ଆଜିର ଭାଗ୍ୟଫଳ (ଶୁକ୍ରବାର, ୧୨ /୧୧/୨୦୨୧), ମା’ ସନ୍ତୋଷୀଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି
ଆଜି ୨୦୨୧ ନଭେମ୍ବର ୧୨ ତାରିଖ । ଶୁକ୍ରବାର । ତୁଳାମାସ ୨୭ ଦିନ । କାର୍ତ୍ତିକମାସ । ଶୁକ୍ଳପକ୍ଷ । ନବମୀତିଥି । ଧନିଷ୍ଠା ନକ୍ଷତ୍ର । କୁମ୍ଭରାଶିରେ ଚନ୍ଦ୍ର । ଧୃବଯୋଗ । ବାଳବକରଣ, ସନ୍ଧ୍ୟା ୬ଟା ୩୬ମିନିଟ୍ ଗତେ କୌଳବ କରଣ । ବିଛା, ଧନୁ, ମୀନ ରାଶିର ଘାତବାର । ମିଥୁନ, ମୀନ ରାଶିର ଘାତଚନ୍ଦ୍ର । ଲାଉ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ପ୍ରାତଃ ୫ଟା ୩୧ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ନବମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୮ଟା ୪୩ମିନିଟ୍ ରୁ ଦିବା ୧୦ଟା ୭ମିନିଟ୍, ଦିବା ୧୦ଟା ୭ମିନିଟ୍ ରୁ ଦିବା ୧୧ଟା ୩୦ମିନିଟ୍, ରାତ୍ରି ୮ଟା ୧୭ମିନିଟ୍ ରୁ ରାତ୍ରି ୯ଟା ୫୪ମିନିଟ୍ ।
ଶୁଭସମୟ- ପ୍ରାତଃ ୫ଟା ୫୮ମିନିଟ୍ ରୁ ୬ଟା ୪୦ମିନିଟ୍, ସକାଳ ୭ଟା ୨୭ମିନିଟ୍ ରୁ ୮ଟା ୪୨ମିନିଟ୍, ଦିବା ୧୧ଟା ୫୩ମିନିଟ୍ ରୁ ୨ଟା ୪୯ମିନିଟ୍, ଦିବା ୩ଟା ୩୬ମିନିଟ୍ ରୁ ସନ୍ଧ୍ୟା ୫ଟା ୩ମିନିଟ୍, ସନ୍ଧ୍ୟା ୫ଟା ୫୬ମିନିଟ୍ ରୁ ରାତ୍ର ୮ଟା ୧୬ମିନିଟ୍, ରାତ୍ର ୧୧ଟା ୫୭ମିନିଟ୍ ରୁ ରାତ୍ର ୧ଟା ୩୮ମିନିଟ୍, ରାତ୍ର ୨ଟା ୩୨ମିନିଟ୍ ରୁ ରାତ୍ର ୪ଟା ୧୩ମିନିଟ୍ । ପର୍ବଦିନ- ତ୍ରେତା ଯୁଗାଦି ଶ୍ରାଦ୍ଧ, ଅଁଳା ନବମୀ, ଧାତ୍ରୀ ପୂଜା, ଜଗଦ୍ଧାତ୍ରୀ ପୂଜା, ଶ୍ରୀରାଧାଙ୍କ ପାଦ ଦର୍ଶନ ।
ମେଷ:-
ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ । ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ନିଜର ପ୍ରତିଷ୍ଠା ଓ ସୁନାମ ବଢିବା ସହ ଆୟ ମଧ୍ୟ ଉତ୍ତମ ହେବ । ଜାଗା, ଜମି ଗୃହ ସମ୍ବନ୍ଧୀୟ କୌଣସି ମାମଲା, ସମାଧାନ ହୋଇଯିବ । ସ୍ୱାସ୍ଥ୍ୟ ଭଲ ରହିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ପାରିବେ । ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।
ବୃଷ:-
ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ । ସ୍ଥାନାନ୍ତର ହେବାକୁ ଚାହୁଁଥିଲେ, ଆଜି ଚେଷ୍ଟାକଲେ ଉତ୍ତମ ସ୍ଥାନରେ ଅବସ୍ଥାପିତ ହେବେ । ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କର୍ମକ୍ଷେତ୍ରରେ ସମ୍ମାନ ପ୍ରାପ୍ତି ଓ ସହକର୍ମୀଙ୍କ ସହ ବୁଝାମଣା ଠିକ୍ ରହିବ । ଋଣଭାର କମିଯିବ । ଶତୃମାନେ ପରାଜିତ ହେବେ । ଅଧୁରା କାର୍ଯ୍ୟ ପୂରଣ ହେବ । ପ୍ରଚୁର ଧନଲାଭ ହେବା ଫଳରେ ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।
ମିଥୁନ:-
ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ । କର୍ମକ୍ଷେତ୍ରରେ ବ୍ୟବସ୍ଥିତତା ହେତୁ ଶାନ୍ତି ଉପୁଜିବ । ବ୍ୟବସାୟୀ ମାନେ ସ୍ଥଳବିଶେଷରେ ଅଧିକ ପରିଶ୍ରମ ବିନା ଅଧିକ ଲାଭବାନ ହେବା ନିମନ୍ତେ ଅନ୍ୟମାନଙ୍କୁ ସିଡି ରୂପେ ବ୍ୟବହାର କରିବେ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ଆର୍ଥିକ ଟଣାଟଣି ଅବସ୍ଥା ସୁଧୁରି ଯିବ । ପାରିବାରିକ ଜୀବନରେ ସ୍ଵାମୀସ୍ତ୍ରୀଙ୍କ ସ୍ୱାସ୍ଥ୍ୟ ଭଲ ରହିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
କର୍କଟ:-
ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ । ବ୍ୟବସାୟର ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ । ଆବଶ୍ୟକତା ପୂରଣ ଦିଗରେ କିଛି ଖର୍ଚ୍ଚ କରିବାକୁ ପଡିପାରେ । ଜୀବନସାଥୀଙ୍କ ଇଛାକୁ ସମ୍ମାନ ଦେଇ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବେ । ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ସିଂହ:-
ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଲୋକ ସମ୍ପର୍କ, ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ ଯୋଗଦେଇ ପ୍ରଶଂସା ପାଇବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । କର୍ମକ୍ଷେତ୍ରରେ ଆନ୍ତରିକ ଉତ୍ସାହ ଉଦ୍ଦୀପନା ବୃଦ୍ଧିହେବା ଫଳରେ ଆନନ୍ଦିତ ହେବେ । ପାରିବାରିକ ଜୀବନ ସୁଖରେ କାଟିବେ । ସାଙ୍ଗ ସାଥିଙ୍କ ଠାରୁ ସାହାଯ୍ୟ ପାଇ ବ୍ୟବସାୟରେ ପୁରୁଣା ପ୍ରାପ୍ୟ ଅଦାୟ କରି ପାରିବେ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।
କନ୍ୟା:-
ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ । ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ । ବ୍ୟବସାୟ କ୍ଷେତ୍ରରୁ ଆଶାତୀତ ଲାଭପାଇ ଖୁସି ହେବେ । ଧନ ସମ୍ବନ୍ଧିୟ ସମସ୍ୟା ସମାଧାନ ହୋଇଯିବ । ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ିବ । ପାରିବାରିକ ଜୀବନରେ ମତଭେଦର ସମାଧାନ ହୋଇ ଭଲରେ ସମୟ ବିତାଇବେ । ରାଜନୀତି କ୍ଷେତ୍ରରେ କଳବଳ ଖଟାଇ ନିଜର ସ୍ଥାନକୁ କୌଣସି ମତେ ଦୃଢ ରଖି ପାରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ତୁଳା:-
ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ । ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା ଚାଲୁରଖିବେ । ସାମାନ୍ୟ ଚେଷ୍ଟା କଲେ ଜମି, ଜମା ବିବାଦ ମେଣ୍ଟି ଯିବ ଓ ପାରିବାରିକ ଜୀବନରେ ଗୁରୁଜନମାନେ ସନ୍ତୁଷ୍ଟ ରହିବେ । ଶିକ୍ଷା କ୍ଷେତ୍ରରେ ନିରର୍ଥକ ମନସନ୍ତାପ କଟିଯାଇ ମାନସିକ ଶାନ୍ତି ଅନୁଭବ କରିବେ । ରାଜନୀତିରେ ଲୋକସମର୍ଥନ ପ୍ରଚୁର ମିଳିବ ଓ କାର୍ଯ୍ୟବ୍ୟସ୍ତତା ଯୋଗୁ ପରିବାର ଠାରୁ ଦୂରରେ ରହିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ବିଚ୍ଛା:-
ସନ୍ତାନର ଶୁଭ ଖବର ଶୁଣି ଖୁସି ହେବେ । ଧର୍ମାନୁଷ୍ଠାନରେ ଯୋଗ ଦେଇ ସମ୍ମାନ ପାଇବେ । ବ୍ୟବସାୟ କ୍ଷେତ୍ରରେ ତୈଳବୀଜ ଓ ରବି ଫସଲ ବ୍ୟବସାୟରେ ବେଶ୍ ଲାଭବାନ ହେବେ । ପାରିବାରିକ ଜୀବନ ସୁଖମୟ ହେବ । ରାଜନୀତିରେ ଗସ୍ତ କାର୍ଯ୍ୟକ୍ରମ ଥିଲେ ବହୁ ସମୟ ବାହାରେ କଟାଇବାକୁ ବାଧ୍ୟ ହେବେ । ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ପୁରୁଣା ରୋଗର ପ୍ରକୋପ ଯୋଗେ ସ୍ୱାସ୍ଥ୍ୟ ଖରାପ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ଧନୁ:-
ସଠିକ୍ ବୁଝାମଣା ହେତୁ କଷ୍ଟସାଧ୍ୟ କାର୍ଯ୍ୟ ସହଜରେ ପୂରଣ କରିପାରିବେ । ସୁବର୍ଣ୍ଣ ସୁଯୋଗକୁ ହାତଛଡା ନକରିବା ଉଚିତ୍ । ମାଙ୍ଗଳିକ କାର୍ଯ୍ୟରେ ଯୋଗଦେଇ ଆନନ୍ଦିତ ହେବେ । ଆପଣାଲୋକ ଭାବେ ଗଣତି ହେଉଥିବା ବ୍ୟକ୍ତିଙ୍କ ମଧ୍ୟରୁ କେହି ସାହାଯ୍ୟ ସହଯୋଗ କରିବେ । ପ୍ରତିଯୋଗିତା ପରୀକ୍ଷାରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ । ସ୍ଵାର୍ଥକୁ କେନ୍ଦ୍ରକରି ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ । ବିବାଦମାନ ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡିପାରେ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ । ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ମକର:-
ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ, କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ । ପାରିବାରିକ କ୍ଷେତ୍ରରେ ଅସନ୍ତୋଷ, କ୍ଷୋଭ ଓ ଅବଶୋଷ ଦୂରେଇ ଯିବ । ଜୀବନସାଥି ଓ ସନ୍ତାନଙ୍କ ସହ ଭ୍ରମଣ କରିବେ । କାହାରି ପାଖରେ ମୁଣ୍ଡ ନଇଁବ ନାହିଁ । ଚାକିରିରେ ଉତ୍ତମ ରୋଜଗାର କରିପାରିବେ । ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ ।
କୁମ୍ଭ:-
ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ଯାତ୍ରା ଫଳରେ ଉତ୍ସାହିତ ହେବେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ବିଦ୍ୟାରେ ଉନ୍ନତି କରିବେ । ପ୍ରବାସ ଯାତ୍ରାରେ ବିଶେଷ ଲାଭବାନ୍ ହେବେ । ବରିଷ୍ଠ ବ୍ୟକ୍ତି ଓ ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ମୀନ:-
ସାମାଜିକ କାର୍ଯ୍ୟରେ ଯୋଗ ଦେବେ । ବିଦ୍ୟାର୍ଥିମାନେ ନିଜ କ୍ୟାରିୟର ପାଇଁ ଭଲ ସୁଯୋଗ ପାଇ ପାରିବେ । ପରିବାରରେ ହସଖୁସିର ବାତାବରଣ ଜାରିରହିବ । ଉନ୍ନତ ଜ୍ଞାନ କୌଶଳରେ କାର୍ଯ୍ୟ କରୁଥିବା ଲୋକମାନଙ୍କ ପାଇଁ ବିଶେଷ ଶୁଭ ହେବ । ଆବଶ୍ୟକସ୍ଥଳେ ଛଳନାର ଆଶ୍ରୟ ନେଇ ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବେ । ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ୍ତ କରିପାରିବେ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
