ଦେଶରେ ଆଉ ୨୫୪୧ ସଂକ୍ରମିତ ଓ ୩୦ ମୃତ
ନୂଆଦିଲ୍ଲୀ : ଦେଶରେ ଗତ କିଛି ଦିନ ତୁଳନାରେ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଉଛି। କୋଭିଡ-୧୯ ମାମଲାରେ ୨% ହ୍ରାସ ଘଟିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୫୪୧ ଟି ନୂଆ ମାମଲା ରୁଜୁ ହୋଇଥିବା ବେଳେ ଏହି ସମୟ ମଧ୍ୟରେ ଏହି ରୋଗରେ ଆଉ ୩୦ ଜଣଙ୍କର ମୃତ୍ୟୁ ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ, ଦିନକରେ ଆଉ ୨ ହଜାର ୫୪୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୦,୬୦,୦୮୬କୁ ବୃଦ୍ଧି ପାଇଛି। ୧,୮୬୨ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୨୫,୨୧,୩୪୧ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୭୫%। ଚିକିତ୍ସାଧୀନ ଅବସ୍ଥାରେ ଆଉ ୩୦ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୨,୨୨୩ରେ ପହଞ୍ଚିଛି। ମୃତ୍ୟୁହାର ୧.୨୧%। ୧୬,୫୨୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ସକ୍ରିୟ ଆକ୍ରାନ୍ତ ହାର ୦.୦୪%। ଦିନକ ପୂର୍ବରୁ ୩,୦୨,୧୧୫ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ୮୩,୫୦,୧୯,୮୧୭ ନମୁନା ପରୀକ୍ଷା କରାଯାଇଛି। ସେହିପରି ଦିନକ ଆଗରୁ ୩,୬୪,୨୧୦ ଟିକା ନେଇଥିବା ବେଳେ ମୋଟ ୧,୮୭,୭୧,୯୫,୭୮୧ ଟିକାକରଣ କରାଯାଇଛି। ଆଜି ମଧ୍ୟାହ୍ନ ସୁଦ୍ଧା ୭,୦୦,୧୦୦ ଟିକାକରଣ ହୋଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
