୮୧ ଜଣ ଡାକ୍ତରଙ୍କ ନିଯୁକ୍ତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
ଭୁବନେଶ୍ୱର : ସରକାର ରାଜ୍ୟର ବିଭିନ୍ନ ସ୍ଥାନରେ ଖାଲି ଥିବା ଓଡିଶା ମେଡିକାଲ ଓ ସ୍ୱାସ୍ଥ୍ୟସେବା (ଓଏମ୍ଏଚ୍ଏସ) ଗ୍ରୁପ-ଏ (ଜୁନିଅର ବ୍ରାଂଚ)ରେ ଡାକ୍ତର ପଦବୀ ପୂରଣ କରିବାକୁ ଯାଉଛନ୍ତି । ଓଡିଶା ରାଜ୍ୟ ପବ୍ଲିକ୍ ସର୍ଭିସ କମିଶନଙ୍କ ମାଧ୍ୟମରେ ୮୧ଟି ପଦବୀ ନିମନ୍ତେ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି ।
ରାଜ୍ୟ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ରାଜ୍ୟରେ ଥିବା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଗୁଡିକରେ ଥିବା ଖାଲି ପଦ ସଂପର୍କରେ ସୂଚୀତ କରିଛନ୍ତି । ନୂଆ କରି ନିଯୁକ୍ତି ପାଇବାକୁ ଥିବା ଡାକ୍ତରୀ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରୁ ୮୧ଟି ପଦବୀରୁ ଅନୁସୂଚୀତ ଜାତି ପାଇଁ ୪୭ଟି ଓ ଅନୁସୂଚୀତ ଜନଜାତି ପାଇଁ ୩୪ଟି ପଦବୀ ସଂରକ୍ଷିତ ।
ଓ.ପି.ଏସ୍.ସି ଦ୍ୱାରା ପ୍ରାର୍ଥୀ କୃତକାର୍ଯ୍ୟ ହୋଇସାରିବା ପରେ ସାଧାରଣ ପ୍ରଶାସନ ବିଭାଗର ନିୟମ ଅନୁସାରେ ପ୍ରାର୍ଥୀ ମାନେ ଇ-କାଉନସେଲିଂରେ ଯୋଗ ଦେଇଥିଲେ । ଏହି ଅଧାରରେ ମେଡିକାଲ ଅଫିସର ମାନଙ୍କୁ ନିଯୁକ୍ତି ଦିଆଯିବ । ଏଥିପାଇଁ ସଂପୃକ୍ତ ପ୍ରାର୍ଥୀ ମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି ।ଫଳରେ ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦବୀ ପୂରଣ ହେବା ସହ ରୋଗୀ ସେବା କ୍ଷେତ୍ରରେ ଉନ୍ନତି ଆସିପାରିବ ।
