ଭୁବନେଶ୍ୱର : ୧୦୧ ପଜିଟିଭ୍ ଓ ୯୩ ସୁସ୍ଥ
ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଅଂଚଳରୁ ଗୁରୁବାର ଦିନ ଆଉ ୧୦୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୭ ଜଣ କ୍ୱାରେଂଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୬୪ ଜଣ ଲୋକାଲ ମାମଲା ରହିଛନ୍ତି । ସେହିପରି ଗତ ୨୪ ଘଂଟାରେ ଆଉ ୯୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବିଏମସି ପକ୍ଷରୁ ଟୁଇଟ୍ କରି ଏହି ସୂଚନା ଦିଆଯାଇଛି ।
ଏଥିସହ ଭୁବନେଶ୍ୱରରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୦୨୭୭ରେ ପହଂଚିଛି । ସେମାନଙ୍କ ମଧ୍ୟରୁ ୧୧୭୬୩୨ ଜଣ ସୁସ୍ଥ ହୋଇଥିବା ବେଳେ ୧୫୫୧ ସକ୍ରିୟ ମାମଲା ରହିଛି । ସେହିପରି ମୃତକଙ୍କ ସଂଖ୍ୟା ୧୦୭୩ ରହିଛି ।
