ଆଜିର ଭାଗ୍ୟଫଳ (ବୁଧବାର, ୦୫ /୦୧/୨୦୨୨), ଶ୍ରୀ ଗଣେଶଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆର୍ଥିକ
ଆଜି ୨୦୨୨ ଜାନୁୟାରୀ ୫ । ବୁଧବାର । ଧନୁ ମାସ ୨୧ ଦିନ । ପୌଷ ମାସ । ଶୁକ୍ଳପକ୍ଷ । ତୃତୀୟା ତିଥି । ଶ୍ରବଣା ନକ୍ଷତ୍ର ସକାଳ ୮ଟା ୪୭ମିନିଟ୍ ଗତେ ଧନିଷ୍ଠା ନକ୍ଷତ୍ର । ମକର ରାଶିରେ ଚନ୍ଦ୍ର । ବଜ୍ର ଯୋଗ । ଗର କରଣ, ଦିବା ୨ଟା ୩୫ମିନିଟ୍ ଗତେ ବାଣିଜ୍ୟ କରଣ । କର୍କଟ ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର । ପୋଟଳ ନ ଖାଇଲେ ଭଲ ଦିବା ୨ଟା ୩୫ମିନିଟ୍ ପରେ ମୂଳା ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟେ ଦିବା ୨ ଟା ୩୫ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ ।
ଶ୍ରାଦ୍ଧ ତର୍ପଣ- ତୃତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ଏବଂ ଚତୁର୍ଥୀର ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୯ଟା ୯ମିନିଟ୍ ରୁ ୧୦ଟା ୩୦ମିନିଟ୍, ଦିବା ୧୧ଟା ୫୧ମିନିଟ୍ ରୁ ଦିବା ୧ଟା ୧୩ମିନିଟ୍, ରାତ୍ରି ୩ଟା ୯ମିନିଟ୍ ରୁ ୪ଟା ୪୭ମିନିଟ୍ । ଶୁଭସମୟ- ସକାଳ ୬ଟା ୨୭ମିନିଟ୍ ରୁ ୮ଟା ୩୫ମିନିଟ୍, ଦିବା ୧୦ଟା ୪୭ମିନିଟ୍ ରୁ ୧୧ଟା ୫୦ମିନିଟ୍, ଦିବା ୧ଟା ୪୧ମିନିଟ୍ ରୁ ୩ଟା ୪୯ମିନିଟ୍, ସନ୍ଧ୍ୟା ୬ଟା ୧୧ମିନିଟ୍ ରୁ ୭ଟା ୧ମିନିଟ୍, ରାତ୍ର ୮ଟା ୪୯ମିନିଟ୍ ରୁ ରାତ୍ର ୩ଟା ୮ମିନିଟ୍, ରାତ୍ର ୪ଟା ୪୮ମିନିଟ୍ ରୁ ସନ୍ଧ୍ୟା ୬ଟା ୨୫ମିନିଟ୍ ।
ମେଷ:-
ସନ୍ତାନର ସୁଖବର ଶୁଣି ଖୁସି ହେବେ । ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହେବ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ଶୁଭ ଖବର ଶୁଣି ଗୃହରେ ଶାନ୍ତ ବାତାବରଣ ଦେଖା ଦେବ । ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ । ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ବୃଷ:-
ସାମାଜିକ ସ୍ତରରେ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ସଚ୍ଚୋଟ ଓ ନ୍ୟାୟୀ ବ୍ୟକ୍ତିହିସାବରେ ସମ୍ମାନ ପାଇବେ । ପାରିବାରିକ ସୁଖ ସମ୍ପନ୍ନତା ଲାଭ ହେବ ଏବଂ ଆୟ ମଧ୍ୟ ଉତ୍ତମ ହେବ । ବ୍ୟବସାୟ କ୍ଷେତ୍ରରେ ଦ୍ଵିଗୁଣା ଲାଭ ପାଇବା ସହ ନୂତନ ଦ୍ରବ୍ୟ କ୍ରୟ କରିବେ । କୌଣସି ଶିକ୍ଷା ଅନୁଷ୍ଠାନରେ ଯୋଗ ଦେବାର ସୁବିଧା ସୁଯୋଗ ଆସିବ । କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ । ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ମିଥୁନ:-
ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ । ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ହେବ । ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରିପାରିବେ । ସେବାକାରୀମାନଙ୍କ କଠିନ ପରିଶ୍ରମ ଦ୍ଵାରା ଯଶମାନ ସମ୍ମାନ ମିଳିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
କର୍କଟ:-
ସ୍ଵାସ୍ଥ୍ୟରେ ଉନ୍ନତି ସହ ଅଧ୍ୟାତ୍ମିକ ତଥା ବୈଷୟିକ ରୁଚି ପୂର୍ତ୍ତି ହେବ । ଗବେଷଣା, ଯୋଗାଯୋଗ ସକାଶେ ଦିନଟି ବହୁତ ଭଲ । କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଙ୍ଗୀତ ପ୍ରଭୃତିରୁ ସୁଫଳ ପାଇବେ । ରାଜନୈତିକ କ୍ଷେତ୍ରରେ ନୂତନ ଦିଗନ୍ତ ସୃଷ୍ଟି କରି ଚର୍ଚ୍ଚିତ ହେବେ । ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ ଓ ଗୃହୋପକରଣ କିମ୍ବା ମୂଲ୍ୟବାନ୍ ସାମଗ୍ରୀ କ୍ରୟ କରିପାରନ୍ତି । ଉଚିତ୍ ପନ୍ଥା ଗ୍ରହଣ କରି ବ୍ୟବସାୟରେ ସଫଳତା ଅର୍ଜନ କରିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ସିଂହ:-
ଆର୍ଥିକ ସଙ୍କଟ ଦୂରେଇଯିବ । ଧର୍ମାତ୍ମା, ଦେବତା, ସାଧୁସନ୍ଥଙ୍କସେବା ଓ ପରୋପକାର କର୍ମରେ ନିଜକୁ ନିଯୋଜିତ କରିବେ । କର୍ମକ୍ଷେତ୍ରରେ ସହକର୍ମୀ, ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କାର୍ଯ୍ୟ ସାଧନ କରିବେ । ନିକଟ ସମ୍ପର୍କୀୟମାନଙ୍କ କାର୍ଯ୍ୟକଳାପ ଆପଣଙ୍କ ପାଇଁ ସନ୍ତୋଷ ସୃଷ୍ଟି କରିବ । ଆନୁଷ୍ଠାନିକ କାମରେ ଗଠନମୂଳକ ପ୍ରସ୍ତାବ ନେଇ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ହେବେ । ପଢିବା, ପଢେଇବାରେ ସଫଳତା ମିଳିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
କନ୍ୟା:-
ସନ୍ତାନ ସନ୍ତତି ମାନଙ୍କଖୁସିରେ ଆନନ୍ଦିତ ହେବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ତୁଳା:-
ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
ବିଚ୍ଛା:-
ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ । ରୋଜଗାର ସମସ୍ୟା ସୁଧୁରି ଯିବ ଓ ଆୟର ସ୍ରୋତ ଖୋଲିଯିବ । କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ । ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ଯଶକୀର୍ତ୍ତୀ, ମାନସମ୍ମାନ, ପ୍ରତିଷ୍ଠା ପ୍ରତିପତ୍ତିରେ ବୃଦ୍ଧି ହେବ । ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁଙ୍କ ସହ ସମ୍ପର୍କରେ ଦୃଢତା ଆସିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ଧନୁ:-
ଶତ୍ରୁବାଧା ଦୂରେଇ ଯିବ । ସ୍ଵାସ୍ଥ୍ୟରେ ଉନ୍ନତି ପରି ଲିଖିତ ହେବ । ଜଗାଜମି, ଗୃହ ଉପକରଣ କ୍ରୟ କରିବେ । ଋଣପ୍ରାପ୍ତି ଓ ଋଣମୁକ୍ତିର ରାସ୍ତା ପରିଷ୍କାର ହେବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ଉଚ୍ଚଅଧିକାରୀଙ୍କଠାରୁ ସହଯୋଗ ମିଳିବ । ସନ୍ତାନଙ୍କ ଉନ୍ନତି ଚିନ୍ତାରେ ମାନସିକ ଶାନ୍ତି ପାଇବେ । ନିର୍ମାଣମୂଳକ ଯୋଜନାରେ ଆଗେଇବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।
ମକର:-
ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ । ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ । କର୍ମକ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ । ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁ ବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
କୁମ୍ଭ:-
କର୍ମକ୍ଷେତ୍ରରେ ଅଧିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରିବେ । ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ । ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଏବଂ ତୀର୍ଥଯାତ୍ରା ମଧ୍ୟ କରି ପାରନ୍ତି । ମାଆ ବାପାଙ୍କ ଠାରୁ ସହଯୋଗ ମିଳିବ । ବନ୍ଧୁ ପରିବାର ଠାରୁ ସୁଖ ମିଳିବ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବୃଦ୍ଧି ପାଇବା ସହ ମୁଖ୍ୟନେତାଙ୍କର ପ୍ରିୟ ପାତ୍ର ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ମୀନ:-
ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
