ଆଜିର ଭାଗ୍ୟଫଳ (ବୁଧବାର, ୧୭ /୧୧/୨୦୨୧), ଶ୍ରୀ ଗଣେଶଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି
ଆଜି୨୦୨୧ ନଭେମ୍ବର ୧୭ । ବୁଧବାର । ବିଛାମାସ ୨ ଦିନ । କାର୍ତ୍ତିକମାସ । ଶୁକ୍ଳପକ୍ଷ । ତ୍ରୟୋଦଶୀତିଥି ସକାଳ ୯ଟା ୫୦ମିନିଟ୍ ଗତେ ଚତୁର୍ଦ୍ଦଶୀ ତିଥି । ଅଶ୍ଵିନୀ ନକ୍ଷତ୍ର । ମେଷ ରାଶିରେ ଚନ୍ଦ୍ର । ବ୍ୟତିପାତ ଯୋଗ । ତୈତିଳ କରଣ, ସକାଳ ୯ଟା ୫୦ମିନିଟ୍ ଗତେ ଗର କରଣ । କର୍କଟ ରାଶିର ଘାତବାର । ମେଷ ରାଶିର ଘାତଚନ୍ଦ୍ର । ବାଇଗଣ ନ ଖାଇଲେ ଭଲ, ସକାଳ ୯ଟା ୫୦ମିନିଟ୍ ପରେ ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ସକାଳ ୯ଟା ୫୦ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ ।
ଶ୍ରାଦ୍ଧ ତର୍ପଣ- ଚତୁର୍ଦ୍ଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୮ଟା ୪୫ମିନିଟ୍ ରୁ ୧୦ଟା ୮ମିନିଟ୍, ଦିବା ୧୧ଟା ୩୧ମିନିଟ୍ ରୁ ଦିବା ୧୨ଟା ୫୪ମିନିଟ୍, ରାତ୍ରି ୨ଟା ୪୬ମିନିଟ୍ ରୁ ରାତ୍ରି ୪ଟା ୨୩ମିନିଟ୍ । ଶୁଭସମୟ- ପ୍ରାତଃ ୬ଟା ୧ମିନିଟ୍ ରୁ ୮ଟା ୧୧ମିନିଟ୍, ଦିବା ୧୦ଟା ୨୬ମିନିଟ୍ ରୁ ୧୧ଟା ୩୦ମିନିଟ୍, ଦିବା ୧ଟା ୨୩ମିନିଟ୍ ରୁ ୩ଟା ୩୩ମିନିଟ୍, ସନ୍ଧ୍ୟା ୫ଟା ୫୫ମିନିଟ୍ ରୁ ୬ଟା ୪୫ମିନିଟ୍, ରାତ୍ର ୮ଟା ୩୧ମିନିଟ୍ ରୁ ରାତ୍ର ୨ଟା ୪୫ମିନିଟ୍, ରାତ୍ର ୪ଟା ୨୪ମିନିଟ୍ ରୁ ୫ଟା ୫୯ମିନିଟ୍ । ପର୍ବଦିନ- ଶିବ ଚତୁର୍ଦ୍ଦଶୀ ଓ ବେଢା ପରିକ୍ରମା, ବଡ ଓଷା ।
ମେଷ:-
ଶୁଭକାମ କରି ପ୍ରଶଂସିତ ହେବେ । ବିଦ୍ୟାର୍ଥୀମାନେ ପ୍ରତିଯୋଗୀତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ । ଅପେକ୍ଷା କରିଥିବା କାର୍ଯ୍ୟଟି ପୂରଣ କରିବା ପାଇଁ ସକ୍ଷମ ହେବେ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବେ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ବୃଷ:-
ଶରୀର ଭଲ ରହିବ । କୃଷି ଓ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ । ବିଦେଶ ଯାତ୍ରାରେ ସଫଳ ହେବେ । ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ । ବିଦ୍ୟା କ୍ଷେତ୍ରରେ ଯଶ ପ୍ରାପ୍ତି ହେବ । ଅଚାନକ ଭାବରେ କୌଣସି ସୁସମ୍ବାଦ ଶୁଣିବେ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ମିଥୁନ:-
ବ୍ୟବସାୟୀମାନଙ୍କର ଲାଭ ଅଧିକ ହେବା ଫଳରେ ମନ ଖୁସି ରହିବ । ଜଗାଜମି, ଗୃହ ଉପକରଣ କ୍ରୟ କରିବେ । ପଢାପଢିରେ ମାନସିକ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ । ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ । କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ । ଋଣପ୍ରାପ୍ତି ଓ ଋଣମୁକ୍ତର ରାସ୍ତା ପରିଷ୍କାର ହେବ । ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।
କର୍କଟ:-
ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ । ବିଗିଡି ଯାଇଥିବା କାର୍ଯ୍ୟ ସୁଧୁରିଯିବା ଫଳରେ ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ସିଂହ:-
ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ । ନୂତନ ଲୋକଙ୍କ ସହିତ ଭେଟ ହେବ । ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ଧୈର୍ଯ୍ୟ ଓ ସଂଯମ ରଖି ଅସହାୟ ମାନଙ୍କୁ ସାହାଯ୍ୟ କରିବା ଫଳରେ ଲୋକମାନଙ୍କ ନିକଟରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପ୍ରତ୍ତି ବୃଦ୍ଧି ପାଇବ । ଧନନିବେଶ ପାଇଁ ଆଜି ଉପଯୁକ୍ତ ସମୟ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
କନ୍ୟା:-
ବାଣିଜ୍ୟ ଓ ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ । ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ । ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ । ଅତ୍ୟଧିକ ପରିଶ୍ରମ ହେତୁ ଶାରୀରିକ ପୀଡା ଅନୁଭବ କରିବେ । ବଡ ପଣିଆ ଦେଖାଇଲେ ମନ୍ଦଫଳ ଭୋଗିବାକୁ ପଡିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ତୁଳା:-
ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ । ବ୍ୟବସାୟ କ୍ଷେତ୍ରରେ ନୂଆଲକ୍ଷ ନିର୍ଦ୍ଧାରିତ କରିବେ । ମନ ଲଗାଇ କାର୍ଯ୍ୟ ମଧ୍ୟ କରିବେ । ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ । ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂର ହେବ । ଆଦର୍ଶବାଦୀ ହେବେ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ଚାକିରୀରେ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତହେବ । ଫୋନ ବା ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଠାରୁ ସୁସମ୍ବାଦ ପ୍ରାପ୍ତି ହେବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।
ବିଚ୍ଛା:-
ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତର ଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ବିତିଯାଇଥିବା ମାମଲାରେ ମଧ୍ୟ ସଫଳତା ମିଳିବ । କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।
ଧନୁ:-
ସ୍ୱାସ୍ଥ୍ୟରେ ସୁଧାର ଆସିବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ । ଧନ ଲାଭ ହେବ । ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ପରିବାରରେ ସମ୍ବନ୍ଧରେ ପ୍ରଗାଢତା ଆସିବ ଓ ଶାନ୍ତି ମିଳିବ । ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ । କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ସେମିତି କିଛି ହେବ ନାହିଁ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।
ମକର:-
କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷ ହେବ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ । ବ୍ୟାପାର ବାଣିଜ୍ୟ ଓ କାମ-କାର୍ଯ୍ୟର ସ୍ଥିତି ସନ୍ତୋଷ ଜନକ ହେବ । ପ୍ରପର୍ଟୀ ସମ୍ବନ୍ଧିୟ ମାମଲା ସତୃଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ଛାତ୍ର ଛାତ୍ରୀମାନେ ଖେଳ, କୁଦ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରିପାରିବେ । ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
କୁମ୍ଭ:-
ଶାରୀରିକ କଷ୍ଟ ଦୂର ହୋଇ ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ । ମନରେଥିବା କାମନା ପୂର୍ଣ୍ଣ ହେବ । ନୂଆ ଚାକିରୀ ହେବାର ସୁଯୋଗ ମିଳିବ । ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇପାରିବେ । ସେୟାର ବଜାରରେ ମୁନାଫା ମିଳିବ । ପୁରୁଣା ନିବେଶ ଲାଭ ଦେବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ପ୍ରତିକାର- ପାଣିରେ କିଛି ଫିଟିକିରି ପକାଇ ଘରକୁ ପୋଛନ୍ତୁ ।
ମୀନ:-
ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ପାଇବେ । ପାରିବାରିକ ଓ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ଶରୀର ସୁସ୍ଥ ରହିବା ସହ ଶତୃ ପରାଜିତ ହେବେ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢି ପାରିବେ । ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ । ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ସ୍ନାନ କରନ୍ତୁ ।
