ଆଜିର ଭାଗ୍ୟଫଳ (ବୁଧବାର, ୨୨/୧୨/୨୦୨୧), ଶ୍ରୀ ଗଣେଶଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି
ଆଜି ୨୦୨୧ ଡିସେମ୍ବର ୨୨ ତାରିଖ । ବୁଧବାର । ଧନୁ ମାସ ୭ ଦିନ । ପୌଷ ମାସ। କୃଷ୍ଣପକ୍ଷ । ତୃତୀୟା ତିଥି । ପୁଷ୍ୟା ନକ୍ଷତ୍ର । କର୍କଟ ରାଶିରେ ଚନ୍ଦ୍ର । ଇନ୍ଦ୍ର ଯୋଗ ଦିବା ୧୨ଟା ୨ମିନିଟ୍ ଗତେ ବୈଧୃତି ଯୋଗ । ବିଷ୍ଟି କରଣ, ଦିବା ୪ଟା ୫୨ମିନିଟ୍ ଗତେ ବବ କରଣ । କର୍କଟ ରାଶିର ଘାତବାର । ପୋଟଳ ନ ଖାଇଲେ ଭଲ ଦିବା ୪ଟା ୫୨ମିନିଟ୍ ପରେ ମୂଳା ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟେ ଦିବା ୪ଟା ୫୨ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ତୃତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।
ଅଶୁଭସମୟ- ସକାଳ ୯ଟା ୩ମିନିଟ୍ ରୁ ୧୦ଟା ୨୪ମିନିଟ୍, ଦିବା ୧୧ଟା ୪୫ମିନିଟ୍ ରୁ ଦିବା ୧ଟା ୬ମିନିଟ୍, ରାତ୍ରି ୩ଟା ୩ମିନିଟ୍ ରୁ ୪ଟା ୪୨ମିନିଟ୍ । ଶୁଭସମୟ- ସକାଳ ୬ଟା ୨୨ମିନିଟ୍ ରୁ ୮ଟା ୨୯ମିନିଟ୍, ଦିବା ୧୦ଟା ୪୧ମିନିଟ୍ ରୁ ୧୧ଟା ୪୪ମିନିଟ୍, ଦିବା ୧ଟା ୩୪ମିନିଟ୍ ରୁ ୩ଟା ୪୧ମିନିଟ୍, ସନ୍ଧ୍ୟା ୬ଟା ୩ମିନିଟ୍ ରୁ ୬ଟା ୫୪ମିନିଟ୍, ରାତ୍ର ୮ଟା ୪୧ମିନିଟ୍ ରୁ ରାତ୍ର ୩ଟା ୨ମିନିଟ୍, ରାତ୍ର ୪ଟା ୪୩ମିନିଟ୍ ରୁ ୬ଟା ୨୦ମିନିଟ୍ ।
ମେଷ:-
ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି । ଅବିବାହିତ ଯୁବକ ଯୁବତୀମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ । ଛାତ୍ରଛାତ୍ରୀମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହୋଇ ବିଦ୍ୟା କ୍ଷେତ୍ରରେ ଶୁଭଫଳ ପାଇବେ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ପାରିବାରିକ ଜୀବନରେ ବହୁ ବ୍ୟସ୍ତତା ମଧ୍ୟରେ ଦିନଟି କଟିବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
ବୃଷ:-
ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରି ପାରନ୍ତି । ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବା ସହ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ମିଥୁନ:-
ବ୍ୟବସାୟରେ ଉନ୍ନତି ହେବା ସହ ପ୍ରବଳ ଲାଭ ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟ କ୍ଷେତ୍ରରେ ସଫଳ ହେବେ । ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋାଗ ଆସିବ । ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇ ପାରନ୍ତି । ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
କର୍କଟ:-
ରାଜନୀତିରେ ଲୋକସମ୍ପର୍କକୁ ଆଧାରକରି ତିଷ୍ଠି ପାରିବେ । କ୍ରୀଡ଼ା, ବାଣିଜ୍ୟ, କଳା, ସଂସ୍କୃତି କ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ ସହ ବିବାଦ ଦେଖା ଦେଇପାରେ । ଭୟ ସତ୍ତ୍ୱେ ଜୟ, ନାନା ସମସ୍ୟାର ସମ୍ମୁଖୀନ ହେଲେ ମଧ୍ୟ ନିଜର ଫାଇଦା ଉଠାଇବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ସିଂହ:-
ଯେ କୌଣସି କାର୍ଯ୍ୟରେ ହାତ ଦେବେ ସେଥିରେ ସଫଳ ହେବେ । ବ୍ୟବସାୟରେ ଆଶାତୀତ ଲାଭ ମିଳିବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧିହେବ । କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ । ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ । କର୍ମ କ୍ଷେତ୍ରରେ ଅଧିକାରୀଙ୍କଠାରୁ ସହଯୋଗ ପାଇ ସମ୍ମାନିତ ହେବେ । ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବଜାୟ ରଖିବେ । ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
କନ୍ୟା:-
ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ । କର୍ମକ୍ଷେତ୍ରରେ ଉଚ୍ଚଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ଆର୍ଥିକ ଉନ୍ନତିହେବା ସହ ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ଚାଲୁ କରିବାକୁ ସକ୍ଷମ ହେବେ । କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ସୁଖ ସମ୍ପଦ ପ୍ରାପ୍ତି ହେବା ସହ ନୂତନ କାର୍ଯ୍ୟ କିଛି ଆରମ୍ଭ କରିବା ପାଇଁ ମନ ବଳେଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ତୁଳା:-
ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି । ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ପରିବାରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ବିଚ୍ଛା:-
ବାଦବିବାଦରେ ବିଜୟ ପ୍ରାପ୍ତି ହେବା ସହ ରୋଜଗାର ବୃଦ୍ଧି ହେବ । ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗପାଇବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ । କର୍ମ ସନ୍ଧାନିମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ଧନୁ:-
ସମାଜ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇ ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ । ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ । ବିଷକୁମ୍ଭ ପୟୋମୁଖ ବ୍ୟକ୍ତିମାନେ ଅନେକ କ୍ଷେତ୍ରରେ ଅପଦସ୍ଥ କରିବେ । ସହଯୋଗୀ ବା ଭାଇଭଳି ଚଳୁଥିବା ବ୍ୟକ୍ତିମାନେ ବିଶ୍ୱାସଘାତକତା କରି ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ମକର:-
ଶତୃମାନେ ତଳମୁହାଁ ହେବେ । ମାଲିମକଦ୍ଦମାରେ ବିଜୟଲାଭ ହେବ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ । ଶିକ୍ଷାକ୍ଷେତ୍ରରେ ସଫଳତା ଅର୍ଜନ କରିବେ । ଅଚାନକ ଧନ ପ୍ରାପ୍ତି ହୋଇ ଆର୍ଥିକ ଉନ୍ନତି ହେବା ସହ ମାନ ସମ୍ମାନ ବୃଦ୍ଧିହେବ । ନୂତନକର୍ମ ସଂସ୍ଥାନ ରେ ନିଯୁକ୍ତି ପାଇବାର ଯୋଗ ରହିଛି । ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ । ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
କୁମ୍ଭ:-
କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ସୂଚାରୁଭାବେ ତୁଲାଇ ପାରିବେ । ବ୍ୟବସାୟୀମାନେ ବ୍ୟବସାୟକୁ ବିସ୍ତାରିତ କରିବାପାଇଁ ସକ୍ଷମ ହେବେ । କମ୍ପାନୀ, ବ୍ୟାଙ୍କ, କମ୍ପ୍ୟୁଟର ଇତ୍ୟାଦି ବିଭାଗରେ ନୂତନ କର୍ମପ୍ରାପ୍ତି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭ କରିବେ । ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନର କଷ୍ଟ ଦୂର ହୋଇ ସୁଖର ସ୍ୱପ୍ନ ଦେଖିପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ମୀନ:-
ସମସ୍ତ ସମସ୍ୟା ଅପସରି ଯାଇ ସନ୍ତାଠାରୁ ସୁଖପ୍ରାପ୍ତି ହେବ । ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ । ଗୃହରେ ସୁଖଶାନ୍ତି ବିରାଜମାନ କରିବ । ଯୁବକ ଯୁବତୀ ମାନଙ୍କର ବିଭିନ୍ନ ସ୍ଥାନରୁ ବିବାହ ପ୍ରସ୍ତାବ ମାନ ଆସିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର, ପ୍ରଗତି, ଲାଭ, ଭୌତିକ ସଂବୃଦ୍ଧି ବୃଦ୍ଧି ହେବା ସହ ଆଶାତୀତ ଧନ ପାଇବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
