ଭୋଟ୍ ଦେଲେ ଫାଇଭ୍ ଟି ସଚିବ ଏବଂ ପତ୍ନୀ
ଭୁବନେଶ୍ୱର : ଆଜି ପୌର ନିର୍ବାଚନ ପାଇଁ ଭୋଟ ଗ୍ରହଣ । ଏହି ପରିପ୍ରେକ୍ଷୀରେ ଭୋଟ୍ ଦେଲେ ଫାଇଭ୍ ଟି ସଚିବ ଭି.କେ ପାଣ୍ଡିଆନ୍ । ଭୁବନେଶ୍ୱର ୟୁନିଟ୍-୬ ସ୍ଥିତ ହାଇସ୍କୁଲ ୪୬ ନମ୍ବର ୱାର୍ଡର ୪୮୩ ନମ୍ବର ବୁଥରେ ମତଦାନ ସାବ୍ୟସ୍ତ କରିଛନ୍ତି ପାଣ୍ଡିଆନ୍ । ଜଣେ ସଚେତନ ନାଗରିକ ଭାବେ ଲମ୍ବା ଧାଡ଼ିରେ ଛିଡ଼ା ହୋଇ ଗଣତନ୍ତ୍ରର ମହାପର୍ବରେ ସାମିଲ ହୋଇଛନ୍ତି ଫାଇଭ୍-ଟି ସଚିବ । ତାଙ୍କ ସହ ପତ୍ନୀ ସୁଜାତା କାର୍ତ୍ତିକେୟନ ମଧ୍ୟ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି ।
