ଆଜିର ଭାଗ୍ୟଫଳ (ଶନିବାର, ୫/୦୩/୨୦୨୨), ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ
ଆଜି ୨୦୨୨ ମାର୍ଚ୍ଚ ୫ ତାରିଖ । ଶନିବାର । କୁମ୍ଭ ମାସ ୨୧ ଦିନ। ଫାଲଗୁନ ମାସ । ଶୁକ୍ଳପକ୍ଷ । ତୃତୀୟା ତିଥି । ରେବତୀ ନକ୍ଷତ୍ର ।ମୀନ ରାଶିରେ ଚନ୍ଦ୍ର । ଶୁକ୍ଳ ଯୋଗ । ତୈତିଳ କରଣ ସକାଳ ୮ଟା ୩୫ମିନିଟ୍ ଗତେ ଗର କରଣ । ବୃଷ,ସିଂହ ଓ କନ୍ୟା ରାଶିର ଘାତବାର । ଧନୁ ରାଶିର ଘାତଚନ୍ଦ୍ର ରାତି ୨ଟା ୨୯ମିନିଟ୍ ଗତେ ମେଷ ରାଶିର ଘାତଚନ୍ଦ୍ର । ପୋଟଳ ନ ଖାଇଲେ ଭଲ ରାତି ୮ଟା ୩୬ ମିନିଟ୍ ପରେ ମୂଳା ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟେ ରାତି ୮ଟା ୩୬ ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ ।
ଶ୍ରାଦ୍ଧ ତର୍ପଣ- ତୃତୀୟାର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୬ଟା ୭ମିନିଟ୍ ରୁ ୭ଟା ୩୫ମିନିଟ୍, ଦିବା୧ଟା ୨୬ମିନିଟ୍ ରୁ ଦିବା ୨ଟା ୫୪ମିନିଟ୍, ଦିବା ୪ଟା ୨୧ମିନିଟ୍ ରୁ ୫ଟା ୪୯ମିନିଟ୍, ସନ୍ଧ୍ୟା ୫ଟା ୫୦ମିନିଟ୍ ରୁ ରାତ୍ରି ୭ଟା ୩୨ମିନିଟ୍, ନିଶାନ୍ତ ୪ଟା ୩୪ମିନିଟ୍ ରୁ ପ୍ରାତଃ ୬ଟା ୭ମିନିଟ୍ । ଶୁଭସମୟ- ଦିବା ୧୦ଟା ୩୧ମିନିଟ୍ ରୁ ୧ଟା ୭ମିନିଟ୍, ରାତ୍ର ୮ଟା ୧୭ମିନିଟ୍ ରୁ ୧୦ଟା ୪୩ମିନିଟ୍, ରାତ୍ର ୧୨ଟା ୨୩ମିନିଟ୍ ରୁ ୨ଟା ରାତ୍ର ୨ଟା ୫୦ମିନିଟ୍ ରୁ ରାତ୍ର ୪ଟା ୨୭ମିନିଟ୍ । ପର୍ବଦିନ – ବିଜୁପଟ୍ଟନାୟକଙ୍କ ଜଯନ୍ତୀ ।
ମେଷ:-ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ଜୟଯୁକ୍ତ ହେବେ । କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ । ବ୍ୟବସାୟରେ ଭାଗୀଦାରୀମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯିବ । ରାଜନୀତିରେ ସଫଳତା ମିଳିବ । ଚାଲୁ ରହିଥିବା କାର୍ଯ୍ୟରେ ନୂଆ ସମସ୍ୟାର ସାମ୍ନା କରିବାକୁ ପଡି ପାରେ । ଅତ୍ୟଧିକ ନ୍ଧାଦୌଡ ଓ ପରିଶ୍ରମ ଦ୍ଵାରା ସ୍ଵାସ୍ଥ୍ୟରେ ଅବନ୍ନତି ଦେଖା ଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ
ବୃଷ:-ଶତୃ ଓ ବିରୋଧୀମାନେ ପରାସ୍ତ ହେବେ । ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । କାରବାରରେ ଉତ୍ଥାନ ହେବା ଫଳରେ ବ୍ୟବସାୟ ବୃଦ୍ଧି କରିବାର ଇଚ୍ଛା ଜାଗ୍ରତ ହେବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ଆର୍ଥିକ ସ୍ଥିତି ସ୍ଵଛଳ ରହିବ । ବ୍ୟବହାର କୁଶଳତାକୁ ଆଧାରକରୀ ନିମ୍ନବର୍ଗର ସହାୟତା ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ମିଥୁନ:-ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି ନିଜର ସିଦ୍ଧାନ୍ତରେ ଅଟଳ ରହିବେ । କୋର୍ଟ କଚେରୀ ମାମଲା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
କର୍କଟ:-ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ । ଜଗାଜମି, ଗୃହ ଉପକରଣ କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ବ୍ୟବସାୟ କ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ସିଂହ:-ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ଧୈର୍ଯ୍ୟ ଓ ସଂଯମ ରଖିବା ଆବଶ୍ୟକ । ଅସହାୟ ମାନଙ୍କୁ ସାହାଯ୍ୟ କରିବା ଫଳରେ ଲୋକମାନଙ୍କ ନିକଟରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପ୍ରତ୍ତି ବୃଦ୍ଧି ପାଇବ । କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ କୌଣସି ଭୁଲ୍ କାମ କରି ଅନୁତାପ କରି ପାରନ୍ତି । ରାସ୍ତା ଘାଟରେ ଯଥେଷ୍ଟ ସତର୍କ ରହି ଯାତାୟତ କରିବା ଉଚିତ୍ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
କନ୍ୟା:-ସାଧୁ ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି । ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ । ଟଙ୍କ । ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।
ତୁଳା:-ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ସ୍ୱାସ୍ଥ୍ୟ ଉତ୍ତମ ରହିବ । ପାରିବାରିକ ସମ୍ବନ୍ଧରେ ମଧୁରତା ଆସିବ । ସରକାରୀ କାମରେ ସଫଳତା ମିଳିବ । ବରିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଚାକିରୀ କ୍ଷେତ୍ରରେ ସୁଧାର ଆସିବ । ବିଦ୍ୟାର୍ଥୀଙ୍କୁ ସଫଳତା ମିଳିବ । ଜାଗା, ଜମି, ଗୃହ ବାହନ ଆଦି କ୍ରୟ କରି ପାରିବେ । କାର୍ଯ୍ୟ କ୍ଷେତ୍ରରେ ଯଶ ଓ ସମ୍ମାନ ବଢିବ । ଛାତ୍ରଛାତ୍ରୀ ମାନେ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।
ବିଚ୍ଛା:-ସ୍ଵାସ୍ଥ୍ୟରେ ସୁଧାର ଆସିବ । ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ । ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିବା ପାଇଁ ଚେଷ୍ଟା କରି ସଫଳତା ପାଇବେ । ଅଚାନକ ଭାବରେ ଦୂରଯାତ୍ରା କରିବେ । ନିଜ ପରିଶ୍ରମରେ ସଫଳତା ପାଇବେ । ଅଫିସରେ ଟେନସନ ଦୂର ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ । କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବ । ପ୍ରତିକାର:-ଗଙ୍ଗାଜଳ ସେବନ କରନ୍ତୁ ।
ଧନୁ:-ସହକର୍ମୀ ମାନଙ୍କର ସମର୍ଥନ ଓ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ । ପାଠ ପଢାରେ ମନଯୋଗ ଦେବେ । ଧର୍ମାନୁଷ୍ଠାନରେ ଯୋଗଦାନ କରି ପ୍ରଶଂସା ପାଇବେ । ଘରୋଇ କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । କୌଣସି ମିତ୍ରଙ୍କୁ ସହାୟତା ପାଇଁ ହାତ ବଢେଇବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
ମକର:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ସେବାକାରୀ ମାନଙ୍କ ସହଯୋଗରେ ସମ୍ମ । ନ ଜନକ ସ୍ଥିତି ପରିଲକ୍ଷିତ ହେବ । ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ । ଜନସେବାଦ୍ଵାରା ସାମାଜିକ ସ୍ଥିତି ଓ ମାନସମ୍ମ । ନ ବଜାୟ ରହିବ । ଗୁରୁଜନ ମାନଙ୍କ ଆଦର ପାଇ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ । କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ୍ଣ ଦୂର ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
କୁମ୍ଭ:-ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ଆଦାୟ ହୋଇ ପାରିବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ । ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ । ପ୍ରତିକାର- ଗୋମୁତ୍ର ଓ ଫିଟିକିରିରେ ଦାନ୍ତସଫା ରଖନ୍ତୁ ।
ମୀନ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକ ଶାନ୍ତି ଅନୁଭବ କରିବେ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ପାରିବେ । ସମସ୍ତଚେଷ୍ଟା ସତ୍ତ୍ୱେ ନିଜର ଲକ୍ଷ୍ୟ ସହଜରେ ପୂର୍ଣ୍ଣ ହେବ । ରାଜନୈତିକ କ୍ଷେତ୍ରରେ ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବର ବୃଦ୍ଧିହେବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।
