ବାଲେଶ୍ୱର : ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମାଛ ବ୍ୟବସାୟୀଙ୍କୁ ବୀଭତ୍ସ ହତ୍ୟା
ବାଲେଶ୍ୱର : ବାଲେଶ୍ୱରରେ ଦିନକୁ ଦିନ ବଢ଼ିବାରେ ଲାଗିଛି ଅପରାଧ । ହତ୍ୟା, ଚିନ୍ତାଇ, ଲୁଟ ଭଳି ଘଟଣା ଦେଖିବାକୁ ମିଳୁଛି । ଏହି ପରିପ୍ରେକ୍ଷୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଣେ ମାଛ ବ୍ୟବସାୟୀଙ୍କୁ ବୀଭତ୍ସ ହତ୍ୟା କରାଯାଇଛି । ଶନିବାର ବିଳମ୍ବିତ ରାତିରେ ବାଲେଶ୍ବର ସହରର ଅରଡ଼ ବଜାର ଗଳାପୋଲ ନିକଟରେ ଘଟିଛି ଏହି ହତ୍ୟାକାଣ୍ଡ ।
ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମାଛ ବ୍ୟବସାୟୀଙ୍କୁ ହତ୍ୟା କରାଯାଇଥିବା ପୋଲିସ ସନ୍ଦେହ କରୁଛି । ମୃତକଙ୍କ ନାମ ରବି ସିଂ ବୋଲି ଜଣାପଡିଛି ।
ବିଭିନ୍ନ ମାରଣାସ୍ତ୍ରରେ ରବିଙ୍କୁ ଆକ୍ରମଣ କରାଯାଇ ହତ୍ୟା କରାଯାଇଥିବା ଜଣାପଡିଛି । ଖବରପାଇ ସହଦେବଖୁଣ୍ଟା ମଡେଲ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି ।
