ରାଜ୍ୟରେ ଖସୁଛି କରୋନା, ଆଉ ୪୫ ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣର ତଳମୁହାଁ ଧାରା ଜାରି ରହିଛି । ଫଳରେ ଦୈନିକ ସଂକ୍ରମଣ ମାମଲା ଦ୍ରୁତ ଗତିରେ ହ୍ରାସ ପାଇବାରେ ଲାଗିଛି । ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଶହେ ତଳକୁ ଖସି ଆସିଛି । ଏହିକ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୪୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୧୫୩ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୮ ଜଣ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ଜଣେ ରହିଥିବା ବେଳେ ବାଲେଶ୍ୱରରୁ ୪ଜଣ, କଟକରୁ ୨ଜଣ, ଗଜପତିରୁ ୫ଜଣ, ଗଞ୍ଜାମରୁ ୧୧ଜଣ, ଯାଜପୁରରୁ ୫ଜଣ, ଝାରସୁଗୁଡ଼ାରୁ ଜଣେ, କେନ୍ଦ୍ରାପଡ଼ାରୁ ୬ଜଣ, ଖୋର୍ଦ୍ଧାରୁ ଜଣେ, କୋରାପୁଟରୁ ୩ଜଣ, ମୟୁରଭଞ୍ଜରୁ ଜଣେ, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ଜଣେ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ଜଣେ, ସୁନ୍ଦରଗଡ଼ରୁ ଜଣେ ରହିଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୧୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୨୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୭୩୫୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୧୮୯୧୩୪ସାମ୍ପୁଲ ଟେଷ୍ଟ୍ ହୋଇଛି ।
