ବାଲୁକା ଚିତ୍ରକଳାରେ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ପ୍ରକଳ୍ପ : ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଦେଲେ ଚିତ୍ର ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ
ପୁରୀ : ବାଲୁକା ଚିତ୍ରକଳାରେ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ପ୍ରକଳ୍ପ । ବୁଧବାର ଶ୍ରୀମନ୍ଦିର ପରିକ୍ରମା ମାର୍ଗ ପ୍ରକଳ୍ପର ହେବ ଶିଳାନ୍ୟାସ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କାର୍ଯ୍ୟକ୍ରମରେ ସାମିଲ ହେବେ। ବାଲୁକା ଚିତ୍ରକଳାରେ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଦେଇଛନ୍ତି ବାଲୁକା ଚିତ୍ର ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ।
ଶ୍ରୀମନ୍ଦିର ପରିକ୍ରମା ମାର୍ଗ ପ୍ରକଳ୍ପ କାର୍ଯ୍ୟ ନେଇ ନିଜେ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ଭାବେ ଦୃଷ୍ଟି ଦେଇ ଥିବା ହେତୁ ବାଲୁକା ଚିତ୍ରକଳାରେ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଦେଇଛନ୍ତି ବାଲୁକା ଚିତ୍ର ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ନିର୍ମିତ ବାଲୁକା ଚିତ୍ରକଳାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୁଖ ମଣ୍ଡଳ, ନୀଳଚକ୍ର ସ୍ଥାନ ଦିଆଯାଇଛି। ଖୁବ ଶୀଘ୍ର ଏହି କାର୍ଯ୍ୟ ଶେଷ ହେଉ ବୋଲି ମହାପ୍ରଭୁଙ୍କୁ ପ୍ରାର୍ଥନା କରିଛନ୍ତି ବାଲୁକା ଚିତ୍ରଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ।
