ପୁଣି ଖସିଲା ସୁନା-ରୁପା ଦର, ଜାଣନ୍ତୁ କ’ଣ ରହିଛି ରେଟ୍
ନୂଆଦିଲ୍ଲୀ : ସୁନା ଓ ରୁପା ମୂଲ୍ୟରେ ହ୍ରାସ ଘଟିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ହ୍ରାସ ରେକର୍ଡ କରାଯାଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳିଛି । ଶୁକ୍ରବାର ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୩୭୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଶୁକ୍ରବାର ୧୦ ଗ୍ରାମ ସୁନା ମୂଲ୍ୟ ୪୯,୧୦୦ ଟଙ୍କାରେ ପହଞ୍ଚିଛି । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ମଧ୍ୟ ୩୭୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୮,୧୦୦ ଟଙ୍କାରେ ପହଞ୍ଚିଛି । ସେପଟେ ଶୁକ୍ରବାର ଦେଶରେ ରୁପା ମୂଲ୍ୟରେ ହ୍ରାସ ଘଟିଛି । ଶୁକ୍ରବାର ରୁପା ଦରରେ ୧୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୩୦୦ ଟଙ୍କାରେ ପହଞ୍ଚିଛି । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୬୩୦ ଟଙ୍କାରେ ପହଞ୍ଚିଛି ।
ରାଜଧାନୀ ଭୁବନେଶ୍ୱରରେ ସୁନା ମୂଲ୍ୟରେ ମଧ୍ୟ ହ୍ରାସ ଘଟିଛି । ଶୁକ୍ରବାର ୧୦ ଗ୍ରାମ ସୁନା ଦରରେ ୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟ ୫୦,୭୪୦ ଟଙ୍କାରେ ପହଞ୍ଚିଛି । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୬,୧୫୦ ଟଙ୍କାରେ ପହଞ୍ଚିଛି । ସେହିପରି ଶୁକ୍ରବାର ଭୁବନେଶ୍ୱରରେ ରୁପା ମୂଲ୍ୟରେ ହ୍ରାସ ରେକର୍ଡ କରାଯାଇଛି । ରୁପା ଦରରେ ୧୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୬,୩୦୦ ଟଙ୍କାରେ ପହଞ୍ଚି ଥିବାବେଳେ ୧୦୦ ଗ୍ରାମ ରୁପା ମୂଲ୍ୟ ୬,୬୩୦ ଟଙ୍କାରେ ପହଞ୍ଚିଛି ।
