ଆଜି ୧୦ ଜିଲାରେ ଘଡଘଡି ଓ ବର୍ଷା, ୟେଲୋ ଓ୍ୱାର୍ଣ୍ଣିଂ ଜାରି
ଭୁବନେଶ୍ବର : ଆଜି ରାଜ୍ୟର ୧୦ଟି ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବ । ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଆଦି ଜିଲାରେ ବର୍ଷା ସମ୍ଭାବନା ରହିଛି। ଏ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ପଶ୍ଚିମ ମଧ୍ୟପ୍ରଦେଶ ଓ ଏହା ସଂଲଗ୍ନ ପୂର୍ବ ରାଜସ୍ଥାନରୁ ନାଗାଲାଣ୍ଡ ତଥା ପୂର୍ବ ମଧ୍ୟପ୍ରଦେଶ, ଦକ୍ଷିଣପୂର୍ବ ଉତ୍ତରପ୍ରଦେଶ, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗର ଗାଙ୍ଗେୟ ଉପତ୍ୟକା ଓ ଆସାମରେ ଘୂର୍ଣ୍ଣିବଳୟ ଏବଂ ଉପରିଭାଗରେ ଟ୍ରପଲାଇନ୍ ସୃଷ୍ଟି ହୋଇଛି । ଯାହାର ପ୍ରଭାବରେ ଶୁକ୍ରବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି କେନ୍ଦ୍ର ଆକଳନ କରିଛି । ରାଜ୍ୟର ବାକି ଅଞ୍ଚଳରେ ପାଗ ଶୁଖିଲା ରହିବା ସହ ଫେବ୍ରୁଆରି ଶେଷ ୨ଦିନ ମଧ୍ୟ ରାଜ୍ୟର ପାଗ ଶୁଖିଲା ଓ ଖରାଟିଆ ରହିବ। ଏଥିସହ ଆସନ୍ତା ୪ରୁ ୫ ଦିନରେ ରାଜ୍ୟର ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ସୁନ୍ଦରଗଡ଼, ଦେଓଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲାର କେତେକ ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ସେହିପରି ଉତ୍ତର ଓଡ଼ିଶାର ଅବଶିଷ୍ଟ ଅଞ୍ଚଳ, ସୋନପୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଁ ଭାଁ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଡକ୍ଟର ଏଚ୍ ଆର୍ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି । ଏହି ଜିଲାଗୁଡ଼ିକ ପାଇଁ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ବି ଜାରି କରାଯାଇଛି । ସେହିପରି ୨୬ ତାରିଖ ଦିନ ମଧ୍ୟ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ ଆଦି ଅଞ୍ଚଳରେ ବି ବର୍ଷା ସମ୍ଭାବନା ରହିଛି। ରାଜ୍ୟର ବାକି ଅଞ୍ଚଳରେ ପାଗ ଶୁଖିଲା ରହିବା ସହ ଫେବ୍ରୁଆରି ଶେଷ ୨ଦିନ ମଧ୍ୟ ରାଜ୍ୟର ପାଗ ଶୁଖିଲା ଓ ଖରାଟିଆ ରହିବ। ଏଥିସହ ଆସନ୍ତା ୪ରୁ ୫ ଦିନରେ ରାଜ୍ୟର ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ।
