ତପ୍ତପାଣି ଘାଟିରେ ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍, ୩ ଗୁରୁତର
ଗଞ୍ଜାମ : ତପ୍ତପାଣି ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍ । ଫଳରେ ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ହୋଇଛନ୍ତି ।
ସୂଚନା ଯେ, କିଛି ବ୍ୟକ୍ତି କାରରେ ବ୍ରହ୍ମପୁରରୁ ଉଦୟଗିରି ଯାଉଥିଲେ । ହେଲେ ପାଟପୁର ଥାନା ତପ୍ତପାଣି ଘାଟି ମୃଗ ବିହାର ନିକଟରେ ଏହା ଦୁର୍ଘଟଣାଗ୍ରସ୍ତ ହୋଇଥିଲା । କାରଟି ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲା । ଡ୍ରାଇଭରଙ୍କ ଆଖି ଲାଗିଯିବାରୁ ଏହି ଅଘଟଣ ଘଟିଥିବା କୁହାଯାଉଛି । ଏଥିରେ ୩ ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଦିଗପହଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଖବରପାଇ ପାଟପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
