ରାଜ୍ୟରେ ଆଉ ୨୦୫ କରୋନା ସଂକ୍ରମିତ ଚିହ୍ନଟ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୪୫ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଉପରତଳ ହେଉଛି ମହାମାରୀ କରୋନା ଗ୍ରାଫ୍ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ସେପ୍ଟେମ୍ବର ପରେ ଅକ୍ଟୋବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ଏହାରି ମଧ୍ୟରେ ରବିବାର ଗତ ୨୪ ଘଣ୍ଟା ମଧ୍ୟରେ ୨୦୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧୯ ଓ ସ୍ଥାନୀୟ ଅଞ୍ଚଳରୁ ୮୬ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୪୫ ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୪୭ହଜାର ୦୦୩କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲାରୁ ୫ଜଣ ଥିବାବେଳେ ବରଗଡ଼ରୁ ଜଣେ, ବଲାଙ୍ଗୀରରୁ ଜଣେ, ବୌଦ୍ଧରୁ ୫ଜଣ, କଟକରୁ ୧୦ଜଣ, ଦେଓଗଡ଼ରୁ ଜଣେ, ଗଞ୍ଜାମରୁ ଜଣେ, ଜଗତସିଂହପୁରରୁ ୩ଜଣ, ଯାଜପୁରରୁ ୬ଜଣ, କଳାହାଣ୍ଡିରୁ ୩ଜଣ, କେନ୍ଦ୍ରାପଡ଼ାରୁ ୨ଜଣ, ଖୋର୍ଦ୍ଧାରୁ ୧୦୭ଜଣ, ମୟୁରଭଞ୍ଜରୁ ୫ଜଣ, ନୟାଗଡ଼ରୁ ୪ଜଣ, ପୁରୀରୁ ଜଣେ, ରାୟଗଡ଼ାରୁ ଜଣେ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୨୨ଜଣ ଓ ରାଜ୍ୟ ପୁଲରୁ ୨୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦ଲକ୍ଷ ୪୭ହଜାର ୦୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୦ଲକ୍ଷ ୩୬ହଜାର ୨୩୦ ଜଣ ସୁସ୍ଥ ହୋଇଥିବା ବେଳେ ୨ହଜାର ୩୨୭ ଜଣ ସକ୍ରିୟ ମାମଲା ରହିଛି । ଏବେ ସୁଦ୍ଧା ରାଜ୍ୟରେ ୨,୩୨,୨୮,୧୮୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।
