ଆଜିର ଭାଗ୍ୟଫଳ (ଶନିବାର, ୧୨/୦୩/୨୦୨୨), ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ
ଆଜି ୨୦୨୨ ମାର୍ଚ୍ଚ ୧୨ । ଶନିବାର । କୁମ୍ଭ ମାସ ୨୮ ଦିନ । ଫାଲଗୁନ ମାସ । ଶୁକ୍ଳପକ୍ଷ । ମଳ ନବମୀ ତିଥି । ସକାଳ ୮ଟା ୮ମିନିଟ୍ ପରେ ଦଶମୀ ତିଥି । ଆର୍ଦ୍ରା ନକ୍ଷତ୍ର । ମିଥୁନ ରାଶିରେ ଚନ୍ଦ୍ର । ସୌଭାଗ୍ୟ ଯୋଗ । କୌଳବ କରଣ ସକାଳ ୮ଟା ୮ମିନିଟ୍ ପରେ ତୈତିଳ କରଣ । ବୃଷ, ସିଂହ ଓ କନ୍ୟା ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । ଲାଉ ନ ଖାଇଲେ ଭଲ ଦିବା ୮ଟା୮ ମିନିଟ୍ ପରେ କଳମଶାଗ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ଦିବା ୮ଟା ୮ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ ।
ଶ୍ରାଦ୍ଧ ତର୍ପଣ- ଦଶମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୬ଟା ୧ମିନିଟ୍ ରୁ ୭ଟା ୩୦ମିନିଟ୍, ଦିବା ୧ଟା ୨୫ମିନିଟ୍ ରୁ ଦିବା ୨ଟା ୫୫ମିନିଟ୍, ଦିବା ୪ଟା ୨୨ମିନିଟ୍ ରୁ ୫ଟା ୫୨ମିନିଟ୍, ସନ୍ଧ୍ୟା ୫ଟା ୫୨ମିନିଟ୍ ରୁ ରାତ୍ରି ୭ଟା ୨୩ମିନିଟ୍, ରାତ୍ରି ୪ଟା ୨୯ମିନିଟ୍ ରୁ ରାତ୍ରି ୬ଟା । ଶୁଭସମୟ- ଦିବା ୧୦ଟା ୨୮ମିନିଟ୍ ରୁ ୧ଟା ୦୭ମିନିଟ୍, ରାତ୍ର ୮ଟା ୧୮ମିନିଟ୍ ରୁ ୧୦ଟା ୪୩ମିନିଟ୍, ରାତ୍ର ୧୨ଟା ୨୧ମିନିଟ୍ ରୁ ୧ଟା ୫୭ମିନିଟ୍, ରାତ୍ର ୨ଟା ୪୭ମିନିଟ୍ ରୁ ରାତ୍ର ୪ଟା ୨୩ମିନିଟ୍ ।
ମେଷ:-ଶିକ୍ଷାକ୍ଷେତ୍ରରେ ଅପେକ୍ଷା କରିଥିବା କାମରେ ଶୁଭ ସୂଚନା ପାଇବେ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଆଶାଜନକ ଫଳପ୍ରାପ୍ତି ହେବ । ସାମ୍ବାଦିକତାରେ ପ୍ରଂଶସିତ ହେବେ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ବୃଷ:-ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ । ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ ଓ ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ । କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯିବେ । ରୋଗ ଓ ଋଣର ଶୀକାର ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ମିଥୁନ:-ସୁଖ ସମୃଦ୍ଧି ବୃଦ୍ଧି ହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ସହ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ପାଇବେ । ନୂତନ କାର୍ଯ୍ୟଆରମ୍ଭ କରି ପାରିବେ । ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରିବେ । ବ୍ୟବସାୟ କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଆଶାତୀତ ଲାଭପାଇବେ । ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ସୁଯୋଗ ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
କର୍କଟ:-ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ପାଇବେ । ପ୍ରକାଶନ, ପ୍ରଶାସନ, ଆଇନ ଅଦାଲତ, ସଭାସମିତି ଓ ଆମଦାନୀ ବାଣିଜ୍ୟ କ୍ଷେତ୍ରରେ ଉପକୃତ ହେବେ । ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶୃତି ପାଇ ଟେନ୍ସନ୍ ଦୂର ହେବ । ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ଦାମ୍ପତ୍ୟ ସୁଖରେ ଶୁଖିହେବେ । ବନ୍ଧୁଙ୍କ ଅନୁରୋଧକ୍ରମେ ଭ୍ରମଣ କାରଣରୁ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
ସିଂହ:-ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ପଢା ପଢିରେ ମାନସିକ ଶାନ୍ତି ମିଳିବ । ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
କନ୍ୟା:-ପାରିବାରିକ ପତିଆରା ଭଲ ରହିବା ସହ ଉତ୍ତମ ବୁଝାମୁଣାରେ ଗତିକରି ଅଦୃତି ଓ ଶ୍ରଦ୍ଧାର ଅଧିକାରୀ ହେବେ । ରାଜନୀତି କ୍ଷେତ୍ରରେ ବାଧା ବନ୍ଧନ ନମାନି ଆଗେଇ ଯିବାର ସୁଯୋଗ ପାଇବେ । କେତେକ କ୍ଷେତ୍ରରେ ବାଧା ଉପୁଜିବା ସହ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ି ପାରନ୍ତି । କଠିନ ପରିଶ୍ରମ କରିବା ଯୋଗୁ ଶାରରୀକ ଅସୁସ୍ଥତା ଦେଖା ଦେବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ତୁଳା:-ଶତୃଙ୍କ ସହିତ ମୁକାବିଲା କରିପାରିବେ । କୃଷିଜାତ ଦ୍ରବ୍ୟ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ । ବିଦେଶ ଯାତ୍ରାରେ ସଫଳ ହେବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ । ଆର୍ଥିକ ମାମଲା ସୁଧୁରିଯିବ । ଶାରୀରିକ କ୍ଷେତ୍ରରେ ଉନ୍ନତି ହେବ ଓ ମନ ଶରୀର ଭଲ ରହିବ । ପାରିବାରିକ ଅଶାନ୍ତି ଦୂରେଇ ଯିବ । ରାଜନୀତିରେ ଫାଇଦା ଉଠାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ବିଚ୍ଛା:-ପାରିବାରିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ ଫଳରେ ମାନସିକ ସ୍ଥିତିକୁ ମଜଭୁତ୍ କରିପାରିବେ । ସହକର୍ମୀମାନେ କାମର ପ୍ରଶଂସା କରିବେ । ରାଜନୈତିକ କ୍ଷେତ୍ରରେ ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ । ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ । ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । ଆର୍ଥିକ ସ୍ଥିତିରେ ବାଧା ଦେଖାଦେବା ସହ ଶତୃ ବୃଦ୍ଧି ହୋଇ ପାରନ୍ତି । ଦାମ୍ପତ୍ୟ ସମସ୍ୟା ଦେଖା ଦେଇପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ଧନୁ:-ସହଯୋଗୀମାନେ ସହଯୋଗ କରିବେ ଓ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ମାନସିକ ଶାନ୍ତି ଅନୁଭବ କରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ମକର:-ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ମିଳିବ । ରାଜନୀତି ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।
କୁମ୍ଭ:-ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ । ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ଆଶା କରିଥିବା ଦିଗରୁ ଅର୍ଥପ୍ରାପ୍ତି ହେବା ଫଳରେ ଆର୍ଥିକ ସ୍ୱଚ୍ଛଳତା ଫେରି ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ମୀନ:-ସନ୍ତାନମାନଙ୍କ ପାଇଁ ମାନସିକ ଚିନ୍ତା ଦୂର ହେବ । କର୍ମକ୍ଷେତ୍ରରେ ଶୁଭ ସୂଚନା ପାଇବେ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ବ୍ୟବସାୟୀମାନେ ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ପାଇ ପ୍ରଚୁର ଲାଭ ପାଇବେ । କୋର୍ଟ କଚେରି ମାମଲାର ଶୁଣାଣି ସପକ୍ଷରେ ଯାଇପାରେ । ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ପ୍ରତି କ୍ଷେତ୍ରରେ ବିଫଳ ହେବ । ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ହୋଇପାରେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
