ଆଜିର ଭାଗ୍ୟଫଳ (ମଙ୍ଗଳବାର, ୧/୦୩/୨୦୨୨), ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ
ଆଜି ୨୦୨୨ ମାର୍ଚ୍ଚ ୧ । ମଙ୍ଗଳବାର । କୁମ୍ଭ ମାସ ୧୭ ଦିନ । ଫାଲଗୁନ ମାସ। କୃଷ୍ଣପକ୍ଷ । ଚତୁର୍ଦ୍ଦଶୀ ତିଥି । ଧନିଷ୍ଠା ନକ୍ଷତ୍ର । ମକର ରାଶିରେ ଚନ୍ଦ୍ର ଦିବା ୪ଟା ୩୧ମିନିଟ୍ ଗତେ କୁମ୍ଭ ରାଶିରେ ଚନ୍ଦ୍ର । ପରିଘ ଯୋଗ ଦିବା ୧୧ଟା ୧୬ମିନିଟ୍ ଗତେ ଶିବ ଯୋଗ । ବିଷ୍ଟି କରଣ ଦିବା ୨ଟା ୬ମିନିଟ୍ ଗତେ ଶକୁନି କରଣ । ମକର ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର ଦିବା ୪ଟା ୩୧ମିନିଟ୍ ଗତେ ମିଥୁନ, ମୀନ ରାଶିର ଘାତଚନ୍ଦ୍ର । ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ପଶ୍ଚିମେ ରାତି ୧ଟା ପରେ ଐଶାନ୍ୟେ ଯାତ୍ରା ନିଷେଧ ।
ଶ୍ରାଦ୍ଧ ତର୍ପଣ- ଚତୁର୍ଦ୍ଦଶୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୭ଟା ୩୮ମିନିଟ୍ ରୁ ୯ଟା ୫ମିନିଟ୍, ଦିବା ୧ଟା ୨୬ମିନିଟ୍ ରୁ ଦିବା ୨ଟା ୫୪ମିନିଟ୍, ସନ୍ଧ୍ୟା ୭ଟା ୨୦ମିନିଟ୍ ରୁ ରାତ୍ରି ୮ଟା ୫୪ମିନିଟ୍ । ଶୁଭସମୟ- ସକାଳ ୯ଟା ୫ମିନିଟ୍ ରୁ ଦିବା ୧୦ଟା ୪୮ମିନିଟ୍, ଦିବା ୧ଟା ୯ମିନିଟ୍ ରୁ ୧ଟା ୨୫ମିନିଟ୍, ଦିବା ୪ଟା ୨୧ମିନିଟ୍ ରୁ ସନ୍ଧ୍ୟା ୫ଟା, ସନ୍ଧ୍ୟା ୫ଟା ୪୯ମିନିଟ୍ ରୁ ୬ଟା ୩୬ମିନିଟ୍, ରାତ୍ର ୯ଟା ୬ମିନିଟ୍ ରୁ ରାତ୍ର ୧୧ଟା ୩୩ମିନିଟ୍, ରାତ୍ର ୨ଟା ୩ମିନିଟ୍ ରୁ ୩ଟା ୪୦ମିନିଟ୍ । ପର୍ବଦିନ- ସର୍ବ ସମ୍ମତ ମହାଶିବରାତ୍ରୀ, ଜାଗର, ଶିବ ଚତୁର୍ଦ୍ଦଶୀ ଓ ବେଢା ପରିକ୍ରମା, ଚତୁର୍ଦ୍ଦଶୀ ନକ୍ତ ବ୍ରତ, ଶରଣ, ମଙ୍ଗଳ ଚତୁର୍ଦ୍ଦଶୀ ସ୍ନାନ ।
ମେଷ:-ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ । ଆର୍ଥିକ ଦିଗରୁ ସୁବିଧା ଜନକ ପରିସ୍ଥିତି ଦେଖାଦେବା ଫଳରେ ଉଚ୍ଚଆଶା ସଫଳ ହେବ । ପୁତ୍ର କନ୍ୟାମାନଙ୍କର ଉନ୍ନତ୍ତି ଓ ଅଗ୍ରଗତି ଘଟିବ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।
ବୃଷ:-ସମାଜସେବା, ଲୋକସମ୍ପର୍କ, ଧାର୍ମିକ ଅନୁଷ୍ଠାନରେ ଶୁଭଫଳ ପ୍ରାପ୍ତି ହେବ । ବ୍ୟବସାୟୀଙ୍କ ପାଇଁ ଲାଭ ଦିଗଟି ସନ୍ତୋଷ ଜନକ ହେବ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ମାଆବାପାଠାରୁ ସହଯୋଗ ପାଇ ପାରିବାରିକ ସମ୍ପର୍କରେ ଉନ୍ନତି ହେବା ସହ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ନିଜ କ୍ଷେତ୍ରରେ କର୍ମଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
ମିଥୁନ:-ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରି ପ୍ରଶଂସିତ ହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଛାତ୍ରଛାତ୍ରୀ ମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟରେ ଉତ୍ଥାନ ପତ୍ତନର ସମ୍ମୁଖୀନ ହେଲେ ମଧ୍ୟ ନିଜ ପରିଶ୍ରମରେ ସଫଳତା ପାଇବେ । କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ । ପ୍ରତିଦ୍ୱନ୍ଦିତା, ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହିଯିବା ଅଧିକ ଉତ୍ତମ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କର୍କଟ:-ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ । ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବା ସହ ପ୍ରଶଂସିତ ହେବେ । ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଶତୃପକ୍ଷ ଦୁର୍ବଳ ହୋଇ ପାରନ୍ତି । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ସିଂହ:-ସାମ୍ବାଦିକ ମାନେ ପ୍ରଶଂସିତ ହେବେ । ସରକାରୀ କର୍ମଚାରୀମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବେ । ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ଛାତ୍ରଛାତ୍ରୀ ମାନେ ଉଚ୍ଚ ଶିକ୍ଷା ପାଇଁ ଚେଷ୍ଟା ଜାରି ରଖିବେ । ଆମୋଦ ପ୍ରମୋଦ, ମନୋରଞ୍ଜନ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ । ମୂଲ୍ୟବାନ ପଦାର୍ଥ ଓ ଅଧିକ ଧନରତ୍ନ ସହିତ ଏକୁଟିଆ ଚଳପ୍ରଚଳ ହେବା ନିରାପଦ ନୁହେଁ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
କନ୍ୟା:-ସାମାଜିକ ସ୍ତରରେ ସମ୍ମାନଲାଭ କରିବେ । ପୁରାତନ ରୋଗର ଉପସମ ହେବ । କର୍ମଚାରୀମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇବାର ସୂଚନା ପାଇବେ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ । ଛାତ୍ରଛାତ୍ରୀ ମାନେ ବିବାଦମାନ ପରିସ୍ଥିତିର ସମ୍ମୁଖୀନ ହେଲେ ମଧ୍ୟ ସଫଳତା ପାଇବେ । ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କନ୍ୟା:-ସାମାଜିକ ସ୍ତରରେ ସମ୍ମାନଲାଭ କରିବେ । ପୁରାତନ ରୋଗର ଉପସମ ହେବ । କର୍ମଚାରୀମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇବାର ସୂଚନା ପାଇବେ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ । ଛାତ୍ରଛାତ୍ରୀ ମାନେ ବିବାଦମାନ ପରିସ୍ଥିତିର ସମ୍ମୁଖୀନ ହେଲେ ମଧ୍ୟ ସଫଳତା ପାଇବେ । ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ତୁଳା:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ଉତ୍ସାହିତ ହେବେ । କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ଫଳରେ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ ଓ ଗୃହସ୍ଥ ଜୀବନ ସୁଖମୟ ହେବ । ସାମାଜିକ କାର୍ଯ୍ୟରେ ଯୋଗଦାନ କରି କ୍ରୋଧକୁ ଦମନ କରିପାରିଲେ ସମସ୍ତ କାର୍ଯ୍ୟରେ ସଫଳ ହେବେ । ପ୍ରତିକାର:- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
ବିଚ୍ଛା:-ଶାରୀରିକ ଅସୁସ୍ଥତା ଦୂରେଇ ଯାଇ କର୍ମକ୍ଷେତ୍ରରେ ଉନ୍ନତି ହେବା ସହ ସନ୍ତୋଷ ଲାଭ କରିବେ । ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ । ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବା ଫଳରେ ଆର୍ଥୀକ ଉନ୍ନତି ଘଟିବ । ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତି ମୂଳକ ପଦକ୍ଷେପ ନେବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ । ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ ।
ଧନୁ:-ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଶିକ୍ଷାର୍ଥୀମାନେ କଠିନ ପରିଶ୍ରମ ଫଳରେ ଅଧ୍ୟୟନରେ ସଫଳତା ପାଇବେ । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ । ଟଙ୍କ । ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମକର:-କର୍ମଚାରୀମାନେ ନାନା ପ୍ରକାର ସଂଘର୍ଷ ମଧ୍ୟରେ ବାଟ ଚାଲିଲେ ମଧ୍ୟ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ସଫଳତା ଦେଖା ଦେବ । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ଲଜିତ ହେବେ । ଆତ୍ମୀୟ ସ୍ଵଜନଙ୍କ ବୈରତା ଯୋଗେ ଆର୍ଥିକ କ୍ଷତି ସହିବାକୁ ପଡିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କୁମ୍ଭ:-ଶତୃମାନେ ମିତ୍ରଭାବ ଆଚରଣ କରିବେ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ମାନସିକ ଅସ୍ଥିରତା ଓ ଶାରିରୀକ ଅସୁସ୍ଥତା ଦୂରେଇ ଯିବ । ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ବ୍ୟବସାୟରେ ସାମାନ୍ୟ ଲାଭ ହୋଇପାରେ । ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ ।
ମୀନ:-ବ୍ୟବସାୟ ବାଣିଜ୍ୟ କାରବାରରେ ଅସାଧାରଣ ସ୍ଥିତି ରହିବ ଓ ଟଙ୍କାର ଆବଶ୍ୟକତା ପୂରଣ ହେବ । ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ । ଯୁକ୍ତି ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ । ବ୍ୟବସାୟ କ୍ଷେତ୍ରରେ ଖୁବ ଅଗ୍ରଗତି ଘଟିବା ସହ କରଜ ଭାରରୁ ମୁକ୍ତି ମିଳିପାରେ । ପ୍ରତିକାର-ହଳଦୀ ଚନ୍ଦନ ମସ୍ତକରେ ଲଗାନ୍ତୁ ।
