Skip to content
କର୍ଣ୍ଣାଟକ: କର୍ଣ୍ଣାଟକରେ ଜାରି ରହିଥିବା ହିଜାବ ବିବାଦ ମଧ୍ୟରେ ମୁଖ୍ୟମନ୍ତ୍ରୀ ବସବରାଜ ବୋମ୍ମଇ ଏକ ବଡ଼ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ଆଗାମୀ ୩ ଦିନ ପାଇଁ ସମସ୍ତ ହାଇସ୍କୁଲ ଓ କଲେଜ ବନ୍ଦ ରଖିବାକୁ ଆଦେଶ ଦେଇଛନ୍ତି । ଅନ୍ୟପଟେ ରାଜ୍ୟ ସରକାର ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ଅପେକ୍ଷା କରିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ଏଥିସହିତ ଶାନ୍ତି ଓ ସଦଭାବ ବଜାୟ ରଖିବା ପାଇଁ ଛାତ୍ରଛାତ୍ରୀଙ୍କୁ ନିବେଦନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି ଏନେଇ ସୂଚନା ପ୍ରଦାନ କରିଛନ୍ତି ।
ସୂଚନାଯୋଗ୍ୟ, କର୍ଣ୍ଣାଟକର ଅନେକ କ୍ଷେତ୍ରରେ କଲେଜରେ ହିଜାବ ପିନ୍ଧିବା ପକ୍ଷ ଓ ବିପକ୍ଷ ପ୍ରଦର୍ଶନ ମଧ୍ୟରେ ରାଜ୍ୟର ଗୃହମନ୍ତ୍ରୀ ଅରାଗା ଜ୍ଞାନେନ୍ଦ୍ର ସମସ୍ତଙ୍କୁ ଶାନ୍ତି ବଜାୟ ରଖିବାକୁ ନିବେଦନ କରିଥିଲେ ।
Post Views: 1,752