ମଧୁସ୍ମିତା ଆଚାର୍ଯ୍ୟ କଂଗ୍ରେସର ବିଏମସି ମେୟର ପ୍ରାର୍ଥୀ
ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମ (ବିଏମସି) ମେୟର୍ ପଦବୀ ପାଇଁ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି । ପ୍ରାର୍ଥୀ ହେଲେ ମଧୁସ୍ମିତା ଆଚାର୍ଯ୍ୟ । ଏ ନେଇ ଶୁକ୍ରବାର ଦିନ ୧୧ଟା ବେଳେ କଂଗ୍ରେସ ବରିଷ୍ଠ ବିଧାୟକ ସୁରେଶ ରାଉତରାୟ ବିଧିବଦ୍ଧ ଭାବେ ନାମ ଘୋଷଣା କରିଛନ୍ତି ।
ମଧୁସ୍ମିତା ଜଣେ ଉଚ୍ଚଶିକ୍ଷିତା, ଯୁବ ଉଦ୍ୟୋଗୀ, କ୍ରୀଡ଼ାବିତ୍, ଓଡ଼ିଶୀ ନୃତ୍ୟ ଶିଳ୍ପୀ । କଲେଜ ଜୀବନରେ ମଧ୍ୟ ରାଜନୀତିରେ ଜଡିତ ଥିଲେ । ସେ ଧର୍ମଶାଳାର ପୂର୍ବତନ କଂଗ୍ରେସ ବିଧାୟକ କାଙ୍ଗାଳୀ ପଣ୍ଡାଙ୍କ ବୋହୂ । କାଙ୍ଗାଳୀ ପଣ୍ଡା ନିର୍ବାଚନ ଲଢ଼ିବା ସମୟରେ ମଧୁସ୍ମିତା ନିର୍ବାଚନ ପରିଚାଳନାରେ ସହାୟତା କରୁଥିଲେ । ସେ ଦୃଷ୍ଟିକୋଣରୁ କଂଗ୍ରେସ ତାଙ୍କ ଉପରେ ଭରସା କରିଛି । ସେଥିପାଇଁ ତାଙ୍କୁ ମେୟର ପ୍ରାର୍ଥୀ ଭାବେ ଚୟନ କରିଛି ଜାତୀୟ କଂଗ୍ରେସ ।
