ରାଜ୍ୟରେ ଆଉ ୩୪୨ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଖସୁଛି ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩୪୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୯୬ ଓ ସ୍ଥାନୀୟ ଅଞ୍ଚଳରୁ ୧୪୬ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୮୩ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୩୬୩୯ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦିଆଯାଇଛି ।
ଅନୁଗୁଳ ଜିଲାରୁ ୧୨ ଜଣ ଥିବାବେଳେ ବାଲେଶ୍ୱରରୁ ୧୪, ବରଗଡରୁ ୯, ଭଦ୍ରକରୁ ୫, ବଲାଙ୍ଗୀରରୁ ୨, ବୌଦ୍ଧରୁ ୧୦, କଟକରୁ ୨୦, ଦେଓଗଡରୁ ୪, ଢେଙ୍କାନାଳରୁ ୧, ଗଜପତିରୁ ୨୯, ଗଞ୍ଜାମରୁ ୫, ଜଗତସିଂହପୁରରୁ ୮, ଯାଜପୁରରୁ ୨୦, ଝାରସୁଗୁଡାରୁ ୧୩, କଳାହାଣ୍ଡିରୁ ୫, କନ୍ଧମାଳରୁ ୩, କେନ୍ଦ୍ରାପଡାରୁ ୧୬, କେନ୍ଦୁଝରରୁ ୨, ଖୋର୍ଦ୍ଧାରୁ ୩୨, କୋରାପୁଟରୁ ୯, ମାଲକାନଗିରିରୁ ୨, ମୟୁରଭଞ୍ଜରୁ ୧୪, ନବରଙ୍ଗପୁରରୁ ୩, ନୟାଗଡରୁ ୯, ନୂଆପଡାରୁ ୫, ପୁରୀରୁ ୩, ରାୟଗଡାରୁ ୧୪, ସମ୍ବଲପୁରରୁ ୨୪, ସୋନପୁରରୁ ୩, ସୁନ୍ଦରଗଡରୁ ୩୯ ଓ ରାଜ୍ୟ ପୁଲରୁ ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୩୬୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୩୨୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୮୩୬୩୯ ୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୯୯୧୦୪୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।
