ଆଜିର ଭାଗ୍ୟଫଳ (ମଙ୍ଗଳବାର, ୨୧/୧୨/୨୦୨୧), ମା’ ମଙ୍ଗଳାଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନ
ଆଜି ୨୦୨୧ ଡିସେମ୍ବର ୨୧ । ମଙ୍ଗଳବାର । ଧନୁ ମାସ ୬ ଦିନ । ପୌଷ ମାସ । କୃଷ୍ଣପକ୍ଷ । ଦ୍ଵିତୀୟା ତିଥି ଦିବା ୨ଟା ୫୪ମିନିଟ୍ ଗତେ ତୃତୀୟା ତିଥି । ପୁନର୍ବସୁ ନକ୍ଷତ୍ର । ମିଥୁନ ରାଶିରେ ଚନ୍ଦ୍ର । ବ୍ରହ୍ମ ଯୋଗ ଦିବା ୧୧ଟା ୩୬ମିନିଟ୍ ଗତେ ଇନ୍ଦ୍ର ଯୋଗ । ଗର କରଣ, ଦିବା ୨ଟା ୫୪ମିନିଟ୍ ଗତେ ବାଣିଜ୍ୟ କରଣ । ମକର ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । ବୋଇତିକଖାରୁ ନ ଖାଇଲେ ଭଲ ଦିବା ୨ଟା ୫୪ମିନିଟ୍ ପରେ ପୋଟଳ ନ ଖାଇଲେ ଭଲ । ଯୋଗିନୀ- ଉତ୍ତରେ ଦିବା ୨ଟା ୫୪ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ ।
ଶ୍ରାଦ୍ଧ ତର୍ପଣ- ଦ୍ଵିତୀୟାର ଏକୋଦ୍ଦିଷ୍ଟ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୭ଟା ୪୧ମିନିଟ୍ ରୁ ୯ଟା ୨ମିନିଟ୍, ଦିବା ୧ଟା ୫ମିନିଟ୍ ରୁ ଦିବା ୨ଟା ୨୬ମିନିଟ୍, ସନ୍ଧ୍ୟା ୬ଟା ୪୭ମିନିଟ୍ ରୁ ରାତ୍ରି ୮ଟା ୨୬ମିନିଟ୍ । ଶୁଭସମୟ- ସକାଳ ୬ଟା ୨୧ମିନିଟ୍ ରୁ ୭ଟା ୨ମିନିଟ୍, ସକାଳ ୯ଟା ୩ମିନିଟ୍ ରୁ ଦିବା ୧୧ଟା ୨୨ମିନିଟ୍, ସନ୍ଧ୍ୟା ୫ଟା ୯ମିନିଟ୍ ରୁ ୬ଟା ୪୬ମିନିଟ୍, ରାତ୍ର ୮ଟା ୨୭ମିନିଟ୍ ରୁ ରାତ୍ର ୮ଟା ୩୯ମିନିଟ୍, ରାତ୍ର ୯ଟା ୩୩ମିନିଟ୍ ରୁ ରାତ୍ର ୧୨ଟା ୧୦ମିନିଟ୍, ରାତ୍ର ୧ଟା ୫୭ମିନିଟ୍ ରୁ ରାତ୍ର ୩ଟା ୪୧ମିନିଟ୍, ରାତ୍ର ୪ଟା ୩୬ମିନିଟ୍ ରୁ ୬ଟା ୨୦ମିନିଟ୍ ।
ମେଷ:-
ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହୋଇ ରାଜକୀୟ ସମ୍ମାନ ମିଳିବ । ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ । ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ । ଶତୃ, ରୋଗ, ଋଣରୁ ମୁକ୍ତି ହେବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ । ଅଧୁରା କାର୍ଯ୍ୟ ପୂରଣ ହେବ । ନୂତନ ନିଯୁକ୍ତି କ୍ଷେତ୍ରରେ ସଫଳତା ଦେଖାଦେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ବୃଷ:-
ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ । ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ । ଆତ୍ମୀୟ ଲୋକଙ୍କ ସହ ଯୋଗରେ କେତେକ ସମସ୍ୟାର ସମାଧାନ ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ । ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ମିଥୁନ:-
ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ । କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ । ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
କର୍କଟ:-
ଶୁଭ ସମାଚାର ମିଳିପାରେ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ନୂଆ ଜ୍ଞାନର ବୃଦ୍ଧି ହେବ । ପ୍ରେମୀକ ପ୍ରେମିକାଙ୍କ ମିଳନ ହେବ । କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବେ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବା ପାଇଁ ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ । ସମସ୍ତ କର୍ମ ସହଜ ସରଳରେ ହିଁ ସମ୍ପନ୍ନ ହେବ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
ସିଂହ:-
ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ବରିଷ୍ଠ କର୍ମୀଙ୍କ ପ୍ରିୟ ପାତ୍ର ହେବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ସ୍ୱାସ୍ଥ୍ୟ ଠିକ୍ ରହିବ । ନୂଆ ଚାକିରୀ ମଧ୍ୟ ମିଳିପାରେ । କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ସଫଳତା ଲାଭ କରିବେ । ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ । ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
କନ୍ୟା:-
ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଅଫିସ୍ ରେ କରିଥିବା କାମର ଶୁଭ ସୂଚନା ପାଇ ଶାନ୍ତି ପାଇବେ । ଘରଲୋକଙ୍କୁ ଅବିଶ୍ଵାସ କରି ପରଲୋକଙ୍କୁ ବିଶ୍ଵାସ କଲେ ହଇରାଣରେ ପଡି ପାରନ୍ତି । କର୍ମକ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତା ପୂର୍ଣ୍ଣ ହେବ । ଯୋଜନା ମୁତାବକ କାମ କରନ୍ତୁ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ତୁଳା:-
ରାଜନୀତିରେ ସଫଳତା ମିଳିବା ସହ କୃତକାର୍ଯ୍ୟ ହେବେ । ପରିବାରରେ ସୁଖ ଶାନ୍ତି ଓ ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକର ସାମ୍ନା କରି ପାରନ୍ତି । କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
ବିଚ୍ଛା:-
ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା, କ୍ରିଡା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । ବନ୍ଧୁ ମିତ୍ରମାନେ ସାହାଯ୍ୟ କରିବେ । ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଦେଖାଦେଇ ପାରେ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରି ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ଧନୁ:-
ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନପ୍ରଦାନରେ ଲାଭବାନ୍ ହେବେ । ଅର୍ଥଲାଭର ମାର୍ଗ ଖୋଲି ଯିବ । କୌଣସି ମାଙ୍ଗଳିକ କାର୍ଯ୍ୟ ଆୟୋଜନରେ ଯୋଗ ଦେବେ । କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ । ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ପୁରାତନ ରୋଗ ପୀଡ଼ାର ଉପଶମ ହେବ ଓ ମନୋରଂଜନ କାର୍ଯ୍ୟରେ ସମୟ କଟିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ମକର:-
ଶାରିରୀକ ସୁସ୍ଥତା ଦେଖା ଦେବ । ନୂତନ କର୍ମ ନିଯୁକ୍ତି ପାଇବେ । କର୍ମକ୍ଷେତ୍ରରେ ପଦୋନ୍ନତି ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ବେଶ୍ ଦୁଇ ପଇସା ଲାଭ ହେବ । ବିରାଟ ଯୋଜନାର ସଂକଳ୍ପ ନେବେ । ଜାଗା, ଜମି, ଗୃହ ବାହନ ଆଦି ପାଇଁ ଚୂକ୍ତିହେବ । ଆକସ୍ମିକ ଧନ ଲାଭ ହେବ । ନୂତନ ଆୟର ପନ୍ଥା ଖୋଲିଯିବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କୁମ୍ଭ:-
କର୍ମକ୍ଷେତ୍ରରେ ଅଧିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବାକୁ ପଡିପାରେ । ବ୍ୟବସାୟରେ ଯେତେ ପରିଶ୍ରମ କରିବେ ସେତେ ଲାଭବାନ୍ ହେବେ ଓ କର୍ମଚାରୀମାନଙ୍କ ଯୋଗୁ ଶାନ୍ତି ପାଇବେ । ଅବିବାହିତ ଯୁବକ-ଯୁବତୀମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ନିକଟ ସମ୍ପର୍କୀୟମାନଙ୍କ ସାହାଯ୍ୟ ସହଯୋଗ ମିଳିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ମୀନ:-
ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ପରିବାର ଜନଙ୍କ ଠାରୁ ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ଛାତ୍ରଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ । ରାଜନୀତି କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
