ଆଜିଠୁ ଗଞ୍ଜାମ ଜିଲାର ସମସ୍ତ ଧର୍ମାନୁଷ୍ଠାନ ବନ୍ଦ, ଫେବ୍ରୁଆରୀ ପହିଲା ଯାଏ କଟକଣା ବଳବତ୍ତର
ବ୍ରହ୍ମପୁର : ଆଜିଠୁ ଗଞ୍ଜାମ ଜିଲାର ସମସ୍ତ ଧର୍ମାନୁଷ୍ଠାନ ବନ୍ଦ ରହିବ। କରୋନା ଆକ୍ରାନ୍ତ ସଂଖ୍ୟା ବଢ଼ୁଥିବାରୁ ଜିଲା ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଆସନ୍ତା ଫେବ୍ରୁଆରୀ ପହିଲା ଯାଏ ଏହି କଟକଣା ବଳବତ୍ତର ରହିବ।
ସମସ୍ତ ଧର୍ମାନୁଷ୍ଠାନରେ କେବଳ ନୀତିକାନ୍ତି ସହ ସଂପୃକ୍ତ ବ୍ୟକ୍ତିଙ୍କୁ ଯିବାକୁ ଅନୁମତି ରହିଛି। ନିୟମକୁ କଡ଼ାକଡ଼ି ପାଳନ କରିବାକୁ ସ୍ଥାନୀୟ ପ୍ରଶାସନକୁ ଦାୟିତ୍ୱ ଦିଆଯାଇଛି। ସୂଚନାଯୋଗ୍ୟ, ଆସନ୍ତା ସୋମବାର ଠାରୁ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ। ସଂକ୍ରମଣ ବଢୁଥିବା କାରଣରୁ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି। ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଏହି ସୂଚନା ଦେଇଛନ୍ତି। ଶ୍ରୀମନ୍ଦିରର କେତେକ ସେବାୟତ ଓ ଶ୍ରୀମନ୍ଦିର ପ୍ରଶାସନର କେତେକ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିପାଇଁ ପ୍ରଶାସନ ଏପରି ନିଷ୍ପତ୍ତି ନେଇଛି। ତେବେ ବିଧି ଅନୁସାରେ ମହାପ୍ରଭୁଙ୍କ ନୀତିକାନ୍ତି ଚାଲିବ।
