ଆଜିର ଭାଗ୍ୟଫଳ ସୋମବାର, ୧୪/୦୩/୨୦୨୨), ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ
ଆଜି ୨୦୨୨ ମାର୍ଚ୍ଚ ୧୪ ତାରିଖ । ସୋମବାର । କୁମ୍ଭ ମାସ ୩୦ ଦିନ । ଫାଲଗୁନ ମାସ । ଶୁକ୍ଳପକ୍ଷ । ଏକାଦଶୀ ତିଥି ଦିବା ୧୨ଟା ୬ମିନିଟ୍ ପରେ ଦ୍ଵାଦଶୀ ତିଥି । ପୁଷ୍ୟା ନକ୍ଷତ୍ର । କର୍କଟ ରାଶିରେ ଚନ୍ଦ୍ର । ଅତିଗଣ୍ଡ ଯୋଗ । ବିଷ୍ଟି କରଣ ଦିବା ୧୨ଟା ୬ମିନିଟ୍ ପରେ ବବ କରଣ । ମିଥୁନ ରାଶିର ଘାତବାର । ଶିମ୍ବ, ଆମିଷ ନ ଖାଇଲେ ଭଲ ଦିବା ୧୨ଟା ୬ ମିନିଟ୍ ପରେ ପୋଇ, ମସୁରଡାଳି ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟେ ଦିବା ୧୨ଟା ୬ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଦ୍ଵାଦଶୀର ପାର୍ବଣ ଶ୍ରାଦ୍ଧ ।
ଅଶୁଭସମୟ- ପ୍ରାତଃ ୭ଟା ୨୮ମିନିଟ୍ ରୁ ୮ଟା ୫୮ମିନିଟ୍, ଦିବା ୨ଟା ୫୪ମିନିଟ୍ ରୁ ଦିବା ୪ଟା ୨୪ମିନିଟ୍, ରାତ୍ରି ୧୦ଟା ୨୪ମିନିଟ୍ ରୁ ରାତ୍ରି ୧୧ଟା ୫୬ମିନିଟ୍ । ଶୁଭସମୟ- ପ୍ରାତଃ ୬ଟା ରୁ ୭ଟା ୨୮ମିନିଟ୍, ଦିବା ୧୦ଟା ୪୫ମିନିଟ୍ ରୁ ଦିବା ୧ଟା ୦୭ମିନିଟ୍, ଦିବା ୪ଟା ୨୪ମିନିଟ୍ ରୁ ୫ଟା ୦୪ମିନିଟ୍, ସନ୍ଧ୍ୟା ୬ଟା ୪୧ମିନିଟ୍ ରୁ ରାତ୍ର ୯ଟା ୦୬ମିନିଟ୍, ରାତ୍ର ୧୧ଟା ୫୬ମିନିଟ୍ ରୁ ରାତ୍ର ୨ଟା ୪୫ମିନିଟ୍ । ପର୍ବଦିନ- ସର୍ବସମ୍ମତ ପାପନାଶିନୀ ଏକାଦଶୀ, ମାସାନ୍ତ ପାପ ନାଶିନୀ ଗୋବିନ୍ଦ ଦ୍ଵାଦଶୀ ସ୍ନାନ ।
ମେଷ:-କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ସହ ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ ଓ ନିଜ ଲୋକମାନେ ହିଁ କାମରେ ଆସିବେ । ସରକାରୀ କାର୍ଯ୍ୟରେ ବିଜୟ ପ୍ରାପ୍ତ ହେବ । ନିଜର କ୍ଷମତାକୁ ଭଲ କାର୍ଯ୍ୟରେ ଲଗେଇବା ସହିତ ଲୋକଙ୍କ ତାଳମେଳ କରିବା, ବୁଝାମଣା କରିବା ତଥା ମିତ୍ରଙ୍କ ଇଛାକୁ ପୂରଣ କରିବାକୁ ପ୍ରୟାସ କରିବେ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ଜଗିରଖି ନ ଚଳିଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
ବୃଷ:-ସମସ୍ତ ଯୋଜନା କ୍ରିୟାନ୍ୱିତ ହେବ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ । ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ମାଲିମୋକଦ୍ଦମାରେ ବିଜୟୀ ହୋଇ କୀର୍ତ୍ତୀ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ । ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ମିଥୁନ:-କର୍ମକ୍ଷେତ୍ରରେ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ । ବନ୍ଧୁଙ୍କ ସାହାଯ୍ୟରେ ପାରିବାରିକ ତଥା ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତ୍ତି ସମ୍ବନ୍ଧୀୟ ମାମଲାର ସମାଧାନ କରିପାରିବେ । ଉନ୍ନତି କରିବା ପାଇଁ ବନ୍ଧୁ ମିତ୍ର ଓ ଶୁଭଚିନ୍ତକଙ୍କ ସାହାଯ୍ୟ ଲୋଡିବେ । କୌଣସି ମହାପୁରୁଷଙ୍କ ଆଦର୍ଶ ଓ ସିଦ୍ଧାନ୍ତକୁ ମନେ ପକାଇବେ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ ରୋଜଗାର ସମସ୍ୟା ସୁଧୁରି ଯିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
କର୍କଟ:-ସରକାରୀ କାର୍ଯ୍ୟରେ ବିଜୟ ପ୍ରାପ୍ତ ହେବ । ମାନ-ସମ୍ମାନ, ଯଶ-ପ୍ରତିଷ୍ଠା ତଥା ଲୋକପ୍ରିୟତା ମଧ୍ୟ ହାସିଲ କରି ପାରିବେ । ଶୁଭ ସମାଚାର ପ୍ରାପ୍ତି ହେବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ସ୍ଵାମୀ ସ୍ତ୍ରୀଙ୍କ ମଧ୍ୟରେ ବୁଝାମଣା ଠିକ୍ ରହିବ । ଚାକିରୀକ୍ଷେତ୍ରରେ ବଦଳ କରିବାକୁ ଇଛା ପ୍ରକାଶ କରିବେ । ଜ୍ୟୋତିଷ, ଧାର୍ମିକ, ସାହିତ୍ୟ ପଢିବା ପାଇଁ ମନ ବଳାଇବେ । ବାକି ରହିଥିବା କାର୍ଯ୍ୟରେ ସଫଳତା ମିଳିବ ତେଣୁ ମନରେ ସନ୍ତୁଷ୍ଟି ଆସିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ସିଂହ:-ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବଡ ବଡ ଲୋକଙ୍କ ସହିତ ସମ୍ପର୍କ ସୃଷ୍ଟି ହେବା ସହ ସମୟ ହସ ଖୁସିରେ ବିତିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ସଂଘର୍ଷ ଦ୍ଵାରା ସଫଳତା ମିଳିବ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ବ୍ୟକ୍ତିଗତ ସାର୍ବଜନୀନ ସମ୍ପର୍କରେ ବିକଶିତ ହୋଇ ସୁଖ ଶାନ୍ତି ମିଳିବ । ବସ୍ତ୍ର, ଆଭୁଷଣ ଗହଣା ଆଦି କ୍ରୟ କରିପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
କନ୍ୟା:-ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢିବାର ଆଶା ସଫଳ ହେବ । ଉଧାର ନେଇଥିବା ଟଙ୍କା ଫେରସ୍ତ ପାଇବେ । ପରିବାରର ଗୁରୁଜନଙ୍କ ପ୍ରତି ଆଦରଭାବ ଜାଗୃତ ହେବ । ଉଚ୍ଚଶିକ୍ଷା ତଥା ନୂଆ ଜିନିଷ ହାସିଲ କରିବା ପାଇଁ ଚେଷ୍ଟା କରିବେ । ଚାକିରୀରେ ପଦୋନ୍ନତି, ଯଶ-ପ୍ରତିଷ୍ଠା, ମାନ-ସମ୍ମାନ ତଥା ଲୋକପ୍ରିୟତା ହାସଲ କରିପାରିବେ । ଉଚିତ୍ପନ୍ଥା ଗ୍ରହଣ କରି ଧନ ଲାଭ ହେବାରୁ ମନ ଖୁସି ରହିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ତୁଳା:-ସ୍ଵାସ୍ଥ୍ୟକୁ ନେଇ ଯେଉଁ ଚିନ୍ତା ଥିଲା ସେଥିରୁ ମୁକ୍ତି ମିଳିବ । ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ । ବ୍ୟବସାୟରେ ଲାଭବାନ ହେବେ । ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ । ବିଦ୍ୟାରେ ଉନ୍ନତି ଓ ପ୍ରଶଂସିତ ହେବେ । ରାଜନୈତିକ କ୍ଷେତ୍ରରରେ ସ୍ଥିତି ସୁଦୃଢ଼ ହେବା ସହ କାର୍ଯ୍ୟଭାର ବୃଦ୍ଧିହେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ଉଚ୍ଚ ଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।
ବିଚ୍ଛା:-ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରି ପାରନ୍ତି । ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ । ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ । ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ଧନୁ:-ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବା ଫଳରେ ବିରୋଧିମାନେ ଦୂରେଇ ଯିବେ । ପ୍ରତିକୂଳ ପରିସ୍ଥିତି ଦୂରେଇଯିବ ଏବଂ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ପ୍ରେମ ପ୍ରସଙ୍ଗ ବା ଗୁପ୍ତବନ୍ଧୁ ବାହାରକୁ ପ୍ରକାଶ ହେବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ମକର:-ଅର୍ଥ ସମ୍ପର୍କୀୟ କଥାହେବା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ । ନୂତନ କାର୍ଯ୍ୟରେ ଉନ୍ନତି ହେବ । ପୁରାତନ ରୋଗର ଉନ୍ନତି ପରିଲକ୍ଷିତ ହେବ । ଶିଳ୍ପବାଣିଜ୍ୟ କ୍ଷେତ୍ରରେ ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହୋଇ ବ୍ୟବସାୟରେ ସଫଳତା ଅର୍ଜନ କରିବେ । ଦୂରଯାତ୍ରାର ସୁଯୋଗ ପାଇବେ । କ୍ରୀଡ଼ାବିଦ୍ମାନେ ପ୍ରଶଂସିତ ହେବେ । ସତସଙ୍ଗ ଓ ମନୋରଞ୍ଜନର ସୁଯୋଗ ପାଇ ଗୃହସ୍ଥ ଜୀବନ ସୁଖ ଶାନ୍ତିରେ କଟିବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।
କୁମ୍ଭ:-ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧ ହେବେ । ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ଆଶା କରୁଥିବା କାର୍ଯ୍ୟର ସୁସମ୍ବାଦ ପାଇବେ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପାଇ ସଫଳତା ଅର୍ଜନ କରିବେ । ଦୂରଯାତ୍ରାର ସୁଯୋଗ ପାଇ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ । ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ମୀନ:-ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ । ପ୍ରିୟଜନଙ୍କସହ ମିଳନ ହେବ । ଅଟକିଥିବା କାର୍ଯ୍ୟ ପୂରଣ ହେବ । ଉତ୍ତରଦାୟିତ୍ୱ ବଢ଼ିବ । ବିଦ୍ୟାରେ ଉନ୍ନତି । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ନୂଆ ଯୋଜନାରେ ସଫଳହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
