ଦେଶରେ ଖସୁଛି କରୋନା ସଂକ୍ରମଣ, ଦିନକରେ ଆଉ ୨,୩୮୦,୧୮ କରୋନା ସଂକ୍ରମିତ ଚିହ୍ନଟ ଓ ୩୧୦ ମୃତ
ନୂଆଦିଲ୍ଲୀ : ଦେଶରେ କୋରୋନା ସଙ୍କଟ ଜାରି ରହିଛି । ଏହି ସମୟରେ ଗତକାଲି ଅପେକ୍ଷା ଆଜି କୋରୋନା ମାମଲାରେ ସାମାନ୍ୟ ହ୍ରାସ ଦେଖାଦେଇଛି । ଅନ୍ୟପଟେ କୋରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍ ମାମଲା ମଧ୍ୟ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଦେଶରେ ବର୍ତ୍ତମାନ ସୁଦ୍ଧା ୮,୮୯୧ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ହୋଇସାରିଛି । ମଙ୍ଗଳବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷ ୩୮ ହଜାର ୧୮ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୧୦ ସଂକ୍ରମିତଙ୍କର ମୃତ୍ୟୁ ମାମଲା ସାମ୍ନାକୁ ଆସିଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୫୭,୪୨୧ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୮୦,୨୮୭ ସକ୍ରିୟ ମାମଲାରେ ବୃଦ୍ଧି ଘଟିଛି ।
ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ ୩ କୋଟି ୭୬ ଲକ୍ଷ ୧୮ ହଜାର ୨୭୧ ସଂକ୍ରମିତ ମାମଲା ଚିହ୍ନଟ ହୋଇସାରିଛି । ସେହିପରି ଦେଶରେ ମୋଟ ୩ କୋଟି ୫୩ ଲକ୍ଷ ୯୪ ହଜାର ୮୮୨ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୧୭ ଲକ୍ଷ ୩୬ ହଜାର ୬୨୮ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୮୬ ହଜାର ୭୬୧ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ହ୍ରାସ ଦେଖାଦେଇଛି । ଜାନୁଆରୀ ୧୭ ପର୍ଯ୍ୟନ୍ତ ସାରା ଦେଶରେ ୧୫୮ କୋଟି ୪ ଲକ୍ଷ ୪୧ ହଜାର ୭୭୦ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୯ ଲକ୍ଷ ୯୧ ହଜାର ୨୩୦ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୭୦ କୋଟି ୫୪ ଲକ୍ଷ ୧୧ ହଜାର ୪୨୫ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୬ ଲକ୍ଷ ୪୯ ହଜାର ୧୪୩ କୋରୋନା ନମୁନା ପରୀକ୍ଷା କରାଯାଇଛି ।
