ୨ଟା ୧୮ମିନିଟ୍, ଦିବା ୩ଟା ୪୨ମିନିଟ୍ ରୁ ୫ଟା ୬ମିନିଟ୍, ସନ୍ଧ୍ୟା ୫ଟା ୬ମିନିଟ୍ ରୁ ୬ଟା ୪୨ମିନିଟ୍, ରାତ୍ରି ୪ଟା ୧୮ମିନିଟ୍ ରୁ ୫ଟା ୫୪ମିନିଟ୍ । ଶୁଭସମୟ- ସକାଳ ୭ଟା ୨୪ମିନିଟ୍ ରୁ ସକାଳ ୮ଟା ୪୧ମିନିଟ୍, ଦିବା ୧୧ଟା ୫୩ମିନିଟ୍ ରୁ ୧୨ଟା ୫୩ମିନିଟ୍, ଦିବା ୨ଟା ୧୯ମିନିଟ୍ ରୁ ୨ଟା ୫୦ମିନିଟ୍, ଦିବା ୩ଟା ୩୭ମିନିଟ୍ ରୁ ୩ଟା ୪୧ମିନିଟ୍, ରାତ୍ର ୨ଟା ୩୦ମିନିଟ୍ ରୁ ରାତ୍ର ୩ଟା ୧୯ମିନିଟ୍ । ପର୍ବଦିନ- ଯମ ଦ୍ଵିତୀୟା, ଭାତୃ ଦ୍ଵିତୀୟା ।
ମେଷ:-
କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ । ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ରାଜନୀତି, ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବେ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।
ବୃଷ:-
ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ବ୍ୟବସାୟ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । କର୍ମକ୍ଷେତ୍ରରେ ଟେନସନ ଦୂର ହେବ । ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ପରିବାରର ସାହାଯ୍ୟରେ ଉପକୃତ ହେବେ । ଆର୍ଥିକସ୍ଥିତି ଆବଶ୍ୟକଠାରୁ ଅଧିକ ବିସ୍ତାରିତ ହେବ । କିନ୍ତୁ କୌଣସି କାମ ପ୍ରତି ମନ ଲାଗିବ ନାହିଁ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
ମିଥୁନ:-
ବ୍ୟବସାୟ କ୍ଷେତ୍ରରେ ଅନେକ ପ୍ରକାର ସୁବିଧା ସୁଯୋଗ ପାଇବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଦୂରଯାତ୍ରାରେ ମାନସିକ ଶାନ୍ତି ଓ ସଫଳତା ପ୍ରାପ୍ତି ହେବ । ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ଋଣ ଭାରରୁ ମୁକ୍ତି ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
କର୍କଟ:-
ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ଦୂରଯାତ୍ରାରେ ସଫଳ ହେବେ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ସିଂହ:-
ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ପାରିବାରିକ ଜୀବନ ଆନନ୍ଦରେ କଟିବ । ବ୍ୟବସାୟୀ ହୋଇଥିଲେ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ । ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କନ୍ୟା:-
ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବଢେଇବାର ପ୍ରୟାସ କରିବେ । ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।
ତୁଳା:-
ପରିବାରରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ଅତି ପ୍ରିୟବନ୍ଧୁଙ୍କ ସହାୟତାରେ ବିପଦ ସଙ୍କୁଳ ଟଳିଯିବ । ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ । ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ । ବ୍ୟବସାୟର ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ପ୍ରତିକାର-କୁଆ ପାରାଙ୍କୁ ଖାଦ୍ୟ ଦିଅନ୍ତୁ ।
ବିଚ୍ଛା:-
ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ ଓ ପ୍ରସାର ପ୍ରଚାର କରିବାର ସୁଯୋଗ ପାଇ ଖୁସି ହେବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ଆର୍ଥିକ ଦିଗରୁ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ପ୍ରତିକାର- ଗଙ୍ଗାଜଳ ସେବନ କରନ୍ତୁ ।
ଧନୁ:-
ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ବନ୍ଧୁ, ମିତ୍ର ସହକର୍ମୀ ଓ ଭାଗୀଦାରୀଙ୍କ ସମ୍ପର୍କରେ ମଧୁରତା ଆସିବ । ଖେଳ ନୃତ୍ୟ ଗୀତ ପ୍ରତିଯୋଗିତାରେ ସଫଳ ହେବେ । ବିଳାସବ୍ୟସନ ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
ମକର:-
ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ଆର୍ଥିକ ଦିଗରୁ ପ୍ରବଳ ଉନ୍ନତି ହେବ । ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ । ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇଯିବ । ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଦେଖାଦେବ । ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । ପ୍ରତିକାର- ପାଣିରେ କିଛି ଫିଟିକିରି ପକାଇ ଘରକୁ ପୋଛନ୍ତୁ ।
କୁମ୍ଭ:-
ସାମାଜିକ ପତିଆରା ଅମଳିନ ରହିବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ମିତ୍ରଙ୍କ ଦ୍ଵାରା ସହାୟତା ପାଇ କର୍ମଚାରୀ ମାନେ ଉନ୍ନତି କରିପାରିବେ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । କାରବାରରେ ସୁଧାର ଆସିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ମୀନ:-
ସ୍ୱାସ୍ଥ୍ୟ ଠିକ୍ ରହିବ । କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ଅଫିସର ବା ଅଧିକାରୀ କାମରେ ପ୍ରସନ୍ନ ରହିବେ । ରାଜନୈତିକ ଜୀବନରେ ଶତୃମାନେ ଦୁର୍ବଳ ହେବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।
