୪ ଆଇଏଏସ୍ଙ୍କୁ ପଦୋନ୍ନତି
ଭୁବନେଶ୍ୱର : ରାଜ୍ୟ ସରକାର ୧୯୯୧ ବ୍ୟାଚ୍ ର ୪ ଜଣ ବରିଷ୍ଠ ଆଇଏଏସ୍ ଅଧିକାରୀଙ୍କୁ ଅତିରିକ୍ତ ଶାସନ ସଚିବ ପାହ୍ୟାକୁ ପଦୋନ୍ନତି ଦେଇଛନ୍ତି । ସେହିପରି ୨ ଜଣ ଆଇଏଏସ୍ ଅଧିକାରୀଙ୍କୁ କେନ୍ଦ୍ରୀୟ ଡେପୁଟେସନ୍ ରେ ଯିବା ଲାଗି ଅନୁମତି ଦେଇଛନ୍ତି । ଏ ନେଇ ସାଧାରଣ ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
ବିଜ୍ଞପ୍ତି ଅନୁସାରେ ୧୯୯୧ ବ୍ୟାଚ୍ର ଆଇଏଏସ୍ ଅଧିକାରୀ ଅନୁ ଗର୍ଗ, ମଧୁସୂଦନ ପାଢ଼ୀ, ସତ୍ୟବ୍ରତ ସାହୁ ଓ ବିଜୟ ଅରୋରାଙ୍କୁ ରାଜ୍ୟ ସରକାର ପଦୋନ୍ନତି ଦେଇଛନ୍ତି । ଅପରପକ୍ଷେ ୧୯୯୦ ବ୍ୟାଚ୍ ର ଆଇଏଏସ୍ ଅଧିକାରୀ ଜି. ଶ୍ରୀନିବାସ ଓ ଆରତୀ ଆହୁଜାଙ୍କୁ କେନ୍ଦ୍ରୀୟ ଡେପୁଟେସନ୍ ରେ ଯିବା ଲାଗି ଅନୁମତି ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।
