୯ରେ ଲଘୁଚାପ ସମ୍ଭାବନା
ଭୁବନେଶ୍ୱର : ଆସନ୍ତା ୯ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଆଖପାଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବ । ବିଶେଷକରି ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ବର୍ଷା ହେବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ବର୍ଷା ଫଳରେ ରାଜ୍ୟରେ ଶୀତ ବଢ଼ିବାର ସମ୍ଭାବନା ରହିଛି । ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଉଭୟ ଦିନ ଓ ରାତିର ତାପମାତ୍ରା କମିବ ।
