ଆଜିର ଭାଗ୍ୟଫଳ (ଶୁକ୍ରବାର, ୩୦ /୧୨/୨୦୨୧), ମା’ ସନ୍ତୋଷୀଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି
ଆଜି ୨୦୨୧ ଡିସେମ୍ବର ୩୧ । ଶୁକ୍ରବାର । ଧନୁ ମାସ ୧୬ ଦିନ । ପୌଷ ମାସ । କୃଷ୍ଣପକ୍ଷ । ଦ୍ଵାଦଶୀ ତିଥି ଦିବା ୧୦ଟା ୩୯ମିନିଟ୍ ଗତେ ତ୍ରୟୋଦଶୀ ତିଥି । ଅନୁରାଧା ନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର । ଶୂଳ ଯୋଗ । ତୈତିଳ କରଣ, ଦିବା ୧୦ଟା ୩୯ମିନିଟ୍ ଗତେ ଗର କରଣ । ବିଛା, ଧନୁ, ମୀନ ରାଶିର ଘାତବାର । ପୋଇ, ମସୁରଡାଲି ନ ଖାଇଲେ ଭଲ ଦିବା ୧୦ଟା ୩୯ମିନିଟ୍ ପରେ ବାଇଗଣ ନ ଖାଇଲେ ଭଲ । ଯୋଗିନୀ- ନୈଋତେ ରାତି ୧୦ଟା ୩୦ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ ।
ଶ୍ରାଦ୍ଧ ତର୍ପଣ- ତ୍ରୟୋଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୯ଟା ୭ମିନିଟ୍ ରୁ ୧୦ଟା ୨୮ମିନିଟ୍, ଦିବା ୧୦ଟା ୨୮ମିନିଟ୍ ରୁ ଦିବା ୧୧ଟା ୪୯ମିନିଟ୍, ରାତ୍ରି ୮ଟା ୩୨ମିନିଟ୍ ରୁ ୧୦ଟା ୧୦ମିନିଟ୍ । ଶୁଭସମୟ- ସକାଳ ୬ଟା ୨୫ମିନିଟ୍ ରୁ ୭ଟା ୭ମିନିଟ୍, ସକାଳ ୭ଟା ୫୨ମିନିଟ୍ ରୁ ୯ଟା ୬ମିନିଟ୍, ଦିବା ୧୨ଟା ୧୨ମିନିଟ୍ ରୁ ୩ଟା ୩ମିନିଟ୍, ଦିବା ୩ଟା ୪୮ମିନିଟ୍ ରୁ ସନ୍ଧ୍ୟା ୫ଟା ୧୩ମିନିଟ୍, ସନ୍ଧ୍ୟା ୬ଟା ୮ମିନିଟ୍ ରୁ ରାତ୍ର ୮ଟା ୩୧ମିନିଟ୍, ରାତ୍ର ୧୨ଟା ୧୭ମିନିଟ୍ ରୁ ରାତ୍ର ୨ଟା, ରାତ୍ର ୨ଟା ୫୫ମିନିଟ୍ ରୁ ରାତ୍ର ୪ଟା ୩୮ମିନିଟ୍ ।
ମେଷ:-
ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ । ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ । ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ । ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ବୃଷ:-
ସାମାଜିକ ସ୍ତରରେ ଯଶ-ମାନ-ପ୍ରତିଷ୍ଠା ପ୍ରାପ୍ତି ହେବ । ଶତୃମାନେ ମଥାନତ କରିବେ । କର୍ମକ୍ଷେତ୍ରରେ ଦକ୍ଷତା ଓ ପ୍ରତିଭା ପ୍ରଦର୍ଶନ କରିବେ । କଣ୍ଟ୍ରାକ୍ଟରୀ ବ୍ୟବସାୟରୁ ଯଥେଷ୍ଟ ଲାଭ ଉଠାଇବେ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ଆୟବୃଦ୍ଧି, ଋଣମୁକ୍ତି ଓ କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ଛାତ୍ର-ଛାତ୍ରୀମାନେ ହସ ଖୁସିରେ ସମୟ କଟାଇବେ । ରାଜନୀତିରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ମିଥୁନ:-
ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ । ଶତୃବଧା ଦୂରେଇ ଯାଇ ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ । ମାନସିକ ଦୁଶ୍ଚିନ୍ତା ଦୂରହେବ । ପ୍ରତିଯୋଗିତାମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ । କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ । ପାରିବାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ଉପରିସ୍ଥଙ୍କୁ ସନ୍ତୁଷ୍ଠ କରି ପ୍ରଶଂସା ପାଇବେ । ଶିକ୍ଷା କ୍ଷେତ୍ରରେ ଅଧ୍ୟୟନରେ ମନ ନିବେଶ କରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
କର୍କଟ:-
ଶତୃ ଓ ବିରୋଧୀମାନେ ପରାସ୍ତ ହେବେ । ବ୍ୟବସାୟରେ ଉନ୍ନତି ହେବ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବ । ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ବିଦ୍ୟା କ୍ଷେତ୍ରରେ ମନ ଲାଗିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ସିଂହ:-
ସ୍ଵାସ୍ଥ୍ୟରେ ଉନ୍ନତି ହେବା ସହ ଅଧ୍ୟାତ୍ମିକ ଚେତନା ଦେଖାଦେବ । ଶତୃମାନେ ପରାଜିତ ହେବେ । ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ । ପାରିବାରିକ ଜୀବନ ସୁଖରେ କଟିବ । ପଢାପଢିରେ ମନ ଧ୍ୟାନ ପ୍ରାୟ ଲାଗି ରହିବ । ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତାପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ସନ୍ତାନ ସନ୍ତତି ମାନଙ୍କଖୁସିରେ ଆନନ୍ଦିତ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
କନ୍ୟା:-
ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବା ସହ କର୍ମକ୍ଷେତ୍ରରେ ଶୁଭ ଫଳ ପାଇବେ । ସଚ୍ଚୋଟ ଓ ନ୍ୟାୟୀ ବ୍ୟକ୍ତିହିସାବରେ ସମ୍ମାନ ପାଇବେ । ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରିହେବେ । ପ୍ରତିଯୋଗିତାରେ ବିଜୟୀ ହେବେ । ପାରିବାରିକସ୍ତର ହସ ଖୁସିରେ କଟିବ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ । ରାଜନୀତି କ୍ଷେତ୍ରରେ ବାଧା ବନ୍ଧନ ନମାନି ଆଗେଇ ଯିବାର ସୁଯୋଗ ପାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ତୁଳା:-
ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯାଇ କର୍ମ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ । ଆର୍ଥିକ ଦିଗର ଅଭିବୃଦ୍ଧି ପାଇଁ ଚେଷ୍ଟିତ ହେବେ । ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ସ୍ଵାର୍ଥକୁ କେନ୍ଦ୍ରକରି ସବୁଥିରେ ପଶିବାର ସୁଯୋଗ ପାଇବେ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ଗଠନମୂଳକ ତଥା ସେବାସମ୍ବନ୍ଧିତ କାର୍ଯ୍ୟ ଯୋଗେ ସମ୍ମାନ ପାଇବେ । ପରୋପକାର କର୍ମରେ ନିଜକୁ ନିଯୋଜିତ କରିବେ । ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ବିଚ୍ଛା:-
ଗୁପ୍ତଶତ୍ରୁ ଧରାପଡି ଲଜ୍ଜିତ ହେବେ । ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । ପରୀକ୍ଷା ପ୍ରତିଯୋଗୀତାରେ କୃତକାର୍ଯ୍ୟ ହୋଇ ଉଚ୍ଚଶ୍ରେଣୀ ପାଇବେ । ବାଣିଜ୍ୟ କ୍ଷେତ୍ରରେ ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବ । କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ । ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ଧନୁ:-
ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ମକର:-
ମାନସିକ ଶାନ୍ତି ମିଳିବ ଓ ଋଣଭାର ଲାଘବ ହେବ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖାଦେବ । ମାନସିକ, ବୌଦ୍ଧିକ, ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହୋଇ କ୍ଷମତା ଓ ଶକ୍ତି ବଳରେ ସମୟ ବିତାଇବେ । ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ । ପ୍ରତିଯୋଗୀ ପରୀକ୍ଷା, ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
କୁମ୍ଭ:-
ଆୟ ବୃଦ୍ଧିହେବା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ ଉନ୍ନତି ହେବ । ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । କର୍ମ କ୍ଷେତ୍ରରରେ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବା ସହ ପଦୋନ୍ନତି, ମାନସମ୍ମାନ ମିଳିବ । ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରିବେ । ସାମାଜିକ ପ୍ରତିଷ୍ଠା ଆତ୍ମ ବିଶ୍ୱାସ ବଢେଇବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।
ମୀନ:-
ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ । ଭାତୃ ବିବାଦ, ଜମି ବାଡ଼ି ଓ ଘରଜାଗା ନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ଦାମ୍ପତ୍ୟ କଳହମେଣ୍ଟିଯିବ ଓ ସନ୍ତାନଙ୍କର ଉନ୍ନତିରେ ଖୁସିହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।
