ଅବପାତର ରୂପ ନେଲା ଲଘୁଚାପ, ଏହିସବୁ ଜିଲାରେ ଲାଗି ରହିବ ବର୍ଷା
ଭୁବନେଶ୍ୱର : ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଏହି ଲଘୁଚାପ କ୍ଷେତ୍ର ଏବେ ପଶ୍ଚିମ-ଉତ୍ତରପଶ୍ଚିମ ଅଭିମୁଖେ ଗତି କରୁଛି । ଏହା ସୋମବାର ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେଇଛି। ସେହିପରି ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହେବ। ଏହାର ପ୍ରଭାବ ଓଡ଼ିଶାରେ ପଡ଼ିବ। ପାଗ ମେଘୁଆ ସହ ଆସନ୍ତା ୧୯ ଯାଏ ବର୍ଷା ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।
ଦିଗରେ ଗତି କରି କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସକ୍ରିୟ ରହିଛି। ଏହାସହିତ ଜଡ଼ିତ ଘୂର୍ଣ୍ଣିବଳୟ ୫.୮ କିଲୋମିଟର୍ ପର୍ଯ୍ୟନ୍ତ ବ୍ୟାପିଛି। ଆଗାମୀ ୨୪ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତର ଓ ପଶ୍ଚିମ ଦିଗରେ ଗତି କରିବ ଏବଂ ଉତ୍ତର ଆଣ୍ଡାମାନ ସାଗର ଏବଂ ଦକ୍ଷିଣ-ପୂର୍ବ ଆଣ୍ଡାମାନ ସାଗର ପହଞ୍ଚିଲା ବେଳକୁ ଏକ ସ୍ପଷ୍ଟ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ୧୭ ତାରିଖ ବେଳକୁ ଏହା ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅତିକ୍ରମ କରି ଯେତେବେଳେ ପଶ୍ଚିମ-କେନ୍ଦ୍ର ବଙ୍ଗୋପସାଗରରେ ପହଞ୍ଚିବ, ସେତେବେଳେ ଏହା ଅବପାତର ରୂପ ନେବାର ସମ୍ଭାବନା ରହିଛି। ଏହା ପରେ ୧୮ ତାରିଖରେ ଏହା ଆନ୍ଧ୍ର ଉପକୂଳରେ ପହଞ୍ଚିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୭ ଓ ୧୮ ତାରିଖରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୧୭ ତାରିଖରେ ଦକ୍ଷିଣ ଉପକୂଳ ଓଡ଼ିଶାର ଗଞ୍ଜାମ, ଗଜପତିରେ ପ୍ରବଳ ବର୍ଷା ହେବାକୁ ଥିବାବେଳେ ୧୮ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି ଓ ଗଞ୍ଜାମରେ ବର୍ଷା ହେବ ନେଇ ସୂଚନା ରହିଛି । ସେହିପରି ପଶ୍ଚିମ-କେନ୍ଦ୍ରୀୟ ସମୁଦ୍ର ୧୬ରୁ ୧୮ ତାରିଖ ପର୍ଯ୍ୟନ୍ତ ଓ ୧୭ରୁ ୧୮ ତାରିଖ ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡିଶା ସମୁଦ୍ର ଅଶାନ୍ତ ରହିବ ।
ବର୍ତ୍ତମାନ ଉତ୍ତର ଓଡ଼ିଶାର କିଛି ଜିଲାର ଅନେକ ସ୍ଥାନରେ ହାଲୁକାର ସ୍ୱଳ୍ପରୁ ଧରଣର ବର୍ଷା ହେଉଛି। ସମ୍ଭାବ୍ୟ ଅବପାତ ପ୍ରଭାବରେ ଉପକୂଳବର୍ତ୍ତୀ ଦକ୍ଷିଣ ଓଡ଼ିଶା ଜିଲ୍ଲା ଗୁଡ଼ିକର ଅନେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଗଞ୍ଜାମ ଓ ଗଜପତିରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୧୮ ତାରିଖରେ ୫ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ୫ ଜିଲ୍ଲାଗୁଡ଼ିକ ହେଲେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି। ୧୬ରୁ ୧୮ ତାରିଖ ଯାଏ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ପବନର ବେଗ ୪୫ରୁ ୫୫ କିମି ରହିବ। ସେହିପରି ୧୭ ତାରିଖ ପରଠାରୁ ଉପକୂଳବର୍ତ୍ତୀ ଅଞ୍ଚଳରେ ପବନର ବେଗ ୪୫ରୁ ୫୫ କିମି ରହିବ। ତେଣୁ ମତ୍ସଜୀବୀ ମାନଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଥିବା ଶ୍ରୀ ଦାସ କହିଛନ୍ତି। ସୂଚନା ଯେ, ଗତସେପ୍ଟେମ୍ବର ମାସରେ ‘ଗୁଲାବ’ ବାତ୍ୟା ପରେ ଅକ୍ଟୋବରରେ କୌଣସି ଅବପାତ ହୋଇନଥିଲା। କିନ୍ତୁ ନଭେମ୍ବରରେ ପ୍ରତି ସପ୍ତାହରେ ଗୋଟିଏ ଲେଖାଏଁ ସିଷ୍ଟମ୍ ସୃଷ୍ଟି ହେବାରେ ଲାଗିଛି। ଲଘୁଚାପ କ୍ଷେତ୍ର ଦେଇ ଟ୍ରଫଲାଇନ୍ ସୃଷ୍ଟି ଓ ଅତିକ୍ରମ ତଥା ରାଜ୍ୟ ଉପରେ ଏହାର ପ୍ରଭାବ ବିଶ୍ବ ଜଳବାୟୁ ପରିବର୍ତ୍ତନର ସଙ୍କେତ ଦେଉଛି।
