ପୌର ନିର୍ବାଚନ ପାଇଁ ସମ୍ପୂର୍ଣ ପ୍ରସ୍ତୁତ ରାଜ୍ୟ ସରକାର, ଯେକୌଣସି ମୁହୂର୍ତ୍ତରେ ଘୋଷଣା ହୋଇପାରେ ନିର୍ବାଚନୀ ତାରିଖ!
ଭୁବନେଶ୍ୱର : ଯେକୌଣସି ମୁହୂର୍ତ୍ତରେ ଘୋଷଣା ହୋଇପାରେ ପୌର ନିର୍ବାଚନ ତାରିଖ । ବିଜ୍ଞପ୍ତି ମାଧ୍ୟମରେ ପୌର ନିର୍ବାଚନ ଆହ୍ୱାନ କଲା ନଗର ଉନ୍ନୟନ ବିଭାଗ । ୪୮ଟି ପୌର ପରିଷଦ, ୫୯ଟି ବିଜ୍ଞାପିତ ଅଞ୍ଚଳ ପରିଷଦରେ ନିର୍ବାଚନ ହେବ। ଏହା ସହ ୩ଟି ମହାନଗର ନିଗମରେ ମଧ୍ୟ ନିର୍ବାଚନ ଅନୁଷ୍ଠିତ ହେବ ।
ପୌର ନିର୍ବାଚନ ପାଇଁ ସମ୍ପୂର୍ଣ ପ୍ରସ୍ତୁତ ଅଛନ୍ତି ରାଜ୍ୟ ସରକାର । ଏନେଇ ଖୁବ୍ ଶୀଘ୍ର ଘୋଷଣା ହୋଇପାରେ ପୌର ନିର୍ବାଚନ ତାରିଖ । ନିର୍ବାଚନ ପାଇଁ ରାଜ୍ୟ ସରକାର ସଂପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ରାଜ୍ୟ ନିର୍ବାଚନ କମିଶନଙ୍କୁ ଅବଗତ କରିଛନ୍ତି ସରକାର । ୩ ମହାନଗର ନିଗମ ଓ ୧୦୭ ପୌରାଞ୍ଚଳରେ ନିର୍ବାଚନ ପାଇଁ ଜାରି ହୋଇଛି ବିଜ୍ଞପ୍ତି । କଟକ, ଭୁବନେଶ୍ୱର ଓ ବ୍ରହ୍ମପୁର ମହାନଗର ନିଗମରେ ହେବ ନିର୍ବାଚନ । ସେହିପରି ଅନ୍ୟ ୧୦୭ ମ୍ୟୁନିସିପାଲଟି ଓ ଏନଏସି ନିର୍ବାଚନ ପାଇଁ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି ।
