ଦେଶରେ ଆଉ ୨୫୨୭ କରୋନା ସଂକ୍ରମିତ ଓ ୩୩ ମୃତ
ନୂଆଦିଲ୍ଲୀ: ଦେଶରେ ପୁଣି ଥରେ କରୋନା ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ବାରା ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ ଗତ ୨୪ ଘଣ୍ଟାରେ ଦେଶରେ ୨୫୨୭ କରୋନା ମାମଲା ରିପୋର୍ଟ ହୋଇଛି । କରୋନା ଯୋଗୁଁ ଆଉ ୩୩ ଜଣଙ୍କର ମୃତ୍ୟୁ ହୋଇଛି। ତେବେ ୧,୬୫୬ ଜଣ ମଧ୍ୟ ସୁସ୍ଥ ହୋଇଛନ୍ତି। ଦେଶରେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୫,୦୭୯ କୁ ବୃଦ୍ଧି ପାଇଛି, ଯାହା ଚିନ୍ତାର ବିଷୟ। ମହାମାରୀ ଆରମ୍ଭରୁ ଏଯାବତ୍ କରୋନାରେ ସମୁଦାୟ ୫,୨୨,୧୪୯ ଜଣଙ୍କର ମୃତ୍ୟୁ ହୋଇଛି। ଦେଶରେ ମୋଟ ୪,୨୫,୧୭,୭୨୪ ଲୋକ ସୁସ୍ଥ ହୋଇଛନ୍ତି ।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୫୨୭ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩୩ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୪୫୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୫୪,୯୫୨ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୩୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୨,୧୪୯ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୬୫୬ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୧୭,୭୨୪। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୫୦୭୯। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୭,୪୬,୭୨,୫୩୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୩,୪୨,୮୧,୧୭୦ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୫୫,୧୭୯ଟି ନମୁନା।
