ଆହୁରି ବଢିବ ତାତି ! ଆଜି ୮ଟି ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି ଗ୍ରୀଷ୍ଣ ପ୍ରବାହ । ଆଗକୁ ଆହୁରି ବଢିବ ତାତି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଉତ୍ତରପଶ୍ଚିମ ଦିଗରୁ ଶୁଷ୍କ-ଉତ୍ତପ୍ତ ବାୟୁ ପ୍ରବାହ ଶକ୍ତିଶାଳୀ ହେବାର ସମ୍ଭାବନା ଥିବାରୁ ଏହାର ପ୍ରଭାବରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଜି ଠାରୁ ଆସନ୍ତା ଏପ୍ରିଲ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଏହି ପରିପ୍ରେକ୍ଷୀରେ ୩୦ ଓ ୩୧ ତାରିଖ ପାଇଁ ୮ଟି ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଜିଲାଗୁଡ଼ିକ ମଧ୍ୟରେ ମୟୂରଭଞ୍ଜ, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗିର ରହିଥିବା ବେଳେ ୩୧ ତାରିଖରୁ ୨ ତାରିଖ ଯାଏଁ ୭ଟି ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେ ଜିଲାଗୁଡ଼ିକ ହେଲା ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗିର, ଅନୁଗୁଳ, କଳାହାଣ୍ଡି ।
