ରାଜ୍ୟରେ ଆଉ ୪୬୧ କରୋନା ସଂକ୍ରମିତ ସୁସ୍ଥ
ଭୁବନେଶ୍ୱର : ରାଜ୍ୟରେ ମଙ୍ଗଳବାର ଆଉ ୪୬୧ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେମୋଟ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୩ ହଜାର ୨୭ରେ ପହଂଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୪୭ ଜଣ ଥିବାବେଳେ କଟକରୁ ୩୬, ମୟୂରଭଂଜରୁ ୨୮, ଜଗତସିଂହପୁରରୁ ୧୭, ବାଲେଶ୍ୱରରୁ ୧୪, ସୁନ୍ଦରଗଡ଼ରୁ ୧୩, ସମ୍ବଲପୁରରୁ ୧୦, ଯାଜପୁରରୁ ୯, ଭଦ୍ରକରୁ ୬, ଗଜପତି ଓ ନୟାଗଡ଼ରୁ ୫ ଜଣ ଲେଖାଏଁ, ଗଂଜାମ ଓ ରାୟଗଡ଼ାରୁ ୪ ଜଣ ଲେଖାଏଁ, କଳାହାଣ୍ଡି ଓ ପୁରୀରୁ ୨ ଜଣ ଲେଖାଏଁ, ଅନୁଗୁଳ, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କେନ୍ଦୁଝର, କୋରାପୁଟ ଓ ନୂଆପଡ଼ାରୁ ଜଣେ ଲେଖାଏଁ ଏବଂ ରାଜ୍ୟ ପୁଲରୁ ୫୩ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।
