ଆଜିର ଭାଗ୍ୟଫଳ (ରବିବାର, ୧୩/୦୩/୨୦୨୨), ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ
ଆଜି ୨୦୨୨ ମାର୍ଚ୍ଚ ୧୩ ତାରିଖ । ରବିବାର । କୁମ୍ଭ ମାସ ୨୯ ଦିନ । ଫାଲଗୁନ ମାସ । ଶୁକ୍ଳପକ୍ଷ । ଦଶମୀ ତିଥି । ଦିବା ୧୦ଟା ୨୨ମିନିଟ୍ ଗତେ ଏକାଦଶୀ ତିଥି । ପୁନର୍ବସୁ ନକ୍ଷତ୍ର । ମିଥୁନ ରାଶିରେ ଚନ୍ଦ୍ର ଦିବା ୧ଟା ୨୯ମିନିଟ୍ ଗତେ କର୍କଟ ରାଶିରେ ଚନ୍ଦ୍ର । ଶୋଭନ ଯୋଗ । ଗର କରଣ ସକାଳ ୧୦ଟା ୨୨ମିନିଟ୍ ଗତେ ବାଣିଜ୍ୟ କରଣ । ମେଷ ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର ଦିବା ୧ଟା ୨୯ ମିନିଟ୍ ଗତେ ଘାତଚନ୍ଦ୍ର । କଳମଶାଗ ନ ଖାଇଲେ ଭଲ ଦିବା ୧୦ଟା୨୨ମିନିଟ୍ ପରେ ଶିମ୍ବ,ଆମିଷ ନ ଖାଇଲେ ଭଲ ।
ଯୋଗିନୀ- ଉତ୍ତରେ ଦିବା ୧୦ଟା୨୨ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଏକାଦଶୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୦ଟା ୨୮ମିନିଟ୍ ରୁ ୧ଟା ୨୬ମିନିଟ୍, ରାତ୍ରି ୧ଟା ୨୬ମିନିଟ୍ ରୁ ୨ଟା ୫୮ମିନିଟ୍ । ଶୁଭସମୟ- ପ୍ରାତଃ ୬ଟା ୦୧ମିନିଟ୍ ରୁ ୯ଟା ୫୭ମିନିଟ୍, ଦିବା ୧ଟା ୨୬ମିନିଟ୍ ରୁ ୧ଟା ୫୪ମିନିଟ୍, ସନ୍ଧ୍ୟା ୬ଟା ୪୧ମିନିଟ୍ ରୁ ୯ଟା ୦୬ମିନିଟ୍, ରାତ୍ର ୧୨ଟା ୨୧ମିନିଟ୍ ରୁ ରାତ୍ର ୧ଟା ୨୬ମିନିଟ୍, ରାତ୍ର ୨ଟା ୫୮ମିନିଟ୍ ରୁ ୩ଟା ୩୪ମିନିଟ୍ । ପର୍ବଦିନ- ଫଗୁ ଦଶମୀ , ଶ୍ରୀଜୀଉଙ୍କର ଚାଚେରି ବେଶ ଓ ଦୋଳଯାତ୍ରା ଆରମ୍ଭ
ମେଷ:-ଗୁରୁ ଗୁରୁଜନ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ । ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ । ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍ ମନେକରି ପାଠ ପଢାରେ ମନଯୋଗ ଦେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ବୃଷ:-ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ । ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ସାହାଯ୍ୟ ପାଇ ଧନ୍ୟ ହେବେ । ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ମିଥୁନ:-କର୍ମକ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦପଦବୀ ଲାଭ ହେବ । ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇବେ । ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ । ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ । ଉଚ୍ଚପଦବୀରେ ଅଧିଷ୍ଠିତ ହୋଇ ପାରନ୍ତି । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।
କର୍କଟ:-ସାମାଜିକ ପ୍ରତିଷ୍ଠା. ମାନ ସମ୍ମାନ ବୃଦ୍ଧି ହେବ । ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ । କୁଟୁମ୍ବରେ କିମ୍ବା ପଡୋଶୀଙ୍କ ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ ପ୍ରଶଂସା ପାଇବେ । ଅଟକିଥିବା କାର୍ଯ୍ୟ ପୂରଣ ହେବ । କର୍ମକ୍ଷେତ୍ରଟି ସୁଦୃଢ ହେବ ଓ ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ହେବ । ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
ସିଂହ:-ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । ଶତୃ ପରାଜିତ ହେବେ । ବାକିଥିବା ଅର୍ଥପ୍ରାପ୍ତି ହେବ । ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ପରିବାରର କେତେକ ସମସ୍ୟା ସମାଧାନ ନେଇ ମାନସିକ ଶାନ୍ତି ଅନୁଭବ କରିବେ । ଦୈନଦିନ କର୍ମପ୍ରତି ଉତ୍ସାହ ବୃଦ୍ଧି ପାଇବ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ଦୀର୍ଘଦିନର ଆଶା ଆଜି ପୂରଣ ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
କନ୍ୟା:-କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟରେ ପ୍ରବଳ ଲାଭ ହେବ । ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ପାଇବେ । ବ୍ୟବସାୟ କ୍ଷେତ୍ରରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରି ପାରିବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ତୁଳା:-ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ପାଇଁ ଦୂରସ୍ଥାନକୁ ଯାତ୍ରା କରି ପାରନ୍ତି । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ । ପ୍ରତିଦ୍ବନ୍ଦିତାରେ ବିଜୟୀ ହୋଇ ପଦ ପଦବୀରେ ଅଧିଷ୍ଠିତ ହେବେ । ପରୀକ୍ଷା ପ୍ରତିଯୋଗୀତାରେ କୃତକାର୍ଯ୍ୟ ହୋଇ ଉଚ୍ଚଶ୍ରେଣୀ ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ବିଚ୍ଛା:-ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ । କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ନୀତିସମ୍ପନ୍ନ ପଢାପଢିରେ ମନ ଲାଗିବ ଓ ପରୀକ୍ଷାରେ କୃତକାର୍ଯ୍ୟ ହେବେ । ଲୋକଙ୍କ ସମ୍ପର୍କରେ ରହିବେ, ସେଥିପାଇଁ ଇଣ୍ଟରନେଟ୍ ଠାରୁ ଆରମ୍ଭ କରି ଫୋନ୍ ସବୁ କାରବାର କରିବେ । ଘର ପରିବାରକୁ ପ୍ରାଥମିକତା ଦେବେ, ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ଧନୁ:-ଶିକ୍ଷା କ୍ଷେତ୍ରରେ ଅଧ୍ୟୟନରେ ମନ ନିବେଶ କରି ପ୍ରଶଂସା ପାଇବେ ଓ ମାନସିକ ଏକାଗ୍ରତା ବଜାୟ ରହିବ । ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚସ୍ଥିତି ରକ୍ଷା କରି ଚଳିବେ । ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ । ଯେଉଁ କାମରେ ହାତଦେବେ ତାହା ଅବଶ୍ୟ ନିର୍ବିଘ୍ନରେ ସମାପନ ହୋଇ ଯିବ । ପରିବହନ ଓ ପାର୍ଟନରସିପ ବ୍ୟବସାୟରେ ଲାଭ ଅପରି ବର୍ତିତ ରହିବ । ଚାକିରି କ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ମକର:-ନିର୍ମାଣ କାର୍ଯ୍ୟରେ ବନ୍ଧୁ ମିତ୍ର ସହଯୋଗୀମାନେ ସାହାଯ୍ୟ ସହଯୋଗ କରି କାର୍ଯ୍ୟ ସଫଳ ହେବ । ସାମାଜିକ ଉତ୍ସବରେ ଭାଗ ନେଲେ ବିଶିଷ୍ଟ ବ୍ୟକ୍ତିଙ୍କ ସହ ସମ୍ପର୍କ ହୋଇପାରେ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବା ସହ ସ୍ଥାନାନ୍ତର ମଧ୍ୟ ହୋଇପାରେ । ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ । ମାନସିକ ଶାନ୍ତି ମିଳିବ ଓ ଧାନ ପ୍ରାପ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
କୁମ୍ଭ:-କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ରାଜନୈତିକ କ୍ଷେତ୍ରରେ ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ହାସ ପରିହାସ ଓ ମନୋରଞ୍ଜନରେ ସମୟ ବ୍ୟତୀତ ହେବ । ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ । ଆୟ ବୃଦ୍ଧି ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ମୀନ:-ବନ୍ଧୁଙ୍କ ସହଯୋଗରେ ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣର କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
