ଆଜିର ଭାଗ୍ୟଫଳ (ରବିବାର, ୦୨ /୦୧/୨୦୨୨), ସୂର୍ଯ୍ୟଦେବଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନ
ଆଜି ୨୦୨୨ ଜାନୁୟାରୀ ୨ । ରବିବାର । ଧନୁ ମାସ ୧୮ ଦିନ । ପୌଷ ମାସ । କୃଷ୍ଣପକ୍ଷ । ଅମାବାସ୍ୟା ତିଥି । ମୂଳା ନକ୍ଷତ୍ର । ଧନୁ ରାଶିରେ ଚନ୍ଦ୍ର । ବୃଦ୍ଧି ଯୋଗ ସକାଳ ୯ଟା ୪୧ ମିନିଟ୍ ଗତେ ଧୃବ ଯୋଗ । ଚତୁଷ୍ପଦ କରଣ, ଦିବା ୧ଟା ୫୨ମିନିଟ୍ ଗତେ ନାଗ କରଣ । ମେଷ ରାଶିର ଘାତବାର । ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର । ଆମିଷ, ତୈଳ ନ ଖାଇଲେ ଭଲ ରାତି ୧୨ଟା ୩ମିନିଟ୍ ପରେ ପାଣିକଖାରୁ ନ ଖାଇଲେ ଭଲ । ଯୋଗିନୀ- ଐଶାନ୍ୟେ ରାତି ୧୨ଟା ୩ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ ।
ଶ୍ରାଦ୍ଧ ତର୍ପଣ- ଅମାବାସ୍ୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୦ଟା ୨୯ମିନିଟ୍ ରୁ ଦିବା ୧୧ଟା ୫୦ମିନିଟ୍, ଦିବା ୧୧ଟା ୫୦ମିନିଟ୍ ରୁ ଦିବା ୧ଟା ୧୧ମିନିଟ୍, ରାତ୍ରି ୧ଟା ୨୯ମିନିଟ୍ ରୁ ୩ଟା ୮ମିନିଟ୍ । ଶୁଭସମୟ- ସକାଳ ୭ଟା ୯ମିନିଟ୍ ରୁ ୯ଟା ୧୭ମିନିଟ୍, ଦିବା ୧ଟା ୧୨ମିନିଟ୍ ରୁ ୩ଟା ୪ମିନିଟ୍, ଦିବା ୩ଟା ୫୦ମିନିଟ୍ ରୁ ୩ଟା ୫୩ମିନିଟ୍, ରାତ୍ର ୭ଟା ୫୪ମିନିଟ୍ ରୁ ରାତ୍ର ୯ଟା ୩୮ମିନିଟ୍, ରାତ୍ର ୧୨ଟା ୧୮ମିନିଟ୍ ରୁ ୧ଟା ୨୮ମିନିଟ୍, ରାତ୍ର ୩ଟା ୯ମିନିଟ୍ ରୁ ୬ଟା ୨୪ମିନିଟ୍ । ପର୍ବଦିନ- ଗୃହୀମାନଙ୍କର ବକୁଳ ଲାଗି, ବକୁଳ ଅମାବାସ୍ୟା ।
ମେଷ:-
ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ରାଜନୀତି କ୍ଷେତ୍ରରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସଙ୍ଘର୍ଷରତ ହେବେ । ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ ଓ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ବୃଷ:-
ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁ ବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପାରିବାରିକ ଜୀବନ ଆନନ୍ଦରେ କଟିବ । ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ପାଇବେ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ମିଥୁନ:-
ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ । ବ୍ୟବସାୟରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବା ଫଳରେ ଉନ୍ନତିହେବା ସହ ଲାଭବାନ ହେବେ । ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ । ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । ରାଜନୈତିକ କ୍ଷେତ୍ରରେ କଠିନ ପରିଶ୍ରମ କରି ଯଶ, ମାନ ବୃଦ୍ଧି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
କର୍କଟ:-
ଋଣ ଭରଣା ପାଇଁ ଚେଷ୍ଟା କରିବେ । ମାନସିକ ଦୁଶ୍ଚିନ୍ତା, ଭାତୃବିବାଦ, ପଡ଼ୋଶୀକଳହ, ଜାଗାଜମିପାଇଁ ସମସ୍ୟା ଥିଲେ ସହଜରେ ସମାଧାନ କରିପାରିବେ । ପାରିବାରିକ ସ୍ତରରେ ଉଚ୍ଚଆଶା ସଫଳ ହେବ । ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭହେବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ସୁଖ ଶାନ୍ତିରେ ଦିନଟି କାଟିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ସିଂହ:-
ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ । ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରେମପ୍ରସଙ୍ଗରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
କନ୍ୟା:-
ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । କୌଣସି ନୂତନକର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପାଇବେ । ବ୍ୟବସାୟ କ୍ଷେତ୍ରରେ ଅନେକ ପ୍ରକାର ସୁବିଧା ପାଇ ଲାଭବାନ ହେବେ । ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବା ସହ ଆର୍ଥିକ ଚିନ୍ତା ଦୁରହେବ । କାମକାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
ତୁଳା:-
ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ରାଜନୈତିକ କ୍ଷେତ୍ରରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ ଓ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ବିଚ୍ଛା:-
ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ । ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ । ରାଜନୈତିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ପ୍ରେମୀକ ପ୍ରେମିକା ମାନଙ୍କ ସମୟ ଭଲ ରହିବ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ନିଜଲୋକ ମନମୋଟିଆ ହୋଇ ପାରନ୍ତି । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
ଧନୁ:-
ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ । ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ରାଜନୈତିକ କ୍ଷେତ୍ରରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ନୂତନ ଜ୍ଞାନର ବୃଦ୍ଧି ହେବ । ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ମକର:-
ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ଘର ଜାଗା ଓ ସମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । କୌଣସି ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ । ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
କୁମ୍ଭ:-
ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ବନ୍ଧୁ ମିତ୍ରଙ୍କ ଆଗମନ ହେବ ଓ ବନ୍ଧୁଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ଜୟଯୁକ୍ତ ହେବେ । ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ । ନିଜର ଚେଷ୍ଟା ଫଳରେ ବହୁତ ଦିନରୁ ବାକି ପଡିଥିବା ଟଙ୍କା ମିଳି ପାରିବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ରାଜନୈତିକ କ୍ଷେତ୍ରରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ମୀନ:-
ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଓ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରିପାରନ୍ତି । ଯାତ୍ରାଫଳରେ ଉତ୍ସାହିତ ହେବେ । ଶିଳ୍ପ ପ୍ରତିଷ୍ଠା ବା ନୂତନ ଯୋଜନା ସାଫଲ୍ୟ ଦାୟକ ହେବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ରାଜନୈତିକ କ୍ଷେତ୍ରରେ ପଦବୀ ଲାଭ ଓ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ପ୍ରତିଯୋଗୀତା ପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
