ଦେଶରେ ଆଉ ୧୧,୪୯୯ ସଂକ୍ରମିତ ଓ ୨୫୫ ମୃତ
ନୂଆଦିଲ୍ଲୀ : ଦେଶରେ କମୁଛି ସଂକ୍ରମଣ। କିନ୍ତୁ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧୫ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୧ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨ସହ ଟପିଛି ମୃତ୍ୟୁ ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୧୪୯୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା୨୫୫ ଛୁଇଁଛି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୨୮ ଲକ୍ଷ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୨୧୮୮୧ ସକ୍ରିୟ ମାମଲା ରହିଛି ଏବଂ ୪ କୋଟି ୨୨ ଲକ୍ଷ ୭୦ ହଜାର ୪୮୨ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫ ଲକ୍ଷ ୧୩ ହଜାର ୪୮୧ ସଂକ୍ରମିତ ପ୍ରାଣ ହରାଇଛନ୍ତି ।
