ରାଜ୍ୟରେ ଆଉ ୩୫୪ କରୋନା ସଂକ୍ରମିତ ସୁସ୍ଥ
ଭୁବନେଶ୍ୱର : ରାଜ୍ୟରେ ଆଜି ଆଉ ୩୫୪ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୫ ହଜାର ୯୬୭ରେ ପହଂଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୦୭ ଜଣ ଥିବାବେଳେ କଟକରୁ ୪୨, ଯାଜପୁରରୁ ୧୦, ଦେବଗଡ଼ ଓ ପୁରୀରୁ ୭ ଜଣ ଲେଖାଏଁ, ଜଗତସିଂହପୁର, ସମ୍ବଲପୁର, ସୁନ୍ଦରଗଡ଼ରୁ ୬ ଜଣ ଲେଖାଏଁ, ମୟୂରଭଂଜ ଓ ନବରଂଗପୁରରୁ ୫ ଜଣ ଲେଖାଏଁ, ବାଲେଶ୍ୱରରୁ ୪, ବରଗଡ଼ ଓ କେନ୍ଦ୍ରାପଡ଼ାରୁ ୨ ଜଣ ଲେଖାଏଁ, ଭଦ୍ରକ, ଝାରସୁଗୁଡ଼ା ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ଏବଂ ରାଜ୍ୟପୁଲରୁ ୪୨ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।
