ରାଜ୍ୟର ଆଉ ୨ କରୋନା ଆକ୍ରାନ୍ତ ମୃତ
ଭୁବନେଶ୍ୱର : ରାଜ୍ୟରେ କରୋନା କୋପ ହ୍ରାସ ପାଉଛି । ପୂର୍ବପେକ୍ଷା ଏବେ ମୃତ୍ୟୁ ସଂଖ୍ୟାରେ ହ୍ରାସ ଘଟିଛି । ଯାହାଫଳରେ ଦୈନିକ ମୃତ୍ୟୁସଂଖ୍ୟା ସିଧାସଳଖ ୫ ତଳକୁ ଖସିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନା ନେଇଛି ୨ ଜୀବନ । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ରହିଛନ୍ତି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୪୦୧ ରେ ପହଁଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
