ଗତକାଲି ତୁଳନାରେ ଆଜି ହ୍ରାସ, ଦେଶରେ ଆଉ ୨,୫୮,୦୮୯ କରୋନା ସଂକ୍ରମିତ ଚିହ୍ନଟ ଓ ୩୮୫ ମୃତ
ନୂଆଦିଲ୍ଲୀ : ଦେଶରେ କରୋନାର ବେଗ ନିୟନ୍ତ୍ରଣ ବାହାର ହେବାକୁ ଲାଗିଛି । ପ୍ରତିଦିନ ୨ ଲକ୍ଷରୁ ଅଧିକ କରୋନା ମାମଲା ସାମ୍ନାକୁ ଆସୁଛି । ସେହିପରି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍ ମାମଲା ମଧ୍ୟ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଦେଶରେ ବର୍ତ୍ତମାନ ସୁଦ୍ଧା ୮,୨୦୯ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ହୋଇସାରିଛି । ସୋମବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷ ୫୮ ହଜାର ୦୮୯ ନୂତନ କରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୮୫ ସଂକ୍ରମିତଙ୍କର ମୃତ୍ୟୁ ମାମଲା ସାମ୍ନାକୁ ଆସିଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୫୧,୭୪୦ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୧,୦୫,୯୬୪ ସକ୍ରିୟ ମାମଲାରେ ବୃଦ୍ଧି ଘଟିଛି ।
ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ ୩ କୋଟି ୭୩ ଲକ୍ଷ ୮୦ ହଜାର ୨୫୩ ସଂକ୍ରମିତ ମାମଲା ଚିହ୍ନଟ ହୋଇସାରିଛି । ସେହିପରି ଦେଶରେ ମୋଟ ୩ କୋଟି ୫୨ ଲକ୍ଷ ୩୭ ହଜାର ୪୬୧ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୧୬ ଲକ୍ଷ ୫୬ ହଜାର ୩୪୧ କରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୮୬ ହଜାର ୪୫୧ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଦେଶରେ ଆଜି ମଧ୍ୟ କରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ହ୍ରାସ ଦେଖାଦେଇଛି । ଜାନୁଆରୀ ୧୬ ପର୍ଯ୍ୟନ୍ତ ସାରା ଦେଶରେ ୧୫୭ କୋଟି ୨୦ ଲକ୍ଷ ୪୧ ହଜାର ୮୨୫ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୯ ଲକ୍ଷ ୪୬ ହଜାର ୩୪୮ କରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୭୦ କୋଟି ୩୭ ଲକ୍ଷ ୬୨ ହଜାର ୨୮୨ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୩ ଲକ୍ଷ ୧୩ ହଜାର ୪୪୪ କରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୧୩ ପ୍ରତିଶତରୁ ଅଧିକ ରହିଛି ।
