ଗହଣା କିଣିବାର ସୁବର୍ଣ୍ଣ ସୁଯୋଗ : ସୁନା-ରୁପା ଦରରେ ବଡ଼ ଧରଣର ହ୍ରାସ, ଜାଣନ୍ତୁ କ’ଣ ରହିଛି ନୂଆ ରେଟ୍
ନୂଆଦିଲ୍ଲୀ : ଆଜି (ବୁଧବାର) ଅର୍ଥାତ ମାର୍ଚ୍ଚ ୧୬ରେ ସୁନା ଓ ରୁପା ମୂଲ୍ୟରେ ହ୍ରାସ ଘଟିଛି । ଋଷ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ଆଜି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ହ୍ରାସ ଦେଖାଦେଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଲଗାତର ୩ ଦିନ ହେବ ଦେଶରେ ସୁନା ମୂଲ୍ୟରେ ୧,୨୧୦ ଟଙ୍କାର ହ୍ରାସ ରେକର୍ଡ କରାଯାଇଛି । ଦେଶରେ ଗତକାଲି (ମଙ୍ଗଳବାର) ସୁନା ମୂଲ୍ୟରେ ୫୪୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି ଦେଶରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୩୩୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୫୧,୬୦୦ ଟଙ୍କାରେ ପହଞ୍ଚିଛି । ଯାହା ମଙ୍ଗଳବାର ଏହାର ମୂଲ୍ୟ ୫୧,୯୩୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୩୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୪୭,୩୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୭,୬୦୦ ଟଙ୍କା ଥିଲା ।
ସେହିପରି ଆଜି ଦେଶରେ ରୁପା ମୂଲ୍ୟରେ ହ୍ରାସ ଘଟିଛି । ଗତକାଲି ଦେଶରେ ରୁପା ମୂଲ୍ୟରେ ୧୦୦୦ ଟଙ୍କାର ହ୍ରାସ ଘଟିଥିବାବେଳେ ଆଜି ରୁପା ଦରରେ ୧୧୦୦ ଟଙ୍କାର ହ୍ରାସ ଘଟିଛି । ଫଳରେ ସୋମବାର ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୭,୯୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଗୋଟିଏ କିଲୋଗ୍ରାମ ରୁପା ମୂଲ୍ୟ ୬୯,୦୦୦ ଟଙ୍କା ଥିଲା । ସେହିପରି ୧୦୦ ଗ୍ରାମ ରୁପା ମୂଲ୍ୟ ୬,୭୯୦ ଟଙ୍କା ରହିଛି । ଯାହା ଗତକାଲି ୭,୯୦୦ ଟଙ୍କା ଥିଲା ।
ରାଜଧାନୀ ଭୁବନେଶ୍ୱରରେ ଆଜି ସୁନା ଦରରେ ହ୍ରାସ ଘଟିଛି । ଗତକାଲି ଭୁବନେଶ୍ୱରରେ ସୁନା ଦରରେ ୫୪୦ ଟଙ୍କାର ହ୍ରାସ ଘଟିଥିଲା । ସେହିପରି ଆଜି ୧୦ ଗ୍ରାମ ସୁନା ମୂଲ୍ୟରେ ୩୩୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ ୧୦ ଗ୍ରାମ ସୁନା ମୂଲ୍ୟରେ ୫୧,୬୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ୧୦ ଗ୍ରାମ ସୁନା ମୂଲ୍ୟ ୫୧,୯୩୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୩୦୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୪୭,୩୦୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୪୭,୬୦୦ ଟଙ୍କା ଥିଲା ।
