ଆଜିର ଭାଗ୍ୟଫଳ (ଶୁକ୍ରବାର, ୨୪/୧୨/୨୦୨୧), ମା’ ସନ୍ତୋଷୀଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି
ଆଜି ୨୦୨୧ ଡିସେମ୍ବର ୨୪ । ଶୁକ୍ରବାର । ଧନୁ ମାସ ୯ ଦିନ । ପୌଷ ମାସ । କୃଷ୍ଣପକ୍ଷ । ପଞ୍ଚମୀ ତିଥି । ମଘା ନକ୍ଷତ୍ର । ସିଂହ ରାଶିରେ ଚନ୍ଦ୍ର । ବିଷ୍କୁମ୍ଭ ଯୋଗ ଦିବା ୧୧ଟା ୫୯ମିନିଟ୍ ଗତେ ପ୍ରୀତି ଯୋଗ । କୌଳବ କରଣ, ସକାଳ ୭ଟା ୫ମିନିଟ୍ ଗତେ ତୈତିଳ କରଣ । ବିଛା, ଧନୁ, ମୀନ ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର । ବେଲ, ପଣସ ନ ଖାଇଲେ ଭଲ, ରାତି ୭ଟା ୩୪ମିନିଟ୍ ପରେ ନିମ୍ବ ବା ପିତା ଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ରାତି ୭ଟା ୩୪ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ ।
ଶ୍ରାଦ୍ଧ ତର୍ପଣ- ପଞ୍ଚମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୯ଟା ୪ମିନିଟ୍ ରୁ ୧୦ଟା ୨୫ମିନିଟ୍, ଦିବା ୧୦ଟା ୨୫ମିନିଟ୍ ରୁ ଦିବା ୧୧ଟା ୪୬ମିନିଟ୍, ରାତ୍ରି ୮ଟା ୨୮ମିନିଟ୍ ରୁ ୧୦ଟା ୭ମିନିଟ୍ । ଶୁଭସମୟ- ସକାଳ ୬ଟା ୨୨ମିନିଟ୍ ରୁ ୭ଟା ୪ମିନିଟ୍, ସକାଳ ୭ଟା ୪୯ମିନିଟ୍ ରୁ ୯ଟା ୩ମିନିଟ୍, ଦିବା ୧୨ଟା ୮ମିନିଟ୍ ରୁ ୩ଟା, ଦିବା ୩ଟା ୪୪ମିନିଟ୍ ରୁ ସନ୍ଧ୍ୟା ୫ଟା ୯ମିନିଟ୍, ସନ୍ଧ୍ୟା ୬ଟା ୪ମିନିଟ୍ ରୁ ରାତ୍ର ୮ଟା ୨୭ମିନିଟ୍, ରାତ୍ର ୧୨ଟା ୧୩ମିନିଟ୍ ରୁ ରାତ୍ର ୧ଟା ୫୭ମିନିଟ୍, ରାତ୍ର ୨ଟା ୫୨ମିନିଟ୍ ରୁ ରାତ୍ର ୪ଟା ୩୫ମିନିଟ୍ ।
ମେଷ:-
ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବା ଫଳରେ ମାଙ୍ଗଳିକ କାର୍ଯ୍ୟରେ ରତ ହେବେ । ଆଇନ ଅଦାଲତ ଓ ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଶୁଭ କାମ କରିବେ । ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବେ । ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ । ବିଭିନ୍ନ ପ୍ରକାର କଥା ଚିନ୍ତାକରି ମନ ଭଲ ଲାଗିବ ନାହିଁ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ବୃଷ:-
ଶୁଭ ଖବର ପାଇ ଖୁସିହେବେ । ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଶରୀର ସୁସ୍ଥ ରହିବ । ପାରିବାରିକ ସ୍ତରରେ କିଛି କୁହୁଳା ଅଶାନ୍ତି ଦୂରେଇ ଯିବା ସହ ଆୟ ମଧ୍ୟ ଉତ୍ତମ ହେବ । ଛାତ୍ରଛାତ୍ରୀ ମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ପ୍ରେମିକ ପ୍ରେମିକା ମାନଙ୍କର ନୂତନ ବନ୍ଧୁ ମିତ୍ରଙ୍କ ସହ ମିଳନ ହେବ । ଧୈର୍ଯ୍ୟ ଓ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ପାରିବେ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମିଥୁନ:-
ଶାରିରୀକ ଅସୁସ୍ଥତା ଦୂରହୋଇ ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ରାଜକୀୟ ମାମଲାରେ ସଫଳତା ମିଳିବ । ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ । ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର, ଖେଳ, କୁଦ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ ଓ ପ୍ରତିଯୋଗିତାରେ ବିଜୟୀ ହେବେ । ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।
କର୍କଟ:-
ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ । କର୍ମଚାରୀମାନେ ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ । ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମଲାଭ ପ୍ରାପ୍ତି ହେବ । ପରିବାରରେ ମନୋମାଳିନ୍ୟ ଥିଲେ ଆଜି ଚେଷ୍ଟାକଲେ ମେଣ୍ଟିଯିବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ । ଟଙ୍କ । ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ସିଂହ:-
ସାମାଜିକ ପ୍ରତିଷ୍ଠା, ମାନସମ୍ମାନରେ ଉନ୍ନତି ହେବ । ବସ୍ତ୍ରାଭୂଷଣ ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ । ରାଜନୀତି କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ବିଦ୍ୟୁତ୍ ଓ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଇଷ୍ଟ ପ୍ରାପ୍ତ ହେବାର ସୁଯୋଗ ପାଇବେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହି ହେବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।
କନ୍ୟା:-
ବାଦବିବାଦ, ମାଲିମୋକଦ୍ଦମାରେ ସଫଳହେବେ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ । କୃଷିଜାତଦ୍ରବ୍ୟ ବ୍ୟବସାୟିମାନେ କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ ସୁଖରେ ଦିନ ବିତାଇବେ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇଯିବ । ଅନ୍ୟର ଉପକାର କରି ପ୍ରଶଂସିତ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ତୁଳା:-
ସମସ୍ତ କାର୍ଯ୍ୟର ସମସ୍ୟା ସମାଧାନ ହୋଇଯିବ । ପୁରାତନ ରୋଗର ଉପଶମ ହୋଇ ଶରୀର ସୁସ୍ଥ ରହିବ । ଉନ୍ନତିର ମାର୍ଗ ପ୍ରଶସ୍ତ ହେବ । ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ । କୌଣସି ଶୁଭ ସମାଚାର ଶୁଣି ହସ-ଖୁସିରେ ସମୟ ବ୍ୟତୀତ ହେବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବା ସହ ପାରିବାରିକ ସୁଖ-ଶାନ୍ତି ମିଳିବ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ବିଚ୍ଛା:-
ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ । କୌଣସି ଅଚିହ୍ନା ବ୍ୟକ୍ତି ସାହାଯ୍ୟ କରିବେ । ପରିବାରରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପ୍ରେମପ୍ରସଙ୍ଗରେ ଭୁଲ୍ ବୁଝାମଣାର ନିରାକରଣ ହେବ । ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ । କୌଣସି ବରିଷ୍ଠ ରାଜନେତାଙ୍କ ସାହାଯ୍ୟ ପାଇ ଯଶ କୀର୍ତ୍ତିରେ ଉନ୍ନତି ହେବ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।
ଧନୁ:-
ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ଚାକିରୀ ଓ କାର୍ଯ୍ୟକ୍ଷେତ୍ରରେ କଠିନ ପରିଶ୍ରମ ଦ୍ଵାରା ଆଗକୁ ବଢିପାରିବେ । ବାଦବିବାଦ, ମାଲିମୋକଦ୍ଦମା ଓ ପ୍ରତିଯୋଗିତା ପରୀକ୍ଷାରେ ସଫଳତା ମିଳିବ । ପ୍ରେମିକ ପ୍ରେମିକାମାନେ ପ୍ରେମରେ ସଫଳ ହେବେ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରି ପାରନ୍ତି । ରାଜନୀତି କ୍ଷେତ୍ରରେ ନୂତନପନ୍ଥା ଅନୁସରଣ କରିବେ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ମକର:-
ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବା ସହ ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ । କର୍ମଚାରୀମାନେ କର୍ମ କ୍ଷେତ୍ରରେ ଉନ୍ନତି କରିବେ । ଉଦରପୀଡ଼ା, ରକ୍ତଚାପ ଓ ପୁରାତନ ରୋଗର ପ୍ରଭାବ ବୃଦ୍ଧି ପାଇପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କୁମ୍ଭ:-
ଶତୃମାନେ ମିତ୍ରଭାବ ଆଚରଣ କରିବେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ । ବାକିଥିବା ଅର୍ଥ ପ୍ରାପ୍ତି ହେବ । ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ । କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ପାରିବାରିକ ପରିସ୍ଥିତି ବଦଳିଯିବ । ଛାତ୍ର ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।
ମୀନ:-
ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ କଠିନ ପରିଶ୍ରମ କରି ସମ୍ମାନ ଲାଭ କରିବେ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ବ୍ୟବସାୟରେ ଉନ୍ନତି ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ଜଟିଳ ପରିସ୍ଥିତି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ମନକୁ ଆଘାତ ଲାଗିଲାପରି କଥା ଶୁଣିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
