ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ମୃତ
ଭୁବନେଶ୍ୱର : ରାଜ୍ୟରେ କରୋନା ଦିନକୁ ଦିନ କମିବାରେ ଲାଗିଛି । ଏଥିସହ ମୃତ୍ୟୁ ସଂଖ୍ୟାରେ ଲାଗିଛି ବ୍ରେକ । ଏହି ପରିପ୍ରେକ୍ଷୀରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୧୮କୁ ବୃଦ୍ଧି ପାଇଛି । ମୃତକ ଜଣକ ଗଞ୍ଜାମ ଜିଲାର ବୋଲି ସୂଚନା ମିଳିଛି।
ସୂଚନା ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୪୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୪୫୧୦୧୩ ସାମ୍ପୁଲ ଟେଷ୍ଟ୍ ହୋଇଛି । ଏଥି ମଧ୍ୟରୁ ୪୩୧ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୭୮୧୯ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
