ଆଜିର ଭାଗ୍ୟଫଳ (ଶନିବାର, ୧୧/୧୨/୨୦୨୧), ଶନିଦେବଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆକସ୍ମିକ ଅର୍ଥ
ଆଜି ୨୦୨୧ ଡିସେମ୍ବର ୧୧ । ଶନିବାର । ବିଛା ମାସ ୨୬ ଦିନ । ମାର୍ଗଶୀର ମାସ । ଶୁକ୍ଳପକ୍ଷ । ଅଷ୍ଟମୀ ତିଥି । ପୂର୍ବଭାଦ୍ରପଦ ନକ୍ଷତ୍ର। କୁମ୍ଭ ରାଶିରେ ଚନ୍ଦ୍ର । ବଜ୍ର ଯୋଗ ସକାଳ ୬ଟା ୫୩ମିନିଟ୍ ଗତେ ସିଦ୍ଧି ଯୋଗ । ବିଷ୍ଟି କରଣ, ସକାଳ ୭ଟା ୫ମିନିଟ୍ ଗତେ ବବ କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର ଦିବା ୪ଟା ୧୭ମିନିଟ୍ ଗତେ ଧନୁ ରାଶିର ଘାତଚନ୍ଦ୍ର । ନଡିଆ, ଆମିଷ ନ ଖାଇଲେ ଭଲ ରାତି ୭ଟା ୧୩ମିନିଟ୍ ପରେ ଲାଉ ନ ଖାଇଲେ ଭଲ ।
ଯୋଗିନୀ- ଐଶାନ୍ୟେ ରାତି ୭ଟା ୧୩ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଅଷ୍ଟମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୬ଟା ୧୪ମିନିଟ୍ ରୁ ୭ଟା ୩୬ମିନିଟ୍, ଦିବା ୧ଟା ୧ମିନିଟ୍ ରୁ ଦିବା ୨ଟା ୨୨ମିନିଟ୍, ଦିବା ୩ଟା ୪୩ମିନିଟ୍ ରୁ ୫ଟା ୪ମିନିଟ୍, ସନ୍ଧ୍ୟା ୫ଟା ୪ମିନିଟ୍ ରୁ ୬ଟା ୪୩ମିନିଟ୍, ରାତ୍ରି ୪ଟା ୩୬ମିନିଟ୍ ରୁ ସକାଳ ୬ଟା ୧୫ମିନିଟ୍ । ଶୁଭସମୟ- ସକାଳ ୭ଟା ୪୨ମିନିଟ୍ ରୁ ସକାଳ ୮ଟା ୫୬ମିନିଟ୍, ଦିବା ୧୨ଟା ୨ମିନିଟ୍ ରୁ ୧ଟା, ଦିବା ୨ଟା ୨୩ମିନିଟ୍ ରୁ ୨ଟା ୫୩ମିନିଟ୍, ଦିବା ୩ଟା ୩୯ମିନିଟ୍ ରୁ ୩ଟା ୪୨ମିନିଟ୍, ରାତ୍ର ୨ଟା ୪୫ମିନିଟ୍ ରୁ ରାତ୍ର ୩ଟା ୩୬ମିନିଟ୍ ।
ମେଷ:-
ସୌଖୀନ ଦ୍ରବ୍ୟାଦି ବ୍ୟବସାୟରେ ଅଧିକଲାଭ କରିପାରିବେ । ଉଚିତପନ୍ଥା ଗ୍ରହଣ କଲେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ନୂତନ ଚାକିରି ପାଇଁ ପ୍ରୟାସ ଜାରି ରଖିବେ । ଯାତ୍ରା ଫଳରେ ଉତ୍ସାହିତ ହେବେ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ । ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ପ୍ରତିକାର- ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ ।
ବୃଷ:-
ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ । ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ । ନ୍ୟାୟଧୀଶ, ଚିକିତ୍ସକ, କଳାକାର ମାନଙ୍କର ପ୍ରବଳ ଉନ୍ନତି ହେବ । ବାଦବିବାଦ, ମାଲିମକଦ୍ଦମାର ସମାଧାନ ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିପାଇବା ଫଳରେ ଦୀର୍ଘଦିନର ଆଶା ପୂରଣ ହେବ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଓ ପରିଶ୍ରମ, ମେହନତର ପରିଣାମ ମିଳିବ । ସ୍ୱାସ୍ଥ୍ୟ ଠିକ୍ ରହି ନ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମିଥୁନ:-
ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ରାଜନୈତିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଏବଂ ସମ୍ମାନଜନକ ଘଟଣା ଦେଖାଦେବ । ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କର୍କଟ:-
ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ରାଜନୈତିକ କ୍ଷେତ୍ରରେ କେବେ ବି ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକରହେବ । ପରିବାର ପ୍ରତି ଆପଣଙ୍କ ଦାଇତ୍ଵ ଅଧିକ ବଢିବା ସହ ଭାଇ ଭଉଣୀଙ୍କ ସହ ସମ୍ପର୍କ ବହୁତ ଭଲ ରହିବ । ଛାତ୍ରଛାତ୍ରୀମାନେ ବେପରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
ସିଂହ:-
ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପାଇବେ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ ଓ ଆଶା ମୁତାବକ ଫଳ ପାଇବେ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
କନ୍ୟା:-
ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଗୃହ, ଜମି ଓ ପାରିବାରିକ ସମସ୍ୟାକୁ ନେଇ ବାଦବିବାଦରେ ବିଜୟୀ ହେବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳତା ମିଳିବ । ବ୍ୟବସାୟରେ ଶତୃମାନେ ପରାଜିତ ହେବେ ଓ ଉନ୍ନତି ହୋଇ ଋଣଭାର କମିଯିବ । ରାଜନୀତି କ୍ଷେତ୍ରରେ ସମ୍ମାନ ପ୍ରାପ୍ତି ଓ ସହକର୍ମୀଙ୍କ ସହ ବୁଝାମଣା ଠିକ ରହିବ । ରାସ୍ତାଘାଟରେ ଯଥେଷ୍ଠ ସତର୍କତା ଅବଲମ୍ବନ କରନ୍ତୁ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
ତୁଳା:-
ସନ୍ତାନସୁଖ ପ୍ରାପ୍ତି, ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ । ପ୍ରତିଦ୍ୱନ୍ଦିତା ପରୀକ୍ଷା ରେ ସଫଳତା ଲାଭ କରିବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ଦୂର ହୋଇ ଆଜି ଆପଣଙ୍କର ଦିନଟି ବହୁତ ସୁଖ ଶାନ୍ତିରେ କଟିବ । ଧୈର୍ଯ୍ୟ ଓ ସାହସ ଦ୍ଵାରା ସମସ୍ତ କାର୍ଯ୍ୟରେ ସଫଳତା ମିଳିବା ସହ ଶୁଭ ସମାଚାର ଶୁଣିବାକୁ ପାଇବେ । ପାରିବାରିକ ଜୀବନରେ ସୁଖ ସମ୍ପଦ ପ୍ରାପ୍ତି ହେବା ସହ ଆର୍ଥିକ ସ୍ଥିତି ସୁଦୃଢ ରହିବ । ପ୍ରତିକାର- ପାଣିରେ କିଛି ଫିଟିକିରି ପକାଇ ଘରକୁ ପୋଛନ୍ତୁ ।
ବିଚ୍ଛା:-
ଗୃହରେ କୌଣସି ଶୁଭକର୍ମ ସମ୍ପାଦନ କରିପାରନ୍ତି । ପାରିବାରିକ ଜୀବନ ଆନନ୍ଦମୟ ହେବ । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ସୁଖ ସମ୍ପଦ ପ୍ରାପ୍ତି ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ । ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । ପିଲାମାନଙ୍କ ପ୍ରତି ବିଶେଷ ସତର୍କ ରହିବା ଉଚିତ୍ । ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
ଧନୁ:-
ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ । ର୍ଧୈର୍ଯ୍ୟ ଓ ସହନଶୀଳତା କାଏମ ରହିବ । ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ । ଶତୃ ଓ ବିରୋଧିମାନେ ଅପଦସ୍ଥ ହେବେ । ଶାରୀରିକ ଅସୁସ୍ଥତା ଦୂର ହେବ ଓ ପୁରାତନ ରୋଗର ପ୍ରକୋପ ହ୍ରାସ ପାଇବ । ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ଓ ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭ ହେବ । ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ ଓ ସୁଖ ସମୃଦ୍ଧି ବୃଦ୍ଧି ହେବ । ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ ।
ମକର:-
ଶାରୀରିକ କଷ୍ଟ ଦୂରେଇ ଯିବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ବ୍ୟବସାୟ କ୍ଷେତ୍ରରେ ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ଭଳି ସୁଖ-ସୌଭାଗ୍ୟ ତଥା ଯଶ-ପ୍ରସିଦ୍ଧି ଆଶା କରି ହେବ । ରାଜନୈତିକ କ୍ଷେତ୍ରରେ ଯାତ୍ରାରେ ସଫଳତା ଲାଭ ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
କୁମ୍ଭ:-
ରାଜନୀତି କ୍ଷେତ୍ରରେ ସାମାଜିକ ପତିଆରା ଅମଳିନ ରହିବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । ପାରିବାରିକ ସମସ୍ୟା ସୁଧାରି ନେଇ କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ । ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସିହେବେ । ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଶତୃପକ୍ଷ ଦୁର୍ବଳହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ମୀନ:-
ସାଙ୍ଗସାଥିମାନେ ସାହାଯ୍ୟ କରିବେ । ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ଦୂରଯାତ୍ରା କରିବେ । ଅବହେଳିତ ଲୋକଙ୍କ ସହ ମିଳାମିଶା କରି ପ୍ରଶଂସିତ ହେବେ । ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ ଓ ସଫଳତା ମିଳିବ । ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
